Posted inଜାତୀୟ

ପ୍ରକାଶ ସିଂ ବାଦଲଙ୍କ ପରଲୋକ

ଚଣ୍ଡିଗଡ଼,୨୫ା୪: ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଶିରୋମଣି ଅକାଳୀ ଦଳ (ଏସ୍‌ଏଡି)ର ମୁଖ୍ୟ ପ୍ରକାଶ ସିଂ ବାଦଲଙ୍କର ମଙ୍ଗଳବାର ରାତି ୮ଟାରେ ମୋହାଲିର ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଯାଇଛି। ତାଙ୍କୁ ୯୫ ବର୍ଷ ହୋଇଥିଲା। ଶ୍ୱାସକ୍ରିୟାରେ ସମସ୍ୟା ଅନୁଭବ କରିବାରୁ ବାଦଲଙ୍କୁ କିଛିଦିନ ପୂର୍ବରୁ ମୋହାଲିର ଫୋର୍ଟିସ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତାଙ୍କ ସହ ପୁଅ ତଥା ଏସ୍‌ଏଡି ଅଧ୍ୟକ୍ଷ ସୁଖବୀର ସିଂ ବାଦଲ ଏବଂ ଝିଅ ପରନୀତ କୌର ରହୁଥିଲେ। ତାଙ୍କ ପରଲୋକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଶୋକବ୍ୟକ୍ତ କରିଛନ୍ତି। ୨୦୨୨ ପର୍ଯ୍ୟନ୍ତ ନିର୍ବାଚନୀ ରାଜନୀତିରେ ସକ୍ରିୟ ରହିଥିବା ବାଦଲ ହେଉଛନ୍ତି ଦେଶର ସର୍ବବରିଷ୍ଠ ପ୍ରାର୍ଥୀ। ସେ ତ୍ରୟୋଦଶ ଥର ପାଇଁ ବିଧାନସଭା ନିର୍ବାଚନ ଲଢ଼ି ଏଏପି ପ୍ରାର୍ଥୀ ଗୁରମିତ୍‌ ସିଂ ଖୁଦିଆନଙ୍କଠାରୁ ହାରିଯାଇଥିଲେ। ଏହା ପରେ ସେ କ୍ୱଚିତ୍‌ ରାଜନୀତିରେ ସକ୍ରିୟ ରହିଥିଲେ। ବାଦଲ ରାଜନୀତି କ୍ୟାରିୟରରେ ଏକାଧିକ ରେକର୍ଡ ସୃଷ୍ଟି କରିଛନ୍ତି। ୧୯୫୨ରେ ସେ ସର୍ବକନିଷ୍ଠ ସରପଞ୍ଚ ନିର୍ବାଚିତ ହୋଇଥିଲେ। ସେହିପରି ୧୯୭୦ରେ ସେ ପଞ୍ଜାବର ସର୍ବକନିଷ୍ଠ ମୁଖ୍ୟମନ୍ତ୍ରୀ ହୋଇଥିଲେ। ୨୦୧୨ରେ ସେ ଥିଲେ ସର୍ବବରିଷ୍ଠ ମୁଖ୍ୟମନ୍ତ୍ରୀ। ସେ ୫ ଥର ମୁଖ୍ୟମନ୍ତ୍ରୀ ରହିଥିଲେ। ଗୋଟିଏ ଥର ଲୋକ ସଭାକୁ ନିର୍ବାଚିତ ହୋଇ ସେ ସ୍ବଳ୍ପ ସମୟ ପାଇଁ କେନ୍ଦ୍ରରେ କୃଷିମନ୍ତ୍ରୀ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ: ହସରଙ୍ଗା ଓ ବ୍ରେସୱେଲ୍ ବାଦ୍, ଭାରତୀୟ ଶିବିରରେ ଚିନ୍ତାର କଲା ବାଦଲ

ମୁମ୍ବାଇ,୧୦।୨: ଚଳିତ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ରେ ଶ୍ରୀଲଙ୍କା ଏବଂ ନ୍ୟୁଜିଲାଣ୍ଡ ଦଳକୁ ବଡ଼ ଝଟ୍‌କା ଲାଗିଛି। ଆହତ ସମସ୍ୟା କାରଣରୁ ଶ୍ରୀଲଙ୍କାର ୱାନିନ୍ଦୁ ହସରଙ୍ଗା ଏବଂ…

ଟି-୨୦ ବିଶ୍ୱକପ: ଭାରତ ବିପକ୍ଷ ମ୍ୟାଚ୍ ପାଇଁ ପାକିସ୍ତାନର ‘ୟୁ-ଟର୍ଣ୍ଣ’, ଆଇସିସି ଦେଲା ବଡ଼ ପ୍ରତିଶ୍ରୁତି

ନୂଆଦିଲ୍ଲୀ,୧୦।୨: ଚାଲିଥିବା ଟି-୨୦ ବିଶ୍ୱକପରେ ଭାରତ ବିପକ୍ଷ ମ୍ୟାଚ୍‌କୁ ବର୍ଜନ କରିବାକୁ ଘୋଷଣା କରିଥିବା ପାକିସ୍ତାନ ଶେଷରେ ନିଜ ନିଷ୍ପତ୍ତି ବଦଳାଇଛି। ICC ପାକିସ୍ତାନ କ୍ରିକେଟ ବୋର୍ଡ…

ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ

ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ…

ବିବାଦ ପରେ ମୁହଁ ଖୋଲିଲେ ପୂର୍ବତନ ସେନାମୁଖ୍ୟ: ”ଏହା ହିଁ ବହିର…”

ନୂଆଦିଲ୍ଲୀ,୧୦।୨: ନିଜର ଅପ୍ରକାଶିତ ବହିକୁ ନେଇ ବିବାଦ ଜୋର ଧରିବା ପରେ ମୁହଁ ଖୋଲିଛନ୍ତି ପୂର୍ବତନ ସ୍ଥଳସେନା ମୁଖ୍ୟ ଜେନେରାଲ ଏମ୍.ଏମ୍. ନରଭାଣେ। ତାଙ୍କର ଏହି ଆତ୍ମଜୀବନୀ…

ଓଡ଼ିଶାରେ ୪,୧୦୦ କୋଟିର ପୁଞ୍ଜିନିବେଶକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦,୦୦୦ ନିଯୁକ୍ତି

ଭୁବନେଶ୍ୱର,୧୦।୨: ଓଡ଼ିଶା ଶିଳ୍ପାୟନ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ମଙ୍ଗଳବାର ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (SLSWCA) ରାଜ୍ୟ ସରକାର ୪,୧୧୧.୮୦ କୋଟି…

ବଡ ନିର୍ଦେଶ ଦେଲେ ଓଡିଶା ହାଇକୋର୍ଟ, ପେଣ୍ଡିଂ ଚାଲାଣ କାଟିବା ବାଧ୍ୟତାମୂଳକ

ଭୁବନେଶ୍ୱର,୧୦।୨: ଗାଡି ଚଳାଉଥିବା ଲୋକମାନଙ୍କ ପାଇଁ ଏକ ବଡ଼ ଖବର। ଏଣିକି ଗାଡ଼ିର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର ବା PUCC ପାଇବାକୁ ହେଲେ, ସମସ୍ତ ପେଣ୍ଡିଂ ଟ୍ରାଫିକ…

ଫେବୃଆରୀ ୧୨ରେ ଭାରତ ବନ୍ଦ, ଜାଣନ୍ତୁ ବ୍ୟାଙ୍କ ଖୋଲା ରହିବ ନା ବନ୍ଦ…

ନୂଆଦିଲ୍ଲୀ,୧୦।୨: ଯଦି ଆପଣଙ୍କର କୌଣସି ବ୍ୟାଙ୍କ କିମ୍ୱା ସରକାରୀ କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ କାମ ଅଛି ଏବଂ ଆପଣ ଏହାକୁ ଫେବୃଆରୀ 12 ତାରିଖରେ ସମାପ୍ତ କରିବାକୁ ଯୋଜନା…

ଅଷ୍ଟମ ବେତନ କମିଶନ: ଏହି କର୍ମଚାରୀଙ୍କୁ ମିଳିପାରେ ୩ ରୁ ୯ ଲକ୍ଷ ଟଙ୍କାର ବକେୟା

ନୂଆଦିଲ୍ଲୀ,୧୦।୨: ଆଗକୁ ଲାଗୁ ହେବାକୁ ଯାଉଛି ଅଷ୍ଟମ ବେତନ କମିଶନ। ଏହା ପିଛିଲା ଭାବେ ଲାଗୁ ହେବାକୁ ଥିବାରୁ କର୍ମଚାରୀମାନଙ୍କୁ ବକେୟା ଦରମା ମଧ୍ୟ ମିଳିବ। ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri