ହୋମଗାର୍ଡ ଚାକିରି ଆଶାୟୀଙ୍କ ମୃତ୍ୟୁ: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯ା୫: ହୋମଗାର୍ଡ ଚାକିରି ଆଶାୟୀ ମୃତ୍ୟୁ ପାଇଁ ୪ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ କହିଛନ୍ତି, ଉକ୍ତ ଘଟଣାରେ ମୁଁ ଦୁଃଖ ପ୍ରକାଶ ସହ ଶୋକ ସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି।

ସୂଚନାନୁଯାୟୀ, ଗୁରୁବାର ସକାଳେ ଶାରିରୀକ ପରୀକ୍ଷା ଆରମ୍ଭ ହୋଇଥଲା। ରାଣିପେଣ୍ଠଠାରୁ ପଦ୍ମପୁର ଦୁଇ କିମି ରାସ୍ତାରେ ସକାଳୁ ଦୌଡ଼ ପରୀକ୍ଷା ଚାଲିଥିବା ବେଳେ ପରୀକ୍ଷାର୍ଥୀମାନେ ହଠାତ ତଳେ ପଡ଼ି ଗୁରୁତର ହୋଇ ପଡ଼ିଥିଲେ। ସେମାନଙ୍କୁ ତୁରନ୍ତ ପାରଳାଖେମୁଣ୍ଡି ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା।

ସେଠାରେ ଡାକ୍ତର ଗଜପତି ଜିଲା ରାମଗିରି ଥାନା ଅନ୍ତର୍ଗତ ପରିସଲ ଗ୍ରାମର ସୁଲନ୍ତ ମିଶାଲଙ୍କୁ ମୃତ ଘୋଷଣା କରିଥିଲେ।  ଅନ୍ୟ ୭ଜଣ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି। ଆହତମାନେ ହେଲେ ପାରଳାଖେମୁଣ୍ଡିର ପି.ବାବୁଜୀ, ଗୁମ୍ମାର ଅର୍ଫନ ପାଣି, ଗୋଷାଣୀର ସଞ୍ଜୟ ଶବର, କାଶୀନଗର ର. ବାଳକୃଷ୍ଣ ଲିମ୍ମା, ନାରାୟଣପୁରର ଦୀପକ ପାଡାଲ, ଗୁରାଣ୍ଡିର ଶିବ ପ୍ରସାଦ ମହାପାତ୍ର। ଅନ୍ୟ ୨ଜଣ ଆହତଙ୍କ ପରିଚୟ ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ।…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri