Posted inରାଜ୍ୟ

ଖବରଦାତା ନିର୍ମଳ ପଣ୍ଡାଙ୍କ ପରଲୋକ

ମାହାଙ୍ଗା/ନିଶ୍ଚିନ୍ତକୋଇଲି,୭ା୭(ଯଯାତି ସିଂହ/ଅଶୋକ କୁମାର ମହାପାତ୍ର)ବରିଷ୍ଠ ଖବରଦାତା ନିର୍ମଳ ପଣ୍ଡାଙ୍କ ଶନିବାର ପରଲୋକ ଘଟିଛି। ତାଙ୍କୁ ୪୯ ବର୍ଷ ହୋଇଥିଲା। ତାଙ୍କ ଘର ମାହାଙ୍ଗା ବ୍ଲକ ଅନ୍ତର୍ଗତ ଉଷୁମା ଗ୍ରାମରେ। ସେ ମଧ୍ୟାହ୍ନରେ ବଜାରରୁ ଫେରି ଘରେ ଶୋଇଥିଲେ। ଦେହରୁ ପ୍ରବଳ ଝାଳ ବାହାରିବାରୁ ପରିବାର ଲୋକେ ତାଙ୍କୁ ଓଦା କପଡ଼ାରେ ପୋଛାପୋଛି କରିଥିଲେ। ଏହାପରେ ସେ ଶୋଇପଡ଼ିଥିଲେ। ଅପରାହ୍ନ ୪ଟା ପର୍ଯ୍ୟନ୍ତ ସେ ନିଦରୁ ନ ଉଠିବାରୁ ପରିବାର ଲୋକେ ତାଙ୍କୁ ଡାକିଥିଲେ। କିନ୍ତୁ ସେ ଉଠି ନ ଥିଲେ ା ତୁରନ୍ତ ନିର୍ମଳଙ୍କୁ ମାହାଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ନିମନ୍ତେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ପ୍ରାଥମିକ ଚିକିତ୍ସାରୁ ନିର୍ମଳଙ୍କ ମୃତ୍ୟୁ ହୃଦ୍‌ଘାତରୁ ହୋଇଥିବା କୁହାଯାଉଥିବାବେଳେ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ପ୍ରକୃତ କାରଣ ଜଣାପଡ଼ିବ ବୋଲି ଡାକ୍ତର କହିଛନ୍ତି।
ସେ ଜଣେ ଦକ୍ଷ, ନିର୍ଭୀକ ଏବଂ ପରୋପକାରୀ ଖବରଦାତା ଭାବେ ସାରା ରାଜ୍ୟରେ ସୁପରିଚିତ ଥିଲେ ା ମାହାଙ୍ଗାରେ ଧରିତ୍ରୀ ଖବରଦାତା ଭାବେ କାର୍ଯ୍ୟ ଆରମ୍ଭ କରିଥିଲେ। ପରବର୍ତ୍ତୀ ସମୟରେ ବାଲେଶ୍ୱର, ଝାରସୁଗୁଡ଼ା ଏବଂ କଟକ ଜିଲା ପ୍ରତିନିଧି ଭାବେ କାର୍ଯ୍ୟ କରିଥିଲେ। ପରେ ସେ ଅନ୍ୟାନ୍ୟ ଖବରକାଗଜ ଓ ବୈଦ୍ୟୁତିକ ଗଣମାଧ୍ୟମରେ କାର୍ଯ୍ୟ କରି ସୁନାମ ଅର୍ଜନ କରିଛନ୍ତି। ତାଙ୍କ ମୃତ୍ୟୁ ଖବରପାଇ ମାହାଙ୍ଗାର ଖବରଦାତା, ବୈଦ୍ୟୁତିକ ଗଣମାଧ୍ୟମ ପ୍ରତିନିଧି ଓ ବିଧାୟକ ସାରଦା ପ୍ରସାଦ ପ୍ରଧାନ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚତ୍ ଶୋକବ୍ୟକ୍ତ କରିଛନ୍ତି ା ତାଙ୍କ ବିୟୋଗରେ ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନା, ଭାଜପା ନେତା ସୁମନ୍ତ ଘଡେଇ,କଂଗ୍ରେସ ନେତା ଦେବେନ୍ଦ୍ର ସାହୁ,ଡ. ବିଜୟାନନ୍ଦ ସିଂହ, ସେକ୍‌ ମସୁଦ ଅଲ୍ଲି, ବ୍ଲକ ଅଧ୍ୟକ୍ଷା ଦୀପା ମଲିକ, ବ୍ଲକ୍‌ ଉପାଧ୍ୟକ୍ଷ ସତ୍ୟନାରାୟଣ ମହାନ୍ତି, ପୂର୍ବତନ ବ୍ଲକ ଅଧ୍ୟକ୍ଷ ରାଜକିଶୋର ଜେନା, ଶରତ ମହାପାତ୍ର, ଖବରଦାତା ସୁମନ୍ତ ଜେନା, ଭକ୍ତଚରଣ ସାହୁ, ଅଜୟ ମହାନ୍ତି, ପ୍ରଶାନ୍ତ ମିଶ୍ର, ଅଖିଳେଶ ମହାନ୍ତି, ରଶ୍ମିରଞ୍ଜନ ମହାନ୍ତି, ଲକ୍ଷ୍ମୀଧର ଖୁଣ୍ଟିଆ, ଦୀପକ ସାହୁ ପ୍ରମୁଖ ଶୋକବ୍ୟକ୍ତ କରିବା ସହ ଶେଷ ଦର୍ଶନ କରିଛନ୍ତି। ତାଙ୍କ ଅକାଳ ବିୟୋଗରେ ନିଶ୍ଚିନ୍ତକୋଇଲି ବ୍ଲକର ବରିଷ୍ଠ ଖବରଦାତା ବଲ୍ଲଭ ଚରଣ ପଲେଇ, ଅଶୋକ ମହାପାତ୍ର, ପ୍ରଫୁଲ୍ଲ ଦାସ, ସମୀର ରଞ୍ଜନ ନିହାଣ, ଲକ୍ଷ୍ମଣ ଦାସ ପ୍ରମୁଖ ଶୋକବ୍ୟକ୍ତ କରିଛନ୍ତି। ରବିବାର ଗ୍ରାମରେ ନିର୍ମଳଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri