ସାହିତି୍ୟକା ନିର୍ମଳାପ୍ରଭା ନାୟକଙ୍କ ପରଲୋକ

ଭୁବନେଶ୍ୱର,୭ା୨(ବ୍ୟୁରୋ):ବିଶିଷ୍ଟ ସାରସ୍ବତ ସାଧିକା ତଥା ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ ମା’ ନିର୍ମଳାପ୍ରଭା ନାୟକଙ୍କ ସୋମବାର ପରଲୋକ ଘଟିଛି। ତାଙ୍କୁ ୮୩ବର୍ଷ ବୟସ ହୋଇଥିଲା। ସେ କିଛିଦିନ ଧରି ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ। ୪ଦିନ ତଳେ ତାଙ୍କ ସ୍ବାସ୍ଥ୍ୟରେ ଅବନତି ଘଟିବାରୁ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ରାତି ପ୍ରାୟ ୯ଟାରେ ତାଙ୍କର ମୃତ୍ୟୁ ଘଟିଥିବା ପରିବାର ପକ୍ଷରୁ ସୂଚନା ଦିଆଯାଇଛି। ପରେ ପୁରୀ ସ୍ବର୍ଗଦ୍ୱାରଠାରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ତାଙ୍କ ମୃତ୍ୟୁରେ ସାହିତ୍ୟ, ରାଜନୀତି ଓ ସମାଜସେବା ସହ ଜଡିତ ବିଭିନ୍ନ ମହଲରେ ଗଭୀର ଶୋକ ପ୍ରକାଶ ପାଇଛି। ଓଡ଼ିଶା ସାହିତ୍ୟ ଏକାଡେମୀ ସଭାପତି ଡ. ହୃଷୀକେଶ ମଲ୍ଲିକ ଶୋକବ୍ୟକ୍ତ କରିଛନ୍ତି।
ସାହିତ୍ୟ କ୍ଷେତ୍ରରେ ନିର୍ମଳାପ୍ରଭାଙ୍କର ଅନେକ ଅବଦାନ ରହିଛି। ତାଙ୍କ ଲିଖିତ ‘ସାୟାହ୍ନର ସ୍ମୃତି’ ପୁସ୍ତକ ପାଇଁ ୨୦୨୦ ମସିହାରେ ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ‘ବରିଷ୍ଠ ସାରସ୍ବତ ସାଧିକା’ ପୁରସ୍କାର ପାଇଛନ୍ତି। ପୁରସ୍କାର ବାବଦରେ ପାଇଥିବା ଲକ୍ଷାଧିକ ଟଙ୍କାକୁ ସେ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଦାନ କରିଥିଲେ। ପରେ ଏହାର ଇଂଲିଶ ଅନୁବାଦ ‘ଟୁଇଲାଇଟ୍‌ ମେମୋରିଜ୍‌’ ପ୍ରକାଶ ପାଇଥିଲା।
ନିର୍ମଳାପ୍ରଭା ହେଉଛନ୍ତି ପାଟକୁରା ଗାନ୍ଧୀ ଭାବେ ପରିଚିତ ରାଜକିଶୋର ନାୟକଙ୍କ ଧର୍ମପତ୍ନୀ। ବିବାହ ପରେ ନିଜ ଚେଷ୍ଟାରେ ପାଠପଢି ସେ ଶିକ୍ଷୟିତ୍ରୀ ଭାବେ ୩୫ବର୍ଷରୁ ଅଧିକ ସମୟ କାର୍ଯ୍ୟକରି ଅବସର ଗ୍ରହଣ କରିଥିଲେ। ବିଶିଷ୍ଟ ନାରୀ ନେତ୍ରୀ ରମାଦେବୀ, ଅନ୍ନପୂର୍ଣ୍ଣା ମହାରଣା ପ୍ରମୁଖଙ୍କ ସହ ସେ କାମ କରିବା ସହିତ ୱାର୍ଦ୍ଧା ଓ ସେବାଗ୍ରାମ ଆଶ୍ରମରେ ମଧ୍ୟ ତାଲିମ ନେଇଥିଲେ। ଗାନ୍ଧୀଙ୍କ ଆଦର୍ଶରେ ପ୍ରଭାବିତ ହେବା ସହ ଠାକୁର ନିଗମାନନ୍ଦଙ୍କ ଆଧ୍ୟାତ୍ମିକ ମାର୍ଗରେ ନିଜକୁ ବ୍ରତୀ କରାଇଥିଲେ। ତାଙ୍କର ୨ପୁଅ ଓ ୩ଝିଅ ବିଭିନ୍ନ କ୍ଷେତ୍ରରେ ପ୍ରତିଷ୍ଠିତ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ହଜାରେ ଟ୍ରଫିରେ ୩ୟ ମ୍ୟାଚ ଖେଳିବେ କୋହଲି! ସାମ୍ନାକୁ ଆସିଲା ତାରିଖ, ଜାଣନ୍ତୁ ଅପଡେଟ୍‌

ନୂଆଦିଲ୍ଲୀ,୨୭।୧୨: ବିଜୟ ହଜାରେ ଟ୍ରଫିରେ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ବ୍ୟାଟିଂକୁ ପ୍ରଶଂସକମାନେ ପୂରା ଉପଭୋଗ କରିଥିଲେ। ଡିସେମ୍ବର ୨୪ ତାରିଖରେ ଉଭୟ ପ୍ରଥମ...

T20 World Cup 2026 ପୂର୍ବରୁ ଅଷ୍ଟ୍ରେଲିଆ ପାଇଁ ସତର୍କ ଘଣ୍ଟି, ଷ୍ଟାର ଖେଳାଳି ଆହତ

ନୂଆଦିଲ୍ଲୀ,୨୭।୧୨: ୨୦୨୬ ଟି-୨୦ ବିଶ୍ୱକପ୍ ଭାରତ ଏବଂ ଶ୍ରୀଲଙ୍କା ମିଳିତ ଭାବରେ ଆୟୋଜନ କରିବାକୁ ସ୍ଥିର ହୋଇଛି ଏବଂ ଆଇସିସି ଏହାର କାର୍ଯ୍ୟସୂଚୀ ପ୍ରକାଶ କରିଛି...

ମାତ୍ର ୨ଟି ମ୍ୟାଚ ଖେଳି ମାଲାମାଲ୍‌ ହେଲେ ବିରାଟ-ରୋହିତ, ବିଜୟ ହଜାରେ ଟ୍ରଫିରେ ମିଳିଲା ଏତେ ଦରମା

ନୂଆଦିଲ୍ଲୀ,୨୭।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ରୋହିତ ଶର୍ମା ଏବଂ ବିରାଟ କୋହଲି ବହୁ ବର୍ଷ ପରେ ଖେଳୁଥିବା ନଜର ଆସିଛନ୍ତି। ରିପୋର୍ଟ ହୋଇଥିଲା ଯେ...

ବନ୍ଧାହେଲେ କୋଟିପତି ଫରେଷ୍ଟର

ଭୁବନେଶ୍ୱର,୨୭।୧୨: କୋରାପୁଟ ଜିଲା ସେମିଳିଗୁଡ଼ା ଫରେଷ୍ଟର ନିରଞ୍ଜନ ଶତପଥୀ ଗିରଫ ହୋଇଛନ୍ତି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଭିଜିଲାନ୍ସ ବିଭାଗ ଗିରଫ କରିଛି।...

ଡିସେମ୍ବର ୩୧ ପୂର୍ବରୁ ଯଦି ନ କରନ୍ତି ଏହି କାମ, ତେବେ ବନ୍ଦ ହୋଇଯିବ ଆପଣଙ୍କର…

ନୂଆଦିଲ୍ଲୀ,୨୭।୧୨: ଯଦି ଆପଣ ଜଣେ କରଦାତା, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। PAN ଏବଂ ଆଧାରକୁ ଲିଙ୍କ କରିବା ଆଉ କେବଳ...

କ୍ୱିଭ ଉପରେ ପୁଣି ମିଶାଇଲ ସହ ଡ୍ରୋନ ଆକ୍ରମଣ କଲା ରୁଷିଆ, ପରିସ୍ଥିତି ଜଟିଳ

କ୍ୱିଭ,୨୭।୧୨: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ପ୍ରାୟ ଚାରି ବର୍ଷ ଧରି ଚାଲିଥିବା ସଂଘର୍ଷ ଦିନକୁ ଦିନ ଅଧିକ ଭୟଙ୍କର ହେଉଥିବା ପରି ମନେ ହେଉଛି।...

ସଜେଇ ହେଉଛି ଦାରିଙ୍ଗବାଡି: ଶୀତ ମହୋତ୍ସବ ପାଇଁ ବଢୁଛି ଉତ୍କଣ୍ଠା

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି।ଏଥିପାଇଁ ଦାରିଙ୍ଗବାଡି ଚଳ ଚଞ୍ଚଳ ହୋଇପଡିଛି।...

ଜିରୋ ନାଇଟ ସେଲିବ୍ରେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି: ନିୟୋଜିତ ରହିବେ…

ଭୁବନେଶ୍ୱର,୨୭।୧୨: ଜିରୋ ନାଇଟ ସେଲିବ୍ରେଶନ ପାଇଁ କମିସନରେଟ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏନେଇ ପୋଲିସ କମିସନର ସୁରେଶ ଦେବଦତ୍ତ ସିଂ ସୂଚନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri