ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବିଶ୍ୱନାଥ ଦାସଙ୍କ ପରଲୋକ

ବାଲିକୁଦା,୨ା୧୧(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା ବାଲିକୁଦା ବ୍ଲକ ଅରିଲୋ ପଞ୍ଚାୟତ ଭଗବାନ ସିଣ୍ଢୋଳ ଗଁାର ବୟୋଜ୍ୟେଷ୍ଠ ସ୍ବାଧୀନତା ସଂଗ୍ରାମୀ ବିଶ୍ୱନାଥ ଦାସଙ୍କ ସୋମବାର ବିଳମ୍ବିତ ରାତିରେ କଟକ ବଡ଼ ଡାକ୍ତରଖାନାରେ ପରଲୋକ ଘଟିଛି। ତାଙ୍କୁ ୧୦୫ ବର୍ଷ ହୋଇଥିଲା। ବାର୍ଦ୍ଧକ୍ୟଜନିତ କାରଣରୁ ଗତ ଏକ ସପ୍ତାହ ହେବ ଡାକ୍ତରଖାନାରେ ଚିକିତ୍ସାଧୀନ ଥିଲେ। ବାଲିକୁଦା ଗାନ୍ଧୀ ଭାବେ ପରିଚିତ ଦାସ ୧୯୧୭ ଜୁନ ୧୭ରେ ଭଗବାନ ସିଣ୍ଢୋଳ ଗଁାରେ ଜନ୍ମ ଗ୍ରହଣ କରିଥିଲେ। ବାପା ଘନଶ୍ୟାମ ଦାସ ଓ ମା’ ବେଲଦେଇଙ୍କ ୨ ସନ୍ତାନ ମଧ୍ୟରେ ସେ ବଡ଼ ଥିଲେ। ଗଁା ସ୍କୁଲରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ପଢ଼ିବା ପରେ ଆର୍ଥତ୍କ ଅନଟନ କାରଣରୁ ପାଠପଢ଼ାରେ ଡୋରି ବାନ୍ଧି ହୋଇଯାଇଥିଲା। ଏହାପରେ ମାତ୍ର ୧୬ ବର୍ଷରେ ମହାତ୍ମା ଗାନ୍ଧୀଙ୍କ ଡାକରାରେ ସ୍ବାଧୀନତା ସଂଗ୍ରାମରେ ସାମିଲ ହୋଇଥିଲେ। ଭାରତଛାଡ ଆନ୍ଦୋଳନରେ ପ୍ରମୁଖ ଭୂମିକା ନେଇଥିବା ବିଶ୍ୱନାଥଙ୍କ ସହଯୋଗୀମାନଙ୍କ ସହ ମିଶି କଟକରେ ବ୍ରିଟିଶ ବିରୋଧୀ ସଭା କରିଥିଲେ। ଏହି ସମୟରେ ସେ ୨ଥର କାରାବରଣ କରିଥିଲେ। ୨୦୧୨ରେ ତତ୍କାଳୀନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ଦ୍ୱାରା ତାଙ୍କୁ ରାଷ୍ଟ୍ରପତି ଭବନରେ ସ୍ବତନ୍ତ୍ର ସୈନିକ ସମ୍ମାନରେ ସମ୍ମାନିତ କରାଯାଇଥିଲା। ପୁନର୍ବାର ୨୦୨୦ କ୍ରାନ୍ତିଦିବସ ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଦ୍ୱାରା ସମ୍ବର୍ଦ୍ଧିତ ହୋଇଥିଲେ। ବାଲିକୁଦା ପାଇଁ ତାଙ୍କର ଅତୁଳନୀୟ ଅବଦାନ ଥିଲା। ବୟସ ବାର୍ଦ୍ଧକ୍ୟ ସାଜିଥିଲେ ମଧ୍ୟ ମନର ଦମ୍ଭ ତାଙ୍କୁ ବହୁ ଆଗକୁ ନେଇଥିଲା। ଅନେକ ଅନୁଷ୍ଠାନ ସହ ଜଡ଼ିତ ଥିବା ଏହି ବର୍ଷିଆନ ସ୍ବାଧୀନତା ସଂଗ୍ରାମୀ କେବେ ଥକି ପଡ଼ି ନ ଥିଲେ। ତାଙ୍କ ପରଲୋକରେ ସମଗ୍ର ଜଗତ୍‌ସିଂହପୁର ଜିଲାରେ ଶୋକର ଛାୟା ଖେଳିଯାଇଛି। ମଙ୍ଗଳବାର ବିଶ୍ୱନାଥଙ୍କ ମୃତଦେହକୁ ପ୍ରଥମେ ଜଗତ୍‌ସିଂହପୁର ସହରସ୍ଥିତ ଅଳକାଶ୍ରମ ସ୍ମୃତି ପରିଷଦ ସ୍ବାଧୀନତା ସଂଗ୍ରାମୀ ଭବନ ଓ ପରେ ଜିଲା ପ୍ରଶାସନ ପକ୍ଷରୁ ପୌର ପରିଷଦ କାର୍ଯ୍ୟାଳୟକୁ ନିଆଯାଇ ଶ୍ରଦ୍ଧାଞ୍ଜଳି ଦିଆଯାଇଥିଲା। ସେଠାରେ ଜିଲାପାଳ ପାରୁଲ ପଟଓ୍ବାରୀ, ଜିଲାପରିଷଦ ସଭାପତି ମନୋଜ ଭୋଇ, ଅତିରିକ୍ତ ଜିଲାପାଳ ସଚିଦାନନ୍ଦ, ଜଗତ୍‌ସିଂହପୁର ପୌରାଧ୍ୟକ୍ଷା ଅର୍ଚ୍ଚନା ସିଂ ପ୍ରମୁଖ ଉପସ୍ଥିତ ଥିଲେ। ପରେ ଜନ୍ମ ମାଟି ଭଗବାନ ସିଣ୍ଢୋଳ ଗ୍ରାମକୁ ଅଣାଯାଇ ଗଁା ମଶାଣିରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସମ୍ପନ୍ନ କରାଯାଇଛି। ଏହି ଅବସରରେ ଜିଲା ପ୍ରଶାସନ ପକ୍ଷରୁ ଗାଡ୍‌ ଅଫ୍‌ ଅନର ଦିଆଯାଇ ଶେଷ ସମ୍ମାନ ଜଣାଯାଇଥିଲା। ବଡ଼ ପୁଅ ରବୀନ୍ଦ୍ରଙ୍କ ଶାରୀରିକ ଅସୁସ୍ଥତା କାରଣରୁ ମଝିଆ ପୁଅ ନରେନ୍ଦ୍ର ଦାସ (ବାନା) ମୁଖାଗ୍ନି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri