ପ୍ରଫେସର ଘନଶ୍ୟାମ ଦାସଙ୍କ ପରଲୋକ

ଭୁବନେଶ୍ୱର, ୧୮।୪(ବ୍ୟୁରୋ): ବିଶିଷ୍ଟ ଅର୍ଥନୀତିଜ୍ଞ ପ୍ରଫେସର ଡ. ଘନଶ୍ୟାମ ଦାସଙ୍କର ରବିବାର ବରମୁଣ୍ଡାସ୍ଥିତ ବାସଭବନରେ ପରଲୋକ ହୋଇଯାଇଛି। ତାଙ୍କୁ ୯୩ବର୍ଷ ବୟସ ହୋଇଥିଲା। ପ୍ରଫେସର ଦାସ କଟକଠାରେ ଜନ୍ମଗ୍ରହଣ କରିଥିଲେ। ରେଭେନ୍‌ଶାରେ ଶିକ୍ଷାଗ୍ରହଣ ପରେ ସେ କମନ୍‌ଓ୍ବେଲ୍‌ଥ ସ୍କଲାର ଭାବେ ଲଣ୍ଡନ ସ୍କୁଲ ଅଫ୍‌ ଇକୋନୋମିକ୍ସରେ ଉଚ୍ଚଶିକ୍ଷା ଶେଷ କରିଥିଲେ। ସେ ଆର୍‌ବିଆଇ ଚେୟାର ପ୍ରଫେସର ଅଫ୍‌ ଇକୋନୋମିକ୍ସ ରହିବା ସହ ୟୁନିୟନ ପବ୍ଲିକ ସର୍ଭିସ କମିଶନ (ୟୁପିଏସ୍‌ସି)ର ସବ୍‌ଜେକ୍ଟ ଏକ୍ସପର୍ଟ ମେମ୍ବର ଆଦି ବହୁ ଗୁରୁତ୍ୱପୂର୍ଣ୍ଣ ପଦବୀରେ ଅବସ୍ଥାପିତ ହୋଇଥିଲେ। ଶେଷରେ ଉଚ୍ଚଶିକ୍ଷା ବିଭାଗରେ ଡିପିଆଇ ଭାବେ ଅବସର ନେଇଥିଲେ। ଏଥିସହ ଚିଲିକା ମତ୍ସ୍ୟଚାଷ ପାଇଁ ଫ୍ୟାକ୍ଟ ଫାଇଣ୍ଡିଂ କମିଟିର ମୁଖ୍ୟ ଭାବେ ଉଚ୍ଚ ନ୍ୟାୟାଳୟ ଦ୍ୱାରା ନିଯୁକ୍ତ ହୋଇଥିଲେ। ୧୯୯୩ରେ ଓଡ଼ିଶା ସରକାରଙ୍କ ନିକଟରେ ସେ ଦାଖଲ କରିଥିବା ରିପୋର୍ଟକୁ ପରେ ଅନୁସନ୍ଧାନକାରୀମାନେ ଚିଲିକା ମତ୍ସ୍ୟଚାଷ ଉପରେ ଅଧ୍ୟୟନ କରିଥିଲେ। ତେବେ ଅବସର ପରେ ପ୍ରଫେସର ଦାସ ଅର୍ଥନୀତିରେ ପ୍ରଫେସର ଏମରିଟସ୍‌ ଭାବେ କାର୍ଯ୍ୟ କରୁଥିଲେ। ରାଜ୍ୟ ଏକାଡେମିକ ସର୍କଲରେ ସ୍ବର୍ଗତ ଦାସଙ୍କ ମହତ୍ତ୍ୱପୂର୍ଣ୍ଣ ଅବଦାନ ରହିଛି। ସେ ୧୯୯୮ରେ ତାଙ୍କ ସ୍ତ୍ରୀ କଳ୍ପନା ଦାସ ଏବଂ ୧୯୯୪ରେ ସାନ ଝିଅକୁ ହରାଇଥିଲେ। ବଡ଼ ଝିଅ, ଦୁଇ ପୁଅ, ବୋହୂ, ନାତୁଣୀ ଓ ଅଣନାତୁଣୀଙ୍କ ସହ ରହୁଥିଲେ। ବଡ଼ଝିଅଙ୍କ ବାସଭବନରେ ଶେଷ ଦର୍ଶନ ପରେ ସ୍ବର୍ଗତ ଦାସଙ୍କ ପାର୍ଥତ୍ବ ଶରୀରକୁ ପୁରୀ ନିଆଯାଇ ସ୍ବର୍ଗଦ୍ୱାରରେ ଶେଷକୃତ୍ୟ ସମ୍ପନ୍ନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳକଙ୍କୁ ଅସଦାଚରଣ: ପଡୋଶୀ ଘରର ନାବାଳକଙ୍କୁ ଘରକୁ ଡାକି….

ବଲାଙ୍ଗୀର, ୨୨ା୫ (ସୁନିଲ କୁମାର ମହାନ୍ତି): ଜଣେ ନାବାଳକଙ୍କୁ ଅସଦାଚରଣ ଅଭିେଯାଗରେ ପୁଇଁନ୍ତଳା ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ଥାନାକୁ ଆଣି ଅଟକ ରଖିଥିବା ଜଣାପଡିଛି। ବ୍ୟକ୍ତି…

ରାଜ୍ୟରେ ଶକ୍ତି ସଙ୍କଟ: ଆସନ୍ତା ୬ ମାସ ପାଇଁ ‘ଏସ୍‌ମା’ ଲାଗୁ କଲେ ସରକାର

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା):  ରାଜ୍ୟରେ କିଭଳି ନିରବଚ୍ଛିନ୍ନ ବିଦ୍ୟୁତ୍‌ ସରବରାହ ହୋଇପାରିବ ଏବଂ କର୍ମଚାରୀମାନେ ଆନ୍ଦୋଳନକୁ ନ ଓହ୍ଲାଇବେ ତାକୁ ଦୃଷ୍ଟିରେ ରଖି ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ…

ପେଣ୍ଟ ପକେଟ୍‌ରେ ଥିଲା ମୋବାଇଲ୍ ହଠାତ ହେଲା ବିସ୍ଫୋରଣ, ଅଳ୍ପକେ ବଞ୍ଚିଲେ..

ପଦ୍ମପୁର, ୨୨/୦୫ (ପ୍ରଦୀପ୍ତ ଦାଶ): ପଦ୍ମପୁର ନିକଟସ୍ଥ ଭେଉଁରିଆ ପଞ୍ଚାୟତର ଅମିତ କୁମାର ସାହୁ ସାଧାରଣ ଦିନମାନଙ୍କ ଭଳି ପେଣ୍ଟ ପକେଟ୍‌ରେ ମୋବାଇଲ୍ ରଖି କାମକୁ ବାହାରିଥିଲେ।…

ଗ୍ରାହକଙ୍କ ପାଇଁ ଆଶ୍ଵସ୍ତି: ଟଳିଲା ଷ୍ଟ୍ରାଇକ୍, ମେ ୨୫ ଓ ୨୬ରେ ସ୍ଵାଭାବିକ ରହିବ ଷ୍ଟେଟ୍ ବ୍ୟାଙ୍କ…

ନୂଆଦିଲ୍ଲୀ,୨୨।୫: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ଗ୍ରାହକଙ୍କ ପାଇଁ ଏକ ବଡ଼ ଆଶ୍ଵସ୍ତିକର ଖବର। ଆସନ୍ତା ମେ ୨୫ ଏବଂ ୨୬ ତାରିଖରେ ବ୍ୟାଙ୍କର ସମସ୍ତ…

ଥୁଆମୂଳ ରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳ ରାମପୁର, ୨୨ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ନାକୁରୁଣ୍ଡି ପଞ୍ଚାୟତର ବିଭିନ୍ନ ଗ୍ରାମରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ହଠାତ୍‌ ବର୍ଷାପବନ…

ସିବିଏସଇ ଭଳି ସିଏଚଏସଇରେ ବିକାଶର ନୂଆଁ ରେକର୍ଡ: ଖୁସିରେ ମିଠା ଖୁଆଇଲେ କ୍ରୀଷ୍ଣା ବିକାଶ ଗ୍ରୁପ୍ ଚେୟାରମେନ, ସତ୍ୟସୁନ୍ଦର ରାଜ୍ୟ ଓ ସମର୍ପିତା ପଶ୍ଚିମ ଓଡ଼ିଶା ଟପ୍ପର

ବରଗଡ଼,୨୨।୫(ପ୍ରେମାନନ୍ଦ ଖମାରୀ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ପରିଚାଳିତ ପରୀକ୍ଷା ଭଳି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଭୁବନେଶ୍ୱର, ଓଡ଼ିଶା ଦ୍ଵାରା ଆୟୋଜିତ ଦ୍ଵାଦଶ ଶ୍ରେଣୀ…

KKRକୁ ବଡ଼ ଝଟକା: ଭାଙ୍ଗିଗଲା ଆଙ୍ଗୁଠି, ଆଇପିଏଲ୍‌ରୁ ବାଦ୍ ପଡ଼ିଲେ ଷ୍ଟାର୍ ବ୍ୟାଟ୍ସମ୍ୟାନ୍…

କୋଲକାତା,୨୨।୫: ଆଇପିଏଲ୍ (IPL) ୨୦୨୬ରେ ପ୍ଲେ-ଅଫ୍ ଦୌଡ଼ରେ ରହିଥିବା କୋଲକାତା ନାଇଟ୍ ରାଇଡର୍ସ (KKR) ଦଳକୁ ଏକ ଶକ୍ତ ଧକ୍କା ଲାଗିଛି। ଦଳର ଶେଷ ଲିଗ୍ ମ୍ୟାଚ୍…

ଚୋରା ଚାଲାଣ ରୋକିବା ପାଇଁ ବାଲି ସୈରାତକୁ ଖୋଳି ଦେଲା ଖଣି ବିଭାଗ   

ଦିଗପହଣ୍ଡି,୨୨|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ପତ୍ରଚୁଡ଼ି, ସୁନ୍ଦରଡ଼ା ଗ୍ରାମ ନିକଟ ବାହୁଦା ନଦୀ ର ବାଲି ସୈରାତ ନିଲାମ ହୋଇନଥିବା ବେଳେ ସେଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri