ନବଜାତକର ମୃତ୍ୟୁ: ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଉତ୍ତେଜନା

ପାଟଣା,୨୩ା୧(ସ୍ବ.ପ୍ର.): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ଉଦୟପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାରେ ଜଣେ ପ୍ରସୂତିଙ୍କୁ ଡାକ୍ତରଙ୍କ ଅବହେଳା ଯୋଗୁ ନବଜାତ ଶିଶୁପୁତ୍ରର ମୃତ୍ୟୁର ହୋଇଥିବା ଅଭିଯୋଗ ହୋଇଛି।

ସୂଚନାନୁଯାୟୀ ମୋଉଦୀପା ଗ୍ରାମର ପଙ୍କଜ ନାଏକଙ୍କ ସ୍ତ୍ରୀ ଅନୀତାଙ୍କର ରବିବାର ସନ୍ଧ୍ୟାରେ ପ୍ରସବ ବେଦନା ହେବାରୁ ଉଦୟପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ବିଳମ୍ବିତ ରାତିରେ ପ୍ରସବ ବେଳକୁ ଡାକ୍ତର ଶ୍ୟାମସୁନ୍ଦର ଟୁଡୁଙ୍କୁ ଡାକିବାରୁ ସେ ଆସି ନ ଥିଲେ। ଫଳରେ ପ୍ରସୂତି ସ୍ବାସ୍ଥ୍ୟକେନ୍ଦ୍ରରେ ନବଜାତ ଶିଶପୁତ୍ରକୁ ଜନ୍ମ ଦେବା ପରେ ଶିଶୁପୁତ୍ରଟି ଆଉ ରାହା ଦେଇ ନ ଥିଲା। ଏହାପରେ ବି ଡାକ୍ତର ନ ଆସିବାରୁ ନବଜାତ ଶିଶୁପୁତ୍ରର ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ତେବେ ସୋମବାର ଏହାକୁ ନେଇ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଉତ୍ତେଜନା ପ୍ରକାଶ ପାଇଥିବାରୁ ଡାକ୍ତର ଶ୍ୟାମସୁନ୍ଦର ଟୁଡୁ ଫେରାର ହୋଇ ଯାଇଥିବା ଜଣାପଡ଼ିଛି। ଅନ୍ୟପଟେ ମେଡିକାଲରେ ଡାକ୍ତର ନ ଥିବାରୁ ପ୍ରସୂତିଙ୍କ ମଧ୍ୟ ସ୍ବାସ୍ଥ୍ୟାବସ୍ଥା ଗୁରୁତର ଥିବା ଜଣାପଡ଼ିଛି l ପ୍ରସୂତିଙ୍କୁ ଅନ୍ୟ ମେଡିକାଲକୁ ନେବାକୁ ପରିବାର ଲୋକେ ଚାହୁଁ ଥିଲେ ମଧ୍ୟ ରେଫର କରିବାକୁ ଡାକ୍ତର ନ ଥିବାରୁ ଅନ୍ୟ ମେଡିକାଲକୁ ନେଇ ପାରୁ ନାହାନ୍ତି ବୋଲି ପରିବାର ଲୋକେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାହାଯ୍ୟ ମାଗିବା ବାହାନାରେ ଶିକ୍ଷକଙ୍କଠାରୁ ବାଇକ୍‌ ନେଇ ଚମ୍ପଟ ମାରିଲେ ଦୁର୍ବୃତ୍ତ, ଢ଼ାବା ଆଗରେ…

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳରେ ଏକ ଚମକାଇ ଦେଲା ଭଳି ବାଇକ ଚୋରି ଘଟଣା ସାମ୍ନାକୁ ଆସିଛି। ଜଣେ ଦୁର୍ବୃତ୍ତ ସାହାଯ୍ୟ…

ମାଳିକାରେ ବଡ଼ ଚେତାବନୀ! ଆସୁଛି ଭୟଙ୍କର ପ୍ରଳୟ, ଓଡ଼ିଶାରେ…

୬୦୦ ବର୍ଷ ପୂର୍ୱେ ରଚିତ ଭବିଷ୍ୟବାଣୀ ଗ୍ରନ୍ଥ ‘ମାଳିକା’କୁ ନେଇ ଏବେ ସାରା ଦେଶରେ ଚର୍ଚ୍ଚା ଜୋର୍‌ ଧରିଛି। ବିଶ୍ୱରେ ଚାଲିଥିବା ଯୁଦ୍ଧ ପରିସ୍ଥିତି, ପ୍ରାକୃତିକ ବିପର୍ଯ୍ୟୟ…

କଣମଣା ମୁଖ୍ୟ ରାସ୍ତାରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଘଟଣାସ୍ଥଳରେ ଚାଲିଗଲା ସୁରେଶଙ୍କ ଜୀବନ, ଅନ୍ୟ ଜଣେ…

ଛତ୍ରପୁର,୨୬।୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦୁଇଟି ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣଙ୍କର ଘଟଣାସ୍ଥଳରେ…

ପୁରୁଷୋତ୍ତମପୁରରେ ଭାଜପା ଦୁଇ ଫାଳ: MPଙ୍କ ନାଁ ନ ଥିବାରୁ ଫଳକ ଭାଙ୍ଗିଲେ ସମର୍ଥକ, ଫ୍ଲେକ୍ସି ଲଗାଇ ଶିଳାନ୍ୟାସ କଲେ…

ପୁରୁଷୋତ୍ତମପୁର, ୨୬।୫ (ସବିତା ମିଶ୍ର):  ରାଜ୍ୟରେ ପ୍ରଥମ ଥର ପାଇଁ ଭାଜପା ସରକାର ଗଠନ ହେବାର ଦୁଇ ବର୍ଷ ମଧ୍ୟରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦଳ…

କର୍ନାଟକ ରାଜନୀତିରେ ଭୂକମ୍ପ! ପଦ ଛାଡ଼ିବେ ସିଦ୍ଧାରାମୈୟା; ଡି.କେ ଶିବକୁମାରଙ୍କ ହାତକୁ ଯିବ କ୍ଷମତାର ଚାବିକାଠି?

ବେଙ୍ଗାଲୁରୁ,୨୬।୫: କର୍ନାଟକ ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ମିଳିଥିବା ସୂଚନା ଅନୁଯାୟୀ, କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଧାରାମୈୟା ନିଜ ପଦରୁ ଇସ୍ତଫା ଦେଇପାରନ୍ତି। ତାଙ୍କ ସ୍ଥାନରେ…

ଲେବାନନ୍‌ରେ ଇସ୍ରାଏଲ୍‌ର ଏୟାରଷ୍ଟ୍ରାଇକ୍‌

ବେରୁଟ୍‌,୨୬ା୫: ଲେବାନନ୍‌ର ଏକ ଗ୍ରାମ ଉପରେ ଇସ୍ରାଏଲୀ ସେନା ଏୟାରଷ୍ଟ୍ରାଇକ୍‌ କରିବାରୁ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ସେଠାର ସରକାରୀ ଗଣମାଧ୍ୟମ ପ୍ରକାଶ କରିଛି। ଲେବାନନ୍‌କୁ ଇସ୍ରାଏଲ…

ଭାରତ ହାତରେ ଲାଗିଲା ‘କୁବେର ଭଣ୍ଡାର’, ମାଟିତଳୁ ମିଳିଲା କୋଟି କୋଟି ଟଙ୍କାର… ଚୀନର ଉଡ଼ିଗଲା ନିଦ!

ନୂଆଦିଲ୍‌ଲୀ,୨୬।୫: ପଶ୍ଚିମ ରାଜସ୍ଥାନର ବାଲୋତ୍ରା ଜିଲାରେ ପ୍ରାୟ ୭୫୦ ବର୍ଗ କିଲୋମିଟର ପତିତ ଜମି ତଳେ ବିପୁଳ ପରିମାଣର ‘ରେୟାର୍‌ ଆର୍ଥ ଏଲିମେଣ୍ଟସ’ (Rare Earth Elements…

ମିଥୁନ ରାଶିରେ ବୁଧଙ୍କ ଗୋଚର: ମେ’ ୨୯ରୁ ଜୁଲାଇ ୨୨ ଯାଏ ଏହି ୪ଟି ରାଶି ରୁହନ୍ତୁ ସାବଧାନ! ନଚେତ…

ଜ୍ୟୋତିଷ ଶାସ୍ତ୍ରରେ ବୁଧ ଗ୍ରହକୁ ବୁଦ୍ଧି, ବାଣୀ, ତର୍କ, ଯୋଗାଯୋଗ, ବ୍ୟାପାର ଏବଂ ନିଷ୍ପତ୍ତି ନେବାର କ୍ଷମତାର କାରକ ବୋଲି ମାନାଯାଏ। ସେଥିପାଇଁ ବୁଧ ଗ୍ରହଙ୍କର ଯେକୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri