ମୃତ ଶିଶୁ ଜନ୍ମ ପରେ ନାବାଳିକା ଛାତ୍ରୀ ମୃତ୍ୟୁ ଘଟଣା: ଜିଲାପାଳଙ୍କ ଅଫିସ ଘେରିଲା ଭାଜପା ଯୁବ ମୋର୍ଚ୍ଚା

ଫୁଲବାଣୀ ଅଫିସ, ୧୭ା୧୦: ତୁମୁଡିବନ୍ଧ ବ୍ଲକ ବେଲଘର ଥାନା ରାଙ୍ଗାପାଜୁ ଆଶ୍ରମ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ରୀ ମୃତପିଲା ଜନ୍ମ ଦେବା ଓ ପରେ ତାଙ୍କର ମୃତ୍ୟୁ ହେବା ଘଟଣାକୁ ନେଇ ଜିଲାରେ ଅସନ୍ତୋଷ ଲାଗିରହିଛି। ପ୍ରକୃତ ଦୋଷୀଙ୍କୁ ପୋଲିସ ତଦନ୍ତ ପରିସରଭୁକ୍ତ କରୁନାହିଁ। ଦୋଷୀଙ୍କୁ ଘଣ୍ଟ ଘୋଡାଯାଉଛି ବୋଲି ଅଭିଯୋଗ ହୋଇଛି। ତେବେ ତୁରନ୍ତ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିରେ ସୋମବାର ଜିଲା ଭାଜପା ଯୁବ ମୋର୍ଚ୍ଚା ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯିବା ସହ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରାଯାଇଛି। ଭାଜପା ଯୁବ ମୋର୍ଚ୍ଚା କର୍ମକର୍ତ୍ତା ଏବଂ ବରିଷ୍ଠ କାର୍ଯ୍ୟକର୍ତ୍ତାମାନେ ସ୍ଥାନୀୟ ମାଦିକୁନ୍ଦା ଛକରୁ ଶୋଭାଯାତ୍ରାରେ ବାହାରି ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚିଥିଲେ। ସେଠାରେ ପୋଲିସ ସହ ଧସ୍ତାଧସ୍ତି ହୋଇଥିଲା। ଜିଲାରେ ବାରମ୍ବାର ଆଦିବାସୀ ନାବାଳିକାଙ୍କୁ ନେଇ ଏଭଳି ଘଟଣା ଲୋକାଲୋଚନକୁ ଆସୁଛି। କିନ୍ତୁ ପ୍ରଶାସନ କୁମ୍ଭକର୍ଣ୍ଣ ନିଦ୍ରାରେ ରହି ଆଦିବାସୀଙ୍କ ଜୀବନ ସହ ଖେଳୁଛି ବୋଲି ଯୁବମୋର୍ଚ୍ଚା ସଭାପତି ଗୋଲକ ବିହାରୀ କହଁର ଏବଂ ସାଧାରଣ ସମ୍ପାଦକ ଜଗନ୍ନାଥ ସାହୁ ପ୍ରମୁଖ କହିଛନ୍ତି। ରାଜ୍ୟ ସଂଯୋଜକ ନାରାୟଣ କର୍ମୀ କାର୍ଯ୍ୟକ୍ରମରେ ସାମିଲ ହୋଇ କେବଳ ଭୋଟ ରାଜନୀତି ପାଇଁ ଆଦିବାସୀଙ୍କୁ ରାଜ୍ୟ ସରକାର ବ୍ୟବହାର କରୁଛନ୍ତି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri