Posted inଜାତୀୟ

ମୁଲାୟମଙ୍କ ପରଲୋକ…

ନୂଆଦିଲ୍ଲୀ/ଗୁରୁଗ୍ରାମ,୧୦।୧୦ : ସମାଜବାଦୀ ପାର୍ଟିର ସଂସ୍ଥାପକ ତଥା ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂ ଯାଦବଙ୍କ ପରଲୋକ ଘଟିଛି। ଦୀର୍ଘଦିନ ଧରି ସେ ଅସୁସ୍ଥଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ହୋଇଥିଲା। ସୋମବାର ପୂର୍ବାହ୍ନ ୮ଟା ୨୦ରେ ସେ ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।

ଗତ ୧୦ ଦିନ ଧରି ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲର ଆଇସିୟୁ ଏବଂ କ୍ରିଟିକାଲ କେୟାର ୟୁନିଟ (ସିସିୟୁ)ରେ ଚିକିତ୍ସିତ ହେଉଥିଲେ।

କିଡ଼ନୀ ସମସ୍ୟା ସହିତ ତାଙ୍କର ଅନ୍ୟ ସମସ୍ୟା ମଧ୍ୟ ଥିଲା। ଏହାଯୋଗୁ ତାଙ୍କ ଶରୀରର ଏକାଧିକ ଅଙ୍ଗ ଅକାମୀ ହୋଇପଡ଼ିଥିଲା।
ସମାଜବାଦୀ ପାର୍ଟିର ଟୁଇଟର ହ୍ୟାଣ୍ଡେଲରେ ଅଖିଳେଶ ଯାଦବ ଏ ସମ୍ପର୍କରେ ସୂଚନା ପ୍ରଦାନ କରିଛନ୍ତି।

୧୯୬୭ ରେ ମୁଲାୟମ ପ୍ରଥମ ଥର ପାଇଁ ଜଣେ ବିଧାୟକ ହୋଇଥିଲେ। ସେ ଆଠ ଥର ବିଧାୟକ ଏବଂ ସାତଥର ଏମ୍‌ପି ଭାବେ ନିର୍ବାଚିତ ହୋଇଥିଲେ। ସେ ତିନିଥର ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଏବଂ ଦୁଇଥର କେନ୍ଦ୍ରରେ ମନ୍ତ୍ରୀ ଥିଲେ। ଦେଶର ପ୍ରତିରକ୍ଷା ମନ୍ତ୍ରୀ ଭାବରେ ମୁଲାୟମ ସିଂ ଯାଦବ ସୀମାକୁ ଯାଇ ସେନାବାହିନୀଙ୍କର ହୃଦୟ ଜିତିଥିଲେ।

୧୯୩୯ ନଭେମ୍ବର ୨୨ରେ ସେ ଇଟଓ୍ବା ଜିଲାର ସାଫାଇ ଗାଁରେ ଜନ୍ମଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri