ପୁଣି ଦାଦନ ଦୁଃଖ, ସୁରଟରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ଖଲ୍ଲିକୋଟ,୧୨ା୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ କେଶପୁର ପାଟଣା ସାହିର ମୂଳିଆ ସାହୁଙ୍କ ପୁଅ ସୁରଥ ସାହୁ (୪୨) କାମ କରିବା ପାଇଁ ଗତ ବର୍ଷେ ତଳେ ସୁରଟ ଯାଇଥିଲେ। ସେଠାରେ ଏକ ଘରୋଇ କମ୍ପାନୀରେ ଶ୍ରମିକ ଭାବେ କାମ କରୁଥିଲେ। ଗାଁ ରେ ବାପା, ମାଆଙ୍କ ସହ ସ୍ତ୍ରୀ, ଗୋଟିଏ ପୁଅ ଓ ଗୋଟିଏ ଝିଅ ରହୁଥିଲେ। ସୁରଟରେ ରୋଜଗାର କରି ଯାହା ଟଙ୍କା ପଠାନ୍ତି, ସେଥିରେ ଘର ଚଳୁଥିଲା। ସ୍ତ୍ରୀ, ପୁଅ, ଝିଅଙ୍କୁ ଦେଖିବା ପାଇଁ ଏହି ପଣା ସଂକ୍ରାନ୍ତି ବା ମେରୁ ସଂକ୍ରାନ୍ତିରେ ସେ ଗାଁକୁ ଫେରିଥାନ୍ତେ। ହେଲେ ସେ ଫେରିବା ପୂର୍ବରୁ ଆସିଲା ବଡ଼ ଦୁଃଖଦ ଖବର।

ଶନିବାର ସକାଳ ୭ ଟାରେ ସୁରଥ ରୁମରେ ବିଶ୍ରାମ ନେଉଥିବା ବେଳେ ହଠାତ ଅସୁସ୍ଥତା ଅନୁଭବ କଲେ। ତୁରନ୍ତ ତାଙ୍କୁ ସାଥିମାନେ ମେଡିକାଲକୁ ଚିକିତ୍ସା ପାଇଁ ନେଇଥିଲେ। କିନ୍ତୁ ଡାକ୍ତର ସେଠାରେ ମୃତ ଘୋଷଣା କରିଥିଲେ। ସୁରଥ ଫେରିବେ ବୋଲି ଖୁସିରେ ଥିବା ପରିବାର ତାଙ୍କ ମୃତ୍ୟୁ ଖବର ପାଇ ଦୁଃଖରେ ଭାଙ୍ଗି ପଡିଛନ୍ତି।

ମୃତ ସୁରଥଙ୍କ ବାପା, ମାଆ, ସ୍ତ୍ରୀ, ଯୁକ୍ତ ଦୁଇରେ ପଢ଼ୁଥିବା ପୁଅ ଓ ଷଷ୍ଠ ଶ୍ରେଣୀରେ ପଢ଼ୁଥିବା ଝିଅ ମୁଣ୍ଡ ପିଟି କାନ୍ଦୁଛନ୍ତି। ଏହି ଦୃଶ୍ୟ ଯିଏ ଦେଖୁଚି ତା ଆଖିରେ ଲୁହ ଆସି ଯାଉଛି। ଘରର ଏକମାତ୍ର ରୋଜଗାରିଆ ପୁଅକୁ ହରାଇ ପୁରା ପରିବାର ସ୍ତବ୍ଧ ହୋଇଯାଇଛନ୍ତି। ମୃତ ସୁରଥଙ୍କ ମୃତଦେହକୁ ଗାଁ କୁ ଫେରାଇ ଆଣିବାକୁ ପରିବାର ଲୋକେ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦବିଲା ୫୩ ନମ୍ବର ଜାତୀୟ ରାଜପଥ: ଓଲଟିଲା ୩ ଟ୍ରକ୍‌, ନିମ୍ନମାନର ନିର୍ମାଣ ନେଇ…

ମହାକାଳପଡ଼ା, ୧୬/୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଅଧୀନ ନୀଳାଚଳ ଛକ ନିକଟରେ ୫୩ ନମ୍ବର ଜାତୀୟ ରାଜପଥର ପାର୍ଶ୍ୱ ରାସ୍ତା ଭୁଶୁଡ଼ି…

ଭଦ୍ରକରେ ପୁଣି ବନ୍ୟା: ବିପଦ ସଙ୍କେତ ଟପିଲା ବୈତରଣୀ, ସଙ୍କେତ ଛୁଇଁବ ସାଳନ୍ଦୀ

ଭଦ୍ରକ, ୧୬/୮ (ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ପ୍ରଭାବିତ କରୁଥିବା ଦୁଇ ପ୍ରମୁଖ ନଦୀ ବୈତରଣୀ ଓ ସାଳନ୍ଦୀରେ ରବିବାର ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି…

ରାଷ୍ଟ୍ରପତି କଲେ ଅନୁମୋଦନ: କଳାହାଣ୍ଡି ପୁଅ ପାଇବେ ବୀରତ୍ବ ସେନାପଦକ

ଭବାନୀପାଟଣା,୧୬।୮(ଉତ୍ତମ କୁମାର ଦାଶ): ସ୍ୱାଧୀନତା ଦିବସ ପୂର୍ବ ସଂନ୍ଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରତିରକ୍ଷା ବାହିନୀ ଏବଂ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀର କର୍ମଚାରୀମାନଙ୍କୁ ୧୩ ଟି…

ସରକାରୀ କାର୍ଯ୍ୟାଳୟରେ ଯନ୍ତ୍ରୀ ଉଡ଼ାଇଲେ ଓଲଟା ଜାତୀୟ ପତାକା: ପ୍ରଶାସନ ପଦକ୍ଷେପକୁ ଅପେକ୍ଷା

ମହାକାଳପଡ଼ା, ୧୬।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଥିବା ମହାକାଳପଡ଼ା ଗ୍ରାମ୍ୟ ଉନ୍ନୟନ ଉପଖଣ୍ଡ ସ୍ତରୀୟ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ…

ରେଳବାଇରେ ସରକାରୀ ଚାକିରି ସୁଯୋଗ: ୩୯୯୩ JE ପଦବୀ ପାଇଁ ଆବେଦନ ଆରମ୍ଭ

ନୂଆଦିଲ୍ଲୀ,୧୬।୮: ରେଳବାଇରେ ସରକାରୀ ଚାକିରି ପାଇବାର ସ୍ୱପ୍ନ ଦେଖୁଥିବା ପରୀକ୍ଷାର୍ଥୀଙ୍କ ପାଇଁ ଖୁସିଖବର। ଆରଆରବି (RRB)ର ଜୁନିୟର ଇଞ୍ଜିନିୟର (JE) ନିଯୁକ୍ତି ପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା…

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri