ଶ୍ରମିକନେତା ଦ୍ୱାରିକା ମୋହନଙ୍କ ପରଲୋକ

ତାଳଚେର, ୨୬।୧୨(ନି.ପ୍ର.):ବରିଷ୍ଠ ଶ୍ରମିକ ନେତା, ଢେଙ୍କାନାଳ ଦତ୍ତାତ୍ରେୟ ସାଇ ଆଶ୍ରମର ପ୍ରତିଷ୍ଠାତା ତଥା ଅଧ୍ୟକ୍ଷ ଦ୍ୱାରିକା ମୋହନ ମିଶ୍ରଙ୍କ ରବିବାର ରାତି ୯ଟା ୪୫ଟାରେ ତାଳଚେର ରେମୁଅଁାସ୍ଥିତ ବାସଭବନରେ ପରଲୋକ ହୋଇଯାଇଛି। ତାଙ୍କୁ ୮୯ ବର୍ଷ ବୟସ ହୋଇଥିଲା। ସେ କିଛିଦିନ ହେଲା ଅସୁସ୍ଥ ଥିଲେ। ତାଙ୍କ ପରଲୋକରେ ରାଜ୍ୟର ଶ୍ରମିକ ସଙ୍ଗଠନ ମହଲରେ ଶୋକର ଛାୟା ଖେଳିଯାଇଛି।
ଛାତ୍ର ଜୀବନରୁ ଶ୍ରମିକ ଆନ୍ଦୋଳନ ସହିତ ଜଡ଼ିତ ଥିବା ଦ୍ୱାରିକା ମୋହନ ଦୀର୍ଘ ୪ ଦଶନ୍ଧିରୁ ଅଧିକ ସମୟ ଧରି କୋଇଲା, ଗମନାଗମନ, ଶକ୍ତି, ନିର୍ମାଣ, ସାର କାରଖାନାରେ କାର୍ଯ୍ୟରତ ଶ୍ରମିକଙ୍କୁ ସଙ୍ଗଠିତ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ସେ ବିଭିନ୍ନ ସମୟରେ ରାଜ୍ୟ ଶ୍ରମ ବୋର୍ଡ ପରାମର୍ଶଦାତା କମିଟି ସଦସ୍ୟ, ବିଦ୍ୟୁତ୍‌ ବୋର୍ଡ ପରାମର୍ଶଦାତା କମିଟି ସଭ୍ୟ ଭାବେ ମନୋନୀତ ହୋଇଥିବାବେଳେ ରାଜ୍ୟ ହସ୍ତତନ୍ତ ଉନ୍ନୟନ ସଂସ୍ଥା ଅଧ୍ୟକ୍ଷ, ଅନୁସୂଚିତ ଜାତି କଲ୍ୟାଣ କର୍ପୋରେଶନ ଅଧ୍ୟକ୍ଷ ଏବଂ ଓଡ଼ିଶା ଗୃହ ନିର୍ମାଣ ବୋର୍ଡ ଅଧ୍ୟକ୍ଷ ଦାୟିତ୍ୱ ତୁଲାଇଥିଲେ। ଏଥିସହିତ ସେ ପ୍ରଦେଶ କଂଗ୍ରେସ ଶ୍ରମ ସେଲ୍‌ ଆବାହକ, ପ୍ରଦେଶ କଂଗ୍ରେସ କମିଟି ବୁଦ୍ଧିଜୀବୀ ସେଲ୍‌ ଅଧ୍ୟକ୍ଷ ଭାବେ ମଧ୍ୟ ଦାୟିତ୍ୱ ନିର୍ବାହ କରିଥିଲେ। ଜଣେ ସାଇ ଅନୁଗାମୀ ଭାବେ ସେ ରାଜ୍ୟ ତଥା ରାଜ୍ୟ ବାହାରେ ବେଶ୍‌ ପରିଚିତ ଥିଲେ। ତାଙ୍କ ରଚିତ ‘ଶ୍ରୀ ଦତ୍ତସାଇ ମହିମା’, ‘ଶ୍ରଦ୍ଧାସବୁରି ଓ ସହନଶୀଳତା’ ପୁସ୍ତକ ଇଂଲିଶ ଭାଷାରେ ଅନୂଦିତ ହୋଇ ପାଠକୀୟ ଆଦୃତି ଲାଭ କରିଛି। ସେ ‘ଶ୍ରମିକ ଗୌରବ’, ‘ସାହିତ୍ୟ ଗୌରବ’, ‘ଉତ୍କଳ ବନ୍ଧୁ’, ‘ଉତ୍କଳ କେଶରୀ ସ୍ମାରକ’, ‘ପ୍ରତିଭା ପୂଜା’ ପୁରସ୍କାର ଭଳି ଅନେକ ସମ୍ମାନରେ ସମ୍ମାନିତ ହୋଇଛନ୍ତି।
ମୃତ୍ୟୁଶଯ୍ୟା ନିକଟରେ ବଡ଼ପୁଅ ଶାନ୍ତିବର୍ଦ୍ଧନ ମିଶ୍ର, ବଡ଼ବୋହୂ ଜାନକୀ ମିଶ୍ର, ସାନପୁଅ ଜୟବର୍ଦ୍ଧନ ମିଶ୍ର, ସାନବୋହୂ ମୋନାଲିସା ମିଶ୍ରଙ୍କ ସମେତ ଆତ୍ମୀୟସ୍ବଜନ ଉପସ୍ଥିତ ଥିଲେ। ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଅନ୍ତିମ ଦର୍ଶନ କରିଥିଲେ। ସୂଚନାଯୋଗ୍ୟ, ତାଙ୍କ ସହଧର୍ମିଣୀ ଆଲ୍ଲାଦିନୀ ମିଶ୍ରଙ୍କର ୨୦୧୮ ଡିସେମ୍ବର ୨୪ରେ ପରଲୋକ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri