ଅପରେଶନ ପରେ ଚିକିତ୍ସା ଅବହେଳାରୁ ରୋଗୀଙ୍କ ମୃତ୍ୟୁ

କେନ୍ଦୁଝର,୧୪ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ବ୍ଲକ୍‌ ଅନ୍ତର୍ଗତ ପଦ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ଅବହେଳାରୁ ରୋଗୀଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ମୃତକ ବାଉରୀପଦା ପଞ୍ଚାୟତ ମହାଦେଇପୁର ଗ୍ରାମର ଭଦ୍ରୁ ବେହେରା (୫୫)। ସାମାଜିକ ସଂଗଠନ ଓ ପରିବାର ଲୋକଙ୍କ ପକ୍ଷରୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀଙ୍କୁ ଭେଟି କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି।

ପ୍ରକାଶ ଯେ, ଭଦ୍ରୁଙ୍କୁ ଜୁଲାଇ ୯ରେ ପରିବାର ଲୋକେ ହାଇଡ୍ରୋସିଲ ଅପରେଶନ ପାଇଁ ପଦ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ତାଙ୍କର ଅପରେଶନ ହୋଇଥିବା ବେଳେ ୩ ଦିନ ସେଠାରେ ଚିକିତ୍ସାଧୀନ ଥିଲେ। ସ୍ବାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ଜୁଲାଇ ୧୩ରେ କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଥିଲା। ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ଚିକିତ୍ସାରେ ଅବହେଳା ଯୋଗୁ ଭଦ୍ରୁଙ୍କ ମୃତ୍ୟୁ ହୋଇଥିବା ତାଙ୍କ ପୁଅ ବାପି ବେହେରା ଅଭିଯୋଗ କରିଛନ୍ତି। ଅସ୍ତ୍ରୋପ୍ରଚାର କରିଥିବା ଡାକ୍ତର ରୋଗୀଙ୍କ କିଡ୍‌ନୀ ଖରାପ ଥିବା କହୁଛନ୍ତି। ମାତ୍ର ଜିଲା ମୁଖ୍ୟ ଚିକିତ୍ସାଧିକାରୀ ରୋଗୀଙ୍କ ହୃଦୟର ସମସ୍ୟା ଥିବା କହିଥିଲେ। ଅପରେଶନ ପୂର୍ବରୁ ବିଭିନ୍ନ ପରୀକ୍ଷା କରାଯାଇଥିଲେ ହେଁ କ’ଣ ପାଇଁ ଅନ୍ୟାନ୍ୟ ରୋଗ ସମ୍ପର୍କରେ ଜଣାଇ ନ ଥିଲେ ବୋଲି ପରିବାର ଲୋକେ ପ୍ରକାଶ କରିଛନ୍ତି।

ଏଣୁ ସ୍ବାସ୍ଥ୍ୟ ବିଭାଗ ଏହାର ତଦନ୍ତ କରି ତୁରନ୍ତ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି ହୋଇଛି। ମୃତକଙ୍କ ପରିବାରକୁ ସରକାରୀ ସହାୟତା ପ୍ରଦାନ କରିବାକୁ ସ୍ଥାନୀୟ ସାମାଜିକ କର୍ମୀ ଶୈଳବାଳା ପରିଡ଼ା, ପୁଷ୍ପାଞ୍ଜଳି ବେହେରା, ସସ୍ମିତା ମହାନ୍ତ, ସରୋଜ ସାହୁ, ଜୟକୃଷ୍ଣ ନାଏକ ସହିତ ବୁଦ୍ଧିଜୀବୀ ସମାଜସେବୀ ଓ ବିଭିନ୍ନ ସଂଗଠନ ଦାବି କରିଛନ୍ତି।

ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଡା. ଏସସି ବାଗ କହିଛନ୍ତି, ଅଭିଜ୍ଞ ଡାକ୍ତରଙ୍କ ଉପସ୍ଥିତିରେ ଜୁଲାଇ ୯ରେ ଅପରେଶନ କରାଯାଇଥିଲା। ଶନିବାର ରୋଗୀଙ୍କୁ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁର ପ୍ରକୃତ କାରଣ ବ୍ୟବଚ୍ଛେଦ ପରେ ଜଣାପଡ଼ିବ। ମୃତକଙ୍କ ପରିବାରକୁ ସମସ୍ତ ପ୍ରକାର ସହାୟତା ଯୋଗାଇଦେବାକୁ ଚେଷ୍ଟା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଚୁଟ୍‌କିରେ ଉଠାଇପାରିବେ PFରୁ ଟଙ୍କା: UPIରୁ ସିଧା ଆକାଉଣ୍ଟକୁ ଆସିବ, EPFO ଆଣୁଛି…

ନୂଆଦିଲ୍ଲୀ,୯।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ)ର ପ୍ରାୟ ୮ କୋଟିରୁ ଅଧିକ ସଦସ୍ୟଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଶ୍ରମ ମନ୍ତ୍ରଣାଳୟ ଏକ…

ଏପ୍ରିଲ ୧ରୁ ଲାଗୁ ହେବାକୁ ଯାଉଛି ନୂଆ ଆୟକର ଆଇନ, ଜାଣନ୍ତୁ କରଦାତାଙ୍କ ପାଇଁ କ’ଣ ହେବ ପରିବର୍ତ୍ତନ…

ନୂଆଦିଲ୍ଲୀ,୯।୨: ଦେଶର ଆୟକର ବ୍ୟବସ୍ଥାରେ ୧ ଏପ୍ରିଲ, ୨୦୨୬ରୁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ…

ଇଟାଲୀକୁ ହରାଇ ସ୍କଟଲାଣ୍ଡର ବିଜୟ ଅଭିଯାନ ଆରମ୍ଭ

କୋଲକାତା,୯ା୨- ଟି୨୦ ବିଶ୍ୱକପ୍‌ରେ ସୋମବାର ଖେଳାଯାଇଥିବା ମ୍ୟାଚ୍‌ରେ ସ୍କଟଲାଣ୍ଡ ୭୩ ରନର ବ୍ୟବଧାନରେ ଇଟାଲୀକୁ ପରାସ୍ତ କରିଛି। ଏହି ବିଜୟ ସହ ସ୍କଟଲାଣ୍ଡ ଟି୨୦ ବିଶ୍ୱକପ୍‌ ଲାଗି…

ଆଇସକ୍ରିମ୍‌ ଖାଇ ୧୮ ପିଲା ଅସୁସ୍ଥ, ଡାକ୍ତରଖାନାରେ ଭର୍ତ୍ତି

ବାଙ୍କି , ୯।୨( ଶୁଭେନ୍ଦୁ ମହାପାତ୍ର): ଆଇସକ୍ରିମ୍‌ ଖାଇ ୧୮ ପିଲା ଅସୁସ୍ଥ । ଏଭଳି ଘଟଣା ବାଙ୍କି ଥାନା ଅନ୍ତର୍ଗତ ଭେଡା ରାମଚନ୍ଦ୍ରପୁର ପଞ୍ଚାୟତସ୍ଥିତ କୁମୁସର…

“ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟାରେ କୌଣସି ବାଧା ସହିବୁ ନାହିଁ”: ସୁପ୍ରିମକୋର୍ଟଙ୍କ ଚେତାବନୀ

ନୂଆଦିଲ୍ଲୀ,୯।୨: ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (SIR) ପ୍ରକ୍ରିୟାକୁ ନେଇ ସୁପ୍ରିମକୋର୍ଟ ସବୁ ରାଜ୍ୟ ସରକାରଙ୍କୁ ଏକ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ପ୍ରଧାନ ବିଚାରପତି ସୂର୍ଯ୍ୟକାନ୍ତଙ୍କ ନେତୃତ୍ୱରେ…

ଉପାସନାଙ୍କ ତେରଛା ବାଣର ଜବାବ ରଖିଲେ ସଞ୍ଜୟ ଦାସବର୍ମା, କହିଲେ ବିଜେଡି କିଣା ବିକାରେ…

ଭୁବନେଶ୍ୱର,୯।୨: ବିଧାୟିକା ଉପାସନାଙ୍କ ତେରଛା ବାଣର ଜବାବ ରଖିଲେ ସଞ୍ଜୟ ଦାସବର୍ମା। ଦାସବର୍ମା କହିଛନ୍ତି, ବିଜେଡି କିଣାବିକାରେ ବିଶ୍ୱାସ କରେନି।ସେଠାକାର ଜନପ୍ରତିନିଧି ପ୍ରଥମେ ବ୍ରହ୍ମଗିରିବାସୀଙ୍କ ଆକାଂକ୍ଷା ପୂରଣ…

ସ୍ୱର୍ଣ୍ଣରୁ ବଞ୍ଚିତ ହେଲେ ମନୁ ଭାକର

ନୂଆଦିଲ୍ଲୀ, ୯ା୨: ଅଲିମ୍ପିକ ଡବଲ ବ୍ରୋଞ୍ଜ ପଦକ ବିଜେତା ମନୁ ଭାକର ନୂଆଦିଲ୍ଲୀଠାରେ ଚାଲିଥିବା ଏସିଆନ ଶୁଟିଂ ଚାମ୍ପିୟନଶିପ୍‌ରେ ଅଳ୍ପକେ ସ୍ୱର୍ଣ୍ଣ ପଦକ ପାଇବାରୁ ବଞ୍ଚିତ ହୋଇଛନ୍ତି।…

ଏହି ଗୋଟିଏ ସର୍ତ୍ତ ସହିତ ଭାରତ ବିପକ୍ଷରେ ଖେଳିବାକୁ ରାଜି ହେଲା ପାକିସ୍ତାନ! ଜାଣନ୍ତୁ କ’ଣ ହେଲା ବଡ଼ ଡିଲ୍‌

ନୂଆଦିଲ୍ଲୀ,୯।୨: ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ହେବାର ସମ୍ଭାବନା ଉପରେ ଆଲୋଚନା ଚାଲିଛି। ଆଇସିସି କାର୍ଯ୍ୟସୂଚୀ ଅନୁଯାୟୀ, ଫେବୃଆରୀ ୧୫ ତାରିଖରେ ଶ୍ରୀଲଙ୍କାର କଲମ୍ବୋରେ ଉଭୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri