ଫଟୋ ସାମ୍ବାଦିକ ଶ୍ରବଣ ପ୍ରଧାନଙ୍କ ପରଲୋକ

ଅମରପାଲି, ୧୨ା୮(ଡି.ଏନ.ଏ.):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅଞ୍ଚଳର ବରିଷ୍ଠ ଫଟୋ ସାମ୍ବାଦିକ ଶ୍ରବଣ ପ୍ରଧାନଙ୍କ ଗୁରୁବାର ପ୍ରତ୍ୟୁଷରେ ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ତାଙ୍କୁ ୫୩ବର୍ଷ ହୋଇଥିଲା। ଦୀର୍ଘବର୍ଷ ଧରି ସେ ‘ଧରିତ୍ରୀ’ର ଫଟୋ ସାମ୍ବାଦିକଭାବେ କାର୍ଯ୍ୟ କରିଥିଲେ। ସେ ଅବିବାହିତ ଥିଲେ। ଗୁରୁବାର ଭୋରରୁ ପରିସ୍ରା କରିବାକୁ ଉଠିଥିବା ବେଳେ ସେ ପଡ଼ି ଅଚେତ ହୋଇଯାଇଥିଲେ। ପରିବାର ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ବୀରମହାରାଜପୁର ଡାକ୍ତରଖାନାକୁ ନେଇଥିଲେ। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତାଙ୍କ ବୃଦ୍ଧା ମା’ ଦମୟନ୍ତୀ ପ୍ରଧାନ, ତିନିଭାଇ ସରୋଜ, ସୁଦାମ ଓ ସୁବଳ ରହିଛନ୍ତି। ଶ୍ରବଣଙ୍କ ବିୟୋଗରେ ବିଭିନ୍ନ ମହଲରେ ଗଭୀର ଶୋକ ପ୍ରକାଶ ପାଇଛି। ମୃତ୍ୟୁ ଖବର ପାଇ ବୀରମହାରାଜପୁର ପଞ୍ଚାୟତ ସମିତି ଉପାଧ୍ୟକ୍ଷ ନାରାୟଣ ଲୁହା, ସାମାଜିକ କର୍ମୀ ମୀନକେତନ ମହାକୁଡ଼, ଅବସରପ୍ରାପ୍ତ ପ୍ରାଧ୍ୟାପକ ଅନିଲ କୁମାର ଦାନି, ସପ୍ତଦୀପା ସାହିତ୍ୟ ସଂସଦ ସଭାପତି ଦ୍ବିତୀକୃଷ୍ଣ ପଣ୍ଡା ପ୍ରମୁଖ ସ୍ବର୍ଗତ ପ୍ରଧାନଙ୍କ ଉଫୁଲାସ୍ଥିତ ବାସଭବନରେ ପହଞ୍ଚି ଶେଷଦର୍ଶନ କରିଥିଲେ। ଅପରାହ୍ନରେ ଗଁା ଶ୍ମଶାନରେ ତାଙ୍କର ଅନ୍ତିମ ସତ୍କାର କରାଯାଇଥିଲା। ପୁତୁରା ଅର୍ଜୁନ ପ୍ରଧାନ ମୁଖାଗ୍ନି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri