ଚାଲିଗଲା ଯାତ୍ରୀଙ୍କ ଜୀବନ

ନୂଆପଡ଼ା ଅଫିସ,୪।୪: ନୂଆପଡା ଜିଲା ସଦର ମହକୁମାସ୍ଥିତ ଏକତା ଛକଠାରେ ସୋମବାର ସକାଳେ ଏକ ଅଭାବନୀୟ ଘଟଣା ଘଟି ଯାଇଛି। ଏକ ଘରୋଇ ବସ୍‌ କର୍ମଚାରୀଙ୍କ ଖାମଖିଆଲି ମନୋଭାବ ଯୋଗୁ ଜଣେ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ ବରଗଡ ଜିଲା ପାଇକମାଲ ଥାନା ଛେତେଙ୍ଗା ଗ୍ରାମର ମହେନ୍ଦ୍ର ପଟେଲ (୩୪)। ପ୍ରାପ୍ତ ସୂଚନା ମୁତାବକ ଏକ ଘରୋଇ ବସ୍‌ ଯୋଗେ ମହେନ୍ଦ୍ର କୌଣସି କାମରେ ଭୋର ସକାଳୁ ରାୟପୁର ଯାଉଥିଲେ। ନୂଆପଡା ପହଞ୍ଚତ୍ବା ପୂର୍ବରୁ ବରତୁଣ୍ଡା ନିକଟରେ ସେ ଅସୁସ୍ଥ ଅନୁଭବ କରିଥିଲେ। ତାଙ୍କ ସହିତ ସିଟରେ ବସିଥିବା ଜଣେ ବ୍ୟକ୍ତି ବସ୍‌ କର୍ମଚାରୀଙ୍କୁ ଜଣାଇଥିଲେ। ହେଲେ ବସ କର୍ମଚାରୀ ନୂଆପଡାରେ ଓହ୍ଲାଇବାକୁ ଦେବୁ ବୋଲି କହିଥିଲେ। ନୂଆପଡା ଏକତା ଛକରେ ଛାଡି ପଲାଇ ଯାଇଥିଲେ। ସେଠାରେ ମହେନ୍ଦ୍ର ଛଟପଟ ହୋଇ ପ୍ରାୟ ଅଧା ଘଣ୍ଟା ପଡି ରହିବା ପରେ ଚେତାଶୂନ୍ୟ ହୋଇ ଯାଇଥିଇଲେ। ନୂଆପଡା ଥାନା ପୋଲିସ ଖବର ପାଇ ମହେନ୍ଦ୍ରଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏକତା ଛକଠାରୁ ଜିଲା ମୁଖ୍ୟ ଚିକିତ୍ସାଳୟ ମାତ୍ର ୧୦୦ ମିଟର ଦୂର। ବସ୍‌ କର୍ମଚାରୀ ଚାହିଁଥିଲେ ଚିକିତ୍ସାଳୟକୁ ପହଞ୍ଚାଇ ପାରିଥାନ୍ତା ଏବଂ ଏକ ଜୀବନ ବଞ୍ଚତ୍ୟାଇ ପାରିଥାନ୍ତା ବୋଲି ସାଧାରଣରେ ଆଲୋଚନା ହେଉଛି। ସରକାରଙ୍କ ନିୟମ ଅନୁସାରେ ଘରୋଇ ବସ ମାଲିକମାନେ ଚଲାଉ ନାହାନ୍ତି। ବସ୍‌ରେ କୌଣସି ସୁବିଧା ନାହିଁ। ନିଜ ମନମୁତାବକ ଚଲାଉଛନ୍ତି ବୋଲି ସାଧାରଣରେ ଅଭିଯୋଗ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri