ସାହିତି୍ୟକା ନିର୍ମଳାପ୍ରଭା ନାୟକଙ୍କ ପରଲୋକ

ଭୁବନେଶ୍ୱର,୭ା୨(ବ୍ୟୁରୋ):ବିଶିଷ୍ଟ ସାରସ୍ବତ ସାଧିକା ତଥା ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ ମା’ ନିର୍ମଳାପ୍ରଭା ନାୟକଙ୍କ ସୋମବାର ପରଲୋକ ଘଟିଛି। ତାଙ୍କୁ ୮୩ବର୍ଷ ବୟସ ହୋଇଥିଲା। ସେ କିଛିଦିନ ଧରି ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ। ୪ଦିନ ତଳେ ତାଙ୍କ ସ୍ବାସ୍ଥ୍ୟରେ ଅବନତି ଘଟିବାରୁ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ରାତି ପ୍ରାୟ ୯ଟାରେ ତାଙ୍କର ମୃତ୍ୟୁ ଘଟିଥିବା ପରିବାର ପକ୍ଷରୁ ସୂଚନା ଦିଆଯାଇଛି। ପରେ ପୁରୀ ସ୍ବର୍ଗଦ୍ୱାରଠାରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ତାଙ୍କ ମୃତ୍ୟୁରେ ସାହିତ୍ୟ, ରାଜନୀତି ଓ ସମାଜସେବା ସହ ଜଡିତ ବିଭିନ୍ନ ମହଲରେ ଗଭୀର ଶୋକ ପ୍ରକାଶ ପାଇଛି। ଓଡ଼ିଶା ସାହିତ୍ୟ ଏକାଡେମୀ ସଭାପତି ଡ. ହୃଷୀକେଶ ମଲ୍ଲିକ ଶୋକବ୍ୟକ୍ତ କରିଛନ୍ତି।
ସାହିତ୍ୟ କ୍ଷେତ୍ରରେ ନିର୍ମଳାପ୍ରଭାଙ୍କର ଅନେକ ଅବଦାନ ରହିଛି। ତାଙ୍କ ଲିଖିତ ‘ସାୟାହ୍ନର ସ୍ମୃତି’ ପୁସ୍ତକ ପାଇଁ ୨୦୨୦ ମସିହାରେ ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ‘ବରିଷ୍ଠ ସାରସ୍ବତ ସାଧିକା’ ପୁରସ୍କାର ପାଇଛନ୍ତି। ପୁରସ୍କାର ବାବଦରେ ପାଇଥିବା ଲକ୍ଷାଧିକ ଟଙ୍କାକୁ ସେ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଦାନ କରିଥିଲେ। ପରେ ଏହାର ଇଂଲିଶ ଅନୁବାଦ ‘ଟୁଇଲାଇଟ୍‌ ମେମୋରିଜ୍‌’ ପ୍ରକାଶ ପାଇଥିଲା।
ନିର୍ମଳାପ୍ରଭା ହେଉଛନ୍ତି ପାଟକୁରା ଗାନ୍ଧୀ ଭାବେ ପରିଚିତ ରାଜକିଶୋର ନାୟକଙ୍କ ଧର୍ମପତ୍ନୀ। ବିବାହ ପରେ ନିଜ ଚେଷ୍ଟାରେ ପାଠପଢି ସେ ଶିକ୍ଷୟିତ୍ରୀ ଭାବେ ୩୫ବର୍ଷରୁ ଅଧିକ ସମୟ କାର୍ଯ୍ୟକରି ଅବସର ଗ୍ରହଣ କରିଥିଲେ। ବିଶିଷ୍ଟ ନାରୀ ନେତ୍ରୀ ରମାଦେବୀ, ଅନ୍ନପୂର୍ଣ୍ଣା ମହାରଣା ପ୍ରମୁଖଙ୍କ ସହ ସେ କାମ କରିବା ସହିତ ୱାର୍ଦ୍ଧା ଓ ସେବାଗ୍ରାମ ଆଶ୍ରମରେ ମଧ୍ୟ ତାଲିମ ନେଇଥିଲେ। ଗାନ୍ଧୀଙ୍କ ଆଦର୍ଶରେ ପ୍ରଭାବିତ ହେବା ସହ ଠାକୁର ନିଗମାନନ୍ଦଙ୍କ ଆଧ୍ୟାତ୍ମିକ ମାର୍ଗରେ ନିଜକୁ ବ୍ରତୀ କରାଇଥିଲେ। ତାଙ୍କର ୨ପୁଅ ଓ ୩ଝିଅ ବିଭିନ୍ନ କ୍ଷେତ୍ରରେ ପ୍ରତିଷ୍ଠିତ।


Enter your email to get our daily news in your inbox.

All Right Reserved By Dharitri.Com

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri