ଡ୍ରେନରେ ପଡି ନାବାଳକ ମୃତ୍ୟୁ ଘଟଣା: ଦୋଷ ଲଦିଦେଲା ବିଏମସି

ଭୁବନେଶ୍ୱର,୨୦।୬: ଭୁବନେଶ୍ବରରେ ମୁକୁଳା ଡ୍ରେନକୁ ନେଇ ବାରାମ୍ବାର ଅଭିଯୋଗ ଉଠୁଥିଲେ ମଧ୍ୟ ଚେତୁନି ବିଏମସି। ଶୁକ୍ରବାର ଡ୍ରେନରେ ପଡି ନାବାଳକର ମୃତ୍ୟୁ ହେବା ପରେ ପୁଣି ଥରେ ବିବାଦ ମୁଣ୍ଡ ଟେକିଛି। ଗତକାଲି BMCକୁ ଏନେଇ ରିପୋର୍ଟ ମାଗିଥିଲେ ନଗର ଉନ୍ନୟନ ମନ୍ତ୍ରୀ। କେତେ ଡ୍ରେନ ମୁକୁଳା ଅଛି ଓ କେତେ କାମ ବାକି ରହିଛି ଏନେଇ ସମସ୍ତ ବିବରଣୀ ଦେବାକୁ କୁହାଯାଇଥିଲା। ଯାହାପରେ ନଗର ଉନ୍ନୟନ ବିଭାଗକୁ ରିପୋର୍ଟ ଦେଇଛି ବିଏମସି।

ରିପୋର୍ଟରେ ଡ୍ରେନେଜ ବିଭାଗର ଅଧକାରୀଙ୍କୁ ଦାୟୀ କରିଛି ବିଏମସି। ଏନେଇ ଜଣେ ଜେଇଙ୍କୁ କାରଣ ଦର୍ଶାଅ ନୋଟିସ ଜାରି ହୋଇଛି ବୋଲି ମେୟର ସୁଲୋଚନା ଦାସ ସୂଚନା ଦେଇଛନ୍ତି। ସ୍ମାର୍ଟସିଟି ଭୁବନେଶ୍ୱରବାସୀଙ୍କ ପାଇଁ କାଳ ସାଜୁଛି ମୁକୁଳା ଡ୍ରେନ୍‌। ସହରର ବିପର୍ଯ୍ୟସ୍ତ ଡ୍ରେନ୍‌ ବ୍ୟବସ୍ଥା ପାଇଁ ମୃତ୍ୟୁର କରାଳ ଆଁରେ ଚାଲି ଯାଉଛି ଗୋଟିଏ ପରେ ଗୋଟିଏ ଅମୂଲ୍ୟ ଜୀବନ। ମଙ୍ଗଳବାର ମୁକୁଳା ଡ୍ରେନ୍‌ରେ ପଡ଼ି ଜଣେ ନାବାଳକଙ୍କ ମୃତ୍ୟୁ ହୋଇଛି। ବିଏମ୍‌ସିର ବିଫଳତା ପାଇଁ ବାରମ୍ବାର ଏଭଳି ଅଘଟଣ ଘଟୁଥିବାବେଳେ କର୍ତ୍ତୃପକ୍ଷ ନିଦା ବିଷ୍ଣୁ ସାଜିଥିବା ମନେହେଉଛି। ଫଳରେ ଗତ ୯ବର୍ଷରେ ୮ଜଣଙ୍କ ଜୀବନ ଗଲାଣି। ଡ୍ରେନ ନିର୍ମାଣ ଠାରୁ ଆରମ୍ଭ କରି ଡ୍ରେନ ସଫା ପର୍ଯ୍ୟନ୍ତ ବିଏମ୍‌ସି ପ୍ରତିବର୍ଷ କୋଟିକୋଟି ଟଙ୍କା ଖର୍ଚ୍ଚ କରୁଛି। ମାତ୍ର ଅଧିକାଂଶ ଡ୍ରେନ ମୁକୁଳା ପଡ଼ିଥିବାବେଳେ ଆଉ କେତେକ ସ୍ଥାନରେ କୌଣସି ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଉ ନାହିଁ। ଅପରପକ୍ଷେ ସମସ୍ତ ଡ୍ରେନ୍‌ ଉପରେ ସ୍ଲାବ୍‌ ପକାଇବା ବାଧ୍ୟତାମୂଳକ ବୋଲି ପୂର୍ବରୁ ସୁପ୍ରିମକୋର୍ଟ ଏକ ରାୟରେ ନିର୍ଦ୍ଦେଶ ଦେଇଥିଲେ ମଧ୍ୟ ବିଏମ୍‌ସି ଏହାକୁ ପାଳନ କରୁନାହିଁ। ସେହିପରି ମୁକୁଳା ଡ୍ରେନ୍‌ ଗୋଟିଏ ପରେ ଗୋଟିଏ ଜୀବନ ନେଉଥିଲେ ମଧ୍ୟ ବିଏମ୍‌ସି କର୍ତ୍ତୃପକ୍ଷ ଚେତୁ ନାହାନ୍ତି। ବିଶେଷକରି ବର୍ଷାଦିନ ପୂର୍ବରୁ ଡ୍ରେନ୍‌ ସଫା କାମ ନ ସାରିବା, ସଫା ପରେ ସମ୍ପୃକ୍ତ ଡ୍ରେନ୍‌ରେ ତୁରନ୍ତ ଘୋଡ଼ଣୀ ନ ପକାଇବା, ଅଧିକାଂଶ ଡ୍ରେନ୍‌ ମୁକୁଳା ପଡ଼ିଥିବାବେଳେ ସେଥିରେ ସ୍ଲାବ ନ ପକାଇବା କିମ୍ବା ସତର୍କତାମୂଳକ ବାଉଁଶ ବ୍ୟାରିକେଡ୍‌ ବା ସତର୍କ ସୂଚନା ଫଳକ ନ ଲଗାଇବା କାରଣରୁ ବାରମ୍ବାର ଏଭଳି ଅଘଟଣ ଘଟି ଚାଲିଛି।

ସହରରେ ୭୭କି.ମି.ର ୧୦ଟି ମୁଖ୍ୟ ଡ୍ରେନ୍‌ ରହିଥିବାବେଳେ ୯୨୪.୨୭କି.ମି ଆଭ୍ୟନ୍ତରୀଣ ବା ଶାଖା ଡ୍ରେନ୍‌ ରହିଛି। ପ୍ରତିବର୍ଷ ନୂଆ ଡ୍ରେନ ନିର୍ମାଣ, ପୁନରୁଦ୍ଧାର ଓ ମରାମତି ବାବଦକୁ ବିଏମ୍‌ସି କୋଟିକୋଟି ଟଙ୍କା ଖର୍ଚ୍ଚ କରୁଥିବାବେଳେ ଏକାଧିକ ଏଜେନ୍ସି ଲଗାଇ କାମ କରାଉଛି। ଖରା କିମ୍ବା ଶୀତ ଦିନେ ଡ୍ରେନ୍‌ କାମ ନ ହୋଇ ବର୍ଷା ଆରମ୍ଭରୁ କାମ କରାଯାଉଛି। ଫଳରେ ଅଧିକାଂଶ ଅଞ୍ଚଳରେ ଅଧାପନ୍ତରିଆ ସଫେଇ କାମ ସହ ଡ୍ରେନ୍‌ ମୁକୁଳା ପକାଇ ଠିକାଦାର ଚାଲିଯାଉଛନ୍ତି। ଏପରି କି ନିର୍ମାଣ ସାମଗ୍ରୀ ଏବଂ ସଫେଇରୁ ବାହାରୁଥିବା ବର୍ଜ୍ୟ ଠିକ୍‌ ଭାବେ ଉଠାଯାଉ ନ ଥିବାରୁ ବର୍ଷା ହେଲେ ଜଳ ନିଷ୍କାସନ ବାଟ ବନ୍ଦ ହେଉଛି। ଅସରାଏ ବର୍ଷା ହେଲେ ଡ୍ରେନ୍‌, ରାସ୍ତା ସବୁ ଏକାକାର ହୋଇ ବାରମ୍ବାର ଦୁର୍ଘଟଣା ପଡୁଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ଅପହରଣ କରି ନେଇ ସମ୍ପର୍କୀୟଙ୍କ ଘରେ ରଖିଥିଲେ, ଅଭିଯୁକ୍ତ ନାବାଳକ ଅଟକ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ନାବାଳିକାଙ୍କ…

ତାମିଲନାଡୁରେ ଟ୍ରେନରୁ ଖସି ଓଡ଼ିଆ ଦାଦନ ଶ୍ରମିକ ମୃତ, ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ଏମ୍.ପି

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ତାମିଲନାଡୁରେ ଟ୍ରେନରୁ ଖସି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ପଞ୍ଚାୟତ ସାହିର ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କର ମୃତ୍ୟୁ ଘଟିଛି।…

ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି…

ନିଖୋଜ ଥିଲେ ମହିଳା, ଚାଷ ଜମିରୁ ଉଦ୍ଧାର ହେଲା ଗଳିତ ମୃତଦେହ: ପରିବାରରେ…

କୋକସରା, ୮।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼କେନ୍ଦୁଗୁଡ଼ା ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ମଙ୍ଗଳବାରଠାରୁ…

Mettle Meet 2026: ସିନିୟର୍ ଫାଇନାଲ୍‌ରେ ୮ ଟିମ୍‌, ଆସନ୍ତାକାଲି ବଡ଼ ଟକ୍କର

ଭୁବନେଶ୍ୱର,୮ା୮: ତୀବ୍ର ଓ ରୋମାଞ୍ଚକର ପ୍ରିଲିମ୍ସ ପ୍ରତିଯୋଗିତା ପରେ ‘ମେଟଲ ମିଟ୍‌-୨୦୨୬’ ଦଶମ ସଂସ୍କରଣର ସିନିୟର ଫାଇନାଲ୍‌ ପାଇଁ ଦୌଡ଼ ସଙ୍କୁଚିତ ହୋଇଛି। କଡ଼ା ଟକ୍କର ଦେଇ…

ଭାରତୀୟ ଖେଳାଳିଙ୍କ ବାରମ୍ବାର ଆଘାତ ପାଇଁ ବିସିସିଆଇର କାର୍ଯ୍ୟାନୁଷ୍ଠାନ, ନେଲା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ନୂଆଦିଲ୍ଲୀ,୮।୮: ଭାରତୀୟ କ୍ରିକେଟ ଦଳର ଅନେକ ଖେଳାଳି ବର୍ତ୍ତମାନ ଆହତ ହୋଇଛନ୍ତି, ଯାହା ଦଳ ପରିଚାଳନାକୁ ଚିନ୍ତିତ କରିଛି। ଅଧିନାୟକ ଶୁବମନ ଗିଲ ମଧ୍ୟ ଏହି ପ୍ରସଙ୍ଗ…

ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ବଡ଼ ଝଟକା!

ଚେନ୍ନାଇ,୮।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏସ. ଜୋସେଫ ବିଜୟ କେନ୍ଦ୍ରର ପ୍ରସ୍ତାବିତ ସୀମା ନିର୍ଦ୍ଧାରଣ ପ୍ରକ୍ରିୟା ଏବଂ ତାମିଲନାଡୁ ଉପରେ ଏହାର ସମ୍ଭାବ୍ୟ ପ୍ରଭାବ ବିଷୟରେ ଆଲୋଚନା କରିବା…

ହଷ୍ଟେଲ ଛାଡ଼ିଲେ ୧୪୦ ପିଲା, ବିଜେଡି-କଂଗ୍ରେସ ନେତା ବିଦ୍ୟାଳୟ ଗସ୍ତ କରି ସମସ୍ତ ଭିତ୍ତିଭୂମିର…

ଝରିଗାଁ,୮ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଛାତ୍ରାବାସରେ ରହୁଥିବା ଅନ୍ତେବାସୀଙ୍କ ନିମ୍ନମାନର ଖାଦ୍ୟ ଦେବା ସହ ଭିତ୍ତିଭୂମିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri