ଜେଲ ଭୋଗୁଥିବା କଏଦୀଙ୍କ ମୃତ୍ୟୁ

ଝାରସୁଗୁଡ଼ା ଅଫିସ୍‌,୨୨।୧: ଝାରସୁଗୁଡ଼ା ଉପକାରାଗାରରେ ଆଜୀବନ ଜେଲଦଣ୍ଡ ଭୋଗୁଥିବା କଏଦୀ ସୁଶାନ୍ତ ବୁଦୁଲା ଓରଫ ଜଙ୍ଗଲି (୪୨)ଙ୍କ ଜିଲା ମୁଖ୍ୟଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ରବିବାର ମୃତ୍ୟୁ ହୋଇଛି। ତାଙ୍କ ଘର ଲଇକେରା ଥାନା ଅନ୍ତର୍ଗତ କେନ୍ଦୁଡିହୀ ଗ୍ରାମ ଜଙ୍ଗଲିପଡାରେ। କାରାଗାର ଭିତରେ ବିଳମ୍ବିତ ରାତିରେ ସେ ହଠାତ୍‌ ଅସୁସ୍ଥ ହୋଇପଡିଥିଲେ। ଖବରପାଇ ଜେଲ କର୍ତ୍ତୃପକ୍ଷ ତାଙ୍କୁ ଅସୁସ୍ଥ ଅବସ୍ଥାରେ ରାତି ୨ଟା ୩୦ରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଏନେଇ ଉପକାରାଗାର ଅଧୀକ୍ଷକ ଲକ୍ଷ୍ମୀକାନ୍ତ ଧାଙ୍ଗଡା ମାଝି ଏୟାରପୋର୍ଟ ଥାନାରେ ଲିଖିତ ଭାବେ ଜଣାଇଥିଲେ। ଖବରପାଇ ପୋଲିସ ମୁଖ୍ୟଚିକିତ୍ସାଳୟରୁ କଏଦୀଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଏନେଇ ପୋଲିସଏୟାରପୋର୍ଟ ଥାନାରେ ଏକ ଅପମୃତ୍ୟୁ ମାମଲା (ନଂ. ୧/୨୩) ରୁଜୁକରି ତଦନ୍ତ ଚଳାଇଛି।

ସୂଚନାଯୋଗ୍ୟ ଗତ ୨୦୧୪ରେ ଜଣେ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରିଥିବାନେଇ ଲଇକେରା ଥାନାରେ ମାମଲା ରୁଜୁ ହୋଇଥିଲା। ଏହି ମାମଲାରେ ଲଇକେରା ଥାନା ପୋଲିସ ସୁଶାନ୍ତଙ୍କୁ ଗିରଫକରି କୋର୍ଟ ଚାଲାଣ କରିଥିଲା। କୋର୍ଟଙ୍କ ନିର୍ଦ୍ଦେଶକ୍ରମେ ସେ ଜେଲ୍‌ ହାଜତରେ ରହିଥିଲେ। ଏହାର ବିଚାରକରି ଏସ୍‌ଡିଜେଏମ୍‌ ଗତ ୨୦୨୧ରେ ତାଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri