ଝାରପଡ଼ା ଜେଲରେ ଗ୍ରୀନ୍‌ ରେ’ ଇଣ୍ଟରନ୍ୟାଶନାଲ ଏମ୍‌ଡିଙ୍କ ମୃତ୍ୟୁ

ଭୁବନେଶ୍ୱର,୧୧ା୭(ବ୍ୟୁରୋ): ଭୁବନେଶ୍ୱର ଝାରପଡ଼ା ଜେଲରେ ରବିବାର ଜଣେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାଲେଶ୍ୱର ଜିଲା ଜଳେଶ୍ୱର ଅଞ୍ଚଳର ମୀର ସଇରୁଦ୍ଦିନ। ସକାଳେ ସେ ଜେଲ ୱାର୍ଡରେ ବୁଲାବୁଲି କରୁଥିବା ବେଳେ ଅଚେତ ହୋଇ ତଳେ ପଡ଼ିଯାଇଥିଲେ। ତାଙ୍କୁ ଉଦ୍ଧାର କରାଯାଇ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତ୍ୟୁର କାରଣ ଅସ୍ପଷ୍ଟ ଥିବାବେଳେ ମୃତଦେହ ବ୍ୟବଚ୍ଛେଦ ପରେ ପ୍ରକୃତ କାରଣ ଜଣାପଡ଼ିବ ବୋଲି ଜେଲ୍‌ ଅଧୀକ୍ଷକ ସତ୍ୟପ୍ରକାଶ ସ୍ବାଇଁ କହିଛନ୍ତି। ଏନେଇ ଜେଲ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଲକ୍ଷ୍ମୀସାଗର ଥାନାକୁ ଖବର ଦିଆଯିବା ପରେ ପୋଲିସ ଏକ ଅପମୃତ୍ୟୁ ମାମଲା (ନଂ.୨୫/୨୨) ରୁଜୁ କରି ତଦନ୍ତ ଚଳାଇଛି। ସୋମବାର ପରିବାର ଲୋକଙ୍କ ଉପସ୍ଥିତିରେ ବ୍ୟବଚ୍ଛେଦ କରାଯିବ।
ସୂଚନାନୁଯାୟୀ, ମୃତ ମୀର୍‌ ଗ୍ରୀନ୍‌-ରେ ଇଣ୍ଟରନ୍ୟାଶନାଲ ଲିମିଟେଡର ପରିଚାଳନା ନିର୍ଦ୍ଦେଶକ (ଏମ୍‌ଡି) ଥିଲେ। ସେ ୨୦୧୫ରୁ ଓଡ଼ିଶା ସମେତ ୧୪ ଟି ରାଜ୍ୟର ଲୋକଙ୍କୁ ଅଧିକ ସୁଧର ଲୋଭ ଦେଖାଇ ବିଭିନ୍ନ ପ୍ରକାର ସ୍କିମ୍‌ରେ ୨ହଜାର କୋଟି ଟଙ୍କା ଠକିଥିବା ଅଭିଯୋଗ ହୋଇଥିଲା। ଏହାପରେ ଗିରଫ ହେବା ଭୟରେ ପରିବାର ସହ ନାଇଜେରିଆ ପଳାଇ ଯାଇଥିଲେ। ପରବର୍ତ୍ତୀ ସମୟରେ ସେ ନକଲି ପାସପୋର୍ଟ ବନାଇ ଭାରତ ଆସିଥିଲେ। ଯେଉଁଥିରେ ସେ ନିଜକୁ ବାଂଲାଦେଶର ନାଗରିକ ପରିଚୟ ଦେଇ ଅହମ୍ମଦ ହୁସେନ ନାମରେ (ଛଦ୍ମନାମ) ରହୁଥିଲେ। ସଇରୁଦ୍ଦିନ ଗତ ୫ ବର୍ଷ ତଳେ ଅର୍ଥାତ ୨୦୧୭ ଫେବୃୟାରୀରେ ଚିଟ୍‌ଫଣ୍ଡ ମାମଲାରେ ସିବିଆଇ ଦ୍ବାରା ପଶ୍ଚିମବଙ୍ଗରୁ ଗିରଫ ହୋଇ ଝାରପଡ଼ା ଜେଲରେ ରହୁଥିଲେ। ଶୁକ୍ରବାର ସେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ଏ ବିଷୟରେ ଜେଲ କର୍ତ୍ତୃପକ୍ଷଙ୍କୁ ଜଣାଇଥିଲେ। କିନ୍ତୁ କର୍ତ୍ତୃପକ୍ଷ ଧ୍ୟାନ ଦେଇ ନ ଥିଲେ। ରବିବାର ସେ ୱାର୍ଡରେ ଅଚେତ ହୋଇ ପଡ଼ିଯାଇଥିଲେ। ତାଙ୍କୁ ଅଚେତ ଅବସ୍ଥାରେ ପଡ଼ିଥିବା ଦେଖି ଜଣେ କର୍ମଚାରୀ କର୍ତ୍ତୃପକ୍ଷଙ୍କୁ ଅବଗତ କରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

କଂଗ୍ରେସ କରିବ ପୁଣି ବଡ଼ ଆନ୍ଦୋଳନ, କେବେ ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଲୋକଙ୍କ ଭୋଟ ଅଧିକାରକୁ ସୁରକ୍ଷା ଦେବା ପାଇଁ ଚାଲିଥିବା ଅଭିଯାନର ଏକ ଅଂଶ ଭାବରେ ଆସନ୍ତା ସୋମବାର ଦିଲ୍ଲୀରେ ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

ବୋଲେରୋରେ ଚାଲାଣ ହେଉଥିଲା କଫ୍‌ ସିରପ୍‌: ବରଗଡ଼ରେ ପୋଲିସର ଚଢ଼ାଉ, ୧୨୦୦ ବୋତଲ ସହ ଧରାପଡ଼ିଲେ…

ବରଗଡ଼,୧୦ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ପୋଲିସକୁ କଫ୍‌ ସିରପ୍‌ ଚୋରା କାରବାର ବିରୋଧରେ ଶନିବାର ସକାଳେ ଏକ ବଡ଼ ସଫଳତା ମିଳିଛି। ବେଆଇନ କଫ୍‌ ସିରପ୍‌…

ପ୍ରକାଶ ପାଇଲା ଚୂଡାନ୍ତ ପ୍ରାର୍ଥୀ ତାଲିକା, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ୧୩ ପ୍ରାର୍ଥୀ 

ବଲାଙ୍ଗୀର, ୧୦ା୧୦ (ବୀରେନ୍ଦ୍ର କୁମାର ଝାଙ୍କର): କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସ ରାଜନୀତି ସରଗରମ ରହିଛି। ଶନିବାର ପ୍ରାର୍ଥୀ ପ୍ରତ୍ୟାହାର ସମୟ ସୀମା ଅତିକ୍ରାନ୍ତ…

ପର୍ତ୍ତୁଗାଲରୁ ରୋନାଲ୍ଡୋ ସସ୍‌ପେଣ୍ଡ

ଲିସ୍‌ବନ,୧୦ା୧୦: ପର୍ତ୍ତୁଗୀଜ ସକର ଫେଡେରେଶନ ପକ୍ଷରୁ ଦେଶର ଫୁଟବଲ ଆଇକନ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏଥିସହିତ ଦଳ ଛାଡ଼ି ଚାଲି ଯିବା ପାଇଁ ତାଙ୍କ ବିରୋଧରେ…

ଜମି ପାଣି ବିବାଦରୁ ସାଂଘାତିକ ଆକ୍ରମଣ: ସରପଞ୍ଚଙ୍କ ସ୍ୱାମୀଙ୍କୁ ହାଣିଥିବା ୩ ଦୁର୍ବୃତ୍ତଙ୍କୁ କୋର୍ଟଚାଲାଣ କଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୦।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ କାମିନୀ ନାୟକଙ୍କ ସ୍ୱାମୀ ଟୁନା ନାୟକଙ୍କୁ ଯୋଜନାବଦ୍ଧ ଭାବେ ଖଣ୍ଡାରେ ହାଣି ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?