ମୁମ୍ବାଇ ଜଗନ୍ନାଥ ମନ୍ଦିର ସଭାପତିଙ୍କ ପରଲୋକ

ହିଞ୍ଜିଳିକାଟୁ,୭।୪(ଡି.ଏନ୍‌.ଏ.): ମୁମ୍ବାଇ ସାକିନାକାସ୍ଥିତ ଜଗନ୍ନାଥ ମନ୍ଦିରର ପ୍ରତିଷ୍ଠାତା ତଥା ହିଞ୍ଜିଳିର ଜଣେ ଜଣାଶୁଣା ବ୍ୟକ୍ତି ରମେଶ ମୁନିଙ୍କ ଶୁକ୍ରବାର ପରଲୋକ ହୋଇଛି। ହିଞ୍ଜିଳି ଦେଉଳ ବନ୍ଧରେ ବୁଡ଼ି ତାଙ୍କର ମୃତ୍ୟୁ ଘଟିଛି। ଏହି ଦୁଃଖଦ ଖବର ନେଇ ହିଞ୍ଜିଳିକାଟୁ ସମେତ ମୁମ୍ବାଇରେ ରହୁଥିବା ଓଡ଼ିଆଙ୍କ ମଧ୍ୟରେ ଗଭୀର ଶୋକ ପ୍ରକାଶ ପାଇଛି।

ମିଳିଥିବା ସୂଚନା ମୁତାବକ, ହିଞ୍ଜିଳି ବଡ଼ସାହିର ଜଣେ ବ୍ୟକ୍ତିଙ୍କ ଶୁକ୍ରବାର ସକାଳେ ମୃତ୍ୟୁ ଘଟିଥିଲା। ଏହି ଖବର ପାଇ ରମେଶ ଅନ୍ୟମାନଙ୍କ ସହ ଅନ୍ତ୍ୟେଷ୍ଟିକ୍ରିୟାରେ ଯୋଗଦେଇଥିଲେ। ମଧ୍ୟାହ୍ନରେ ଶଶ୍ମାନରୁ ଫେରି ଘର ସମ୍ମୁଖରେ ଥିବା ଦେଉଳ ବନ୍ଧକୁ ଗାଧୋଇବାକୁ ଯାଇଥିଲେ। ପହଁରିବା ପାଇଁ ସେ କିଛିଦୂର ପୋଖରୀ ଭିତରକୁ ଯାଇ ଆଉ କୂଳକୁ ଆସିପାରି ନ ଥିଲେ। ନିକଟରେ ଥିବା ଅନ୍ୟମାନେ ତାଙ୍କୁ ଗଭୀର ପାଣିରୁ ଉଦ୍ଧାର କରି ହିଞ୍ଜିଳିକାଟୁ ଉପଖଣ୍ଡ ଡାକ୍ତରଖାନାକୁ ଆଣିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏହି ଖବର ପ୍ରଚାର ହେବା ପରେ ଅଞ୍ଚଳରେ ଶୋକ ଖେଳିଯାଇଛି।

୪ ଦିନ ତଳେ ରମେଶ ମୁମ୍ବାଇରୁ ହିଞ୍ଜିଳି ଆସିଥିଲେ। ମୁଖ୍ୟତଃ ରମେଶ ତାଙ୍କ ପରିବାର ସହ ମୁମ୍ବାଇରେ ରହୁଥିଲେ। ଏହି ଦୁଃଖଦ ଖବର ମୁମ୍ବାଇରେ ରହୁଥିବା ତାଙ୍କ ପରିବାରକୁ ଜଣାଯାଇଛି। ହିଞ୍ଜିଳି ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ଼ ମେଡିକାଲ ପଠାଇଛନ୍ତି। ଏନେଇ ଥାନାରେ ଏକ ମାମଲା(ନଂ.୭/୨୩) ରୁଜୁ ହୋଇ ଘଟଣାର ତଦନ୍ତ ଚାଲିଥିବା ଥାନା ଆଇଆଇସି ଅଭିମନ୍ୟୁ ଦାସ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ମୋହନା ପୋଲିସ ପକ୍ଷରୁ ନୂତନ ଜଳଛତ୍ର ଉଦଘାଟନ: ସଚେତନ ବାର୍ତ୍ତା ଦେଲେ ଥାନା ଅଧିକାରୀ

ମୋହନା,୭।୪: ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଗଜପତି ଜିଲା ମୋହନା ଥାନା ପକ୍ଷରୁ ଆଜି ନୂତନ ଜଳଛତ୍ର ଖୋଲାଯାଇଛି। ଏହି…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri