Posted inଜାତୀୟ

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ମୃତ୍ୟୁ ଘଟଣା: ଶୋକପ୍ରକାଶ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୯।୧: ପୋଲିସ ଏଏସ୍‌ଆଇଙ୍କ ଗୁଳିମାଡରେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ପରଲୋକ ଘଟିଛି। ତାଙ୍କ ପରଲୋକ ବିଭିନ୍ନ ମହଲରେ ଶୋକ ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କଠାରୁ ଆରମ୍ଭ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘଟଣାକୁ ନିନ୍ଦା କରିବା ସହ ଶୋକ ପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ରୀ ଟୁଇଟ୍‌ ଯୋଗେ କହିଛନ୍ତି, ଓଡ଼ିଶା ସରକାରଙ୍କ ମନ୍ତ୍ରୀ ଶ୍ରୀ ନବ କିଶୋର ଦାସଙ୍କ ଦୁର୍ଭାଗ୍ୟଜନକ ଦେହାନ୍ତରେ ଦୁଃଖିତ। ଏହି ଦୁଃଖଦ ମୁହୂର୍ତ୍ତରେ ତାଙ୍କ ପରିବାରବର୍ଗଙ୍କୁ ସମବେଦନା। ଓଁ ଶାନ୍ତି ।
ସେହିପରି ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଆକସ୍ମିକ ମୃତ୍ୟୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଶ୍ଚର୍ଯ୍ୟପ୍ରକଟ କରିବା ସହ ଚିନ୍ତିତ ଥିବା କହିଛନ୍ତି। ମୁଖ୍ୟମନ୍ତ୍ରୀ ଆପୋଲୋ ହସ୍ପିଟାଲ ଯାଇ ନବ ଦାସଙ୍କୁ ଶେଷ ଦର୍ଶନ କରିବା ସହିତ କହିଛନ୍ତି, ଡାକ୍ତରମାନେ ତାଙ୍କ ଜୀବନ ରକ୍ଷା କରିବା ପାଇଁ ସବୁ ପ୍ରକାର ଚେଷ୍ଟା କରିଥିଲେ। ହେଲେ ତାହା ସମ୍ଭବ ହୋଇପାରିଲା ନାହିଁ। ନବ ଦାସ ଉଭୟ ସରକାର ଏବଂ ବିଜେଡି ଦଳ ପାଇଁ ବଡ଼ ସମ୍ପତ୍ତି ଥିଲେ। ସେ ଲୋକମାନଙ୍କ ସ୍ବାର୍ଥ ରକ୍ଷା ଲାଗି ସ୍ବାସ୍ଥ୍ୟ ବିଭାଗରେ ବହୁ ନୂଆ ପ୍ରକାର ପଦକ୍ଷେପ ଗ୍ରହଣ କରିଛନ୍ତି। ଜଣେ ନେତା ଭାବେ ସେ ବିଜେଡିକୁ ମଜଭୁତ କରିବା ଲାଗି ବଡ଼ ଅସ୍ତ୍ର ଥିଲେ। ସେ ଜଣେ ତୃଣମୂଳସ୍ତରର ବ୍ୟକ୍ତି ଥିଲେ। ଦଳମତ ଏବଂ ବ୍ୟକ୍ତିବିଶେଷ ନିର୍ବିଶେଷରେ ସେ ସମସ୍ତଙ୍କ ପ୍ରିୟପାତ୍ର ଥିଲେ। ତାଙ୍କ ମୃତ୍ୟୁ ଓଡ଼ିଶା ପାଇଁ ବଡ଼ କ୍ଷତି। ତାଙ୍କ ପରିବାର ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ପୁଟିନଙ୍କ ଘର ଉପରେ ଏମିତି ‘ଡ୍ରୋନ୍ ଆକ୍ରମଣ’ର କରିଥିଲା ୟୁକ୍ରେନ, ଭୟଙ୍କର ଭିଡିଓ ଜାରି କଲା ରୁଷ

ନୂଆଦିଲ୍ଲୀ,୩୧।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ଲକ୍ଷ୍ୟ କରି ଡ୍ରୋନ୍ ମାଡ଼ କରିଛି ୟୁକ୍ରେନ। ଏହି ଖବର ପରେ ଦୁଇ ଦେଶ ମଧ୍ୟରେ ଯୁଦ୍ଧ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri