ଜେଲ ଭୋଗୁଥିବା କଏଦୀଙ୍କ ମୃତ୍ୟୁ

ଝାରସୁଗୁଡ଼ା ଅଫିସ୍‌,୨୨।୧: ଝାରସୁଗୁଡ଼ା ଉପକାରାଗାରରେ ଆଜୀବନ ଜେଲଦଣ୍ଡ ଭୋଗୁଥିବା କଏଦୀ ସୁଶାନ୍ତ ବୁଦୁଲା ଓରଫ ଜଙ୍ଗଲି (୪୨)ଙ୍କ ଜିଲା ମୁଖ୍ୟଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ରବିବାର ମୃତ୍ୟୁ ହୋଇଛି। ତାଙ୍କ ଘର ଲଇକେରା ଥାନା ଅନ୍ତର୍ଗତ କେନ୍ଦୁଡିହୀ ଗ୍ରାମ ଜଙ୍ଗଲିପଡାରେ। କାରାଗାର ଭିତରେ ବିଳମ୍ବିତ ରାତିରେ ସେ ହଠାତ୍‌ ଅସୁସ୍ଥ ହୋଇପଡିଥିଲେ। ଖବରପାଇ ଜେଲ କର୍ତ୍ତୃପକ୍ଷ ତାଙ୍କୁ ଅସୁସ୍ଥ ଅବସ୍ଥାରେ ରାତି ୨ଟା ୩୦ରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଏନେଇ ଉପକାରାଗାର ଅଧୀକ୍ଷକ ଲକ୍ଷ୍ମୀକାନ୍ତ ଧାଙ୍ଗଡା ମାଝି ଏୟାରପୋର୍ଟ ଥାନାରେ ଲିଖିତ ଭାବେ ଜଣାଇଥିଲେ। ଖବରପାଇ ପୋଲିସ ମୁଖ୍ୟଚିକିତ୍ସାଳୟରୁ କଏଦୀଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଏନେଇ ପୋଲିସଏୟାରପୋର୍ଟ ଥାନାରେ ଏକ ଅପମୃତ୍ୟୁ ମାମଲା (ନଂ. ୧/୨୩) ରୁଜୁକରି ତଦନ୍ତ ଚଳାଇଛି।

ସୂଚନାଯୋଗ୍ୟ ଗତ ୨୦୧୪ରେ ଜଣେ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରିଥିବାନେଇ ଲଇକେରା ଥାନାରେ ମାମଲା ରୁଜୁ ହୋଇଥିଲା। ଏହି ମାମଲାରେ ଲଇକେରା ଥାନା ପୋଲିସ ସୁଶାନ୍ତଙ୍କୁ ଗିରଫକରି କୋର୍ଟ ଚାଲାଣ କରିଥିଲା। କୋର୍ଟଙ୍କ ନିର୍ଦ୍ଦେଶକ୍ରମେ ସେ ଜେଲ୍‌ ହାଜତରେ ରହିଥିଲେ। ଏହାର ବିଚାରକରି ଏସ୍‌ଡିଜେଏମ୍‌ ଗତ ୨୦୨୧ରେ ତାଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

ବସୁଧା ଯୋଜନା ଫେଲ୍: ଝରଣା ପାଣି ଭରସା, ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୫ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ତୁମୋନୀଖୋଲ ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri