Posted inଜାତୀୟ

ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ପାଇଁ ନିୟୋଜିତ ଏସପିଜି ନିର୍ଦ୍ଦେଶକଙ୍କ ପରଲୋକ…

ନୂଆଦିଲ୍ଲୀ,୬।୯ : ଦେଶର ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ଦାୟିତ୍ୱରେ ଥିବା ସ୍ବତନ୍ତ୍ର ସୁରକ୍ଷା ଗୋଷ୍ଠୀ (ଏସପିଜି) ର ନିର୍ଦ୍ଦେଶକ ଅରୁଣ କୁମାର ସିହ୍ନାଙ୍କର ବୁଧବାର ସକାଳେ ଦେହାନ୍ତ ହୋଇଛି। ପ୍ରକାଶ ଯେ,୬୧ ବର୍ଷିୟା ସିହ୍ନା ଅସୁସ୍ଥତା କାରଣରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। କେରଳ କ୍ୟାଡରର ୧୯୮୭ ବ୍ୟାଚ ଆଇପିଏସ ଅଧିକାରୀ ସିହ୍ନାଙ୍କୁ ନିର୍ଦ୍ଦେଶକ, ଏସପିଜି ଭାବରେ କାର୍ଯ୍ୟକାଳ ଏକ ବର୍ଷ ବୃଦ୍ଧି କରାଯାଇଥିଲା।

ମାର୍ଚ୍ଚ ୨୦୧୬ଠାରୁ ଅରୁଣ କୁମାର ସିହ୍ନା ଏସପିଜି ମୁଖ୍ୟ ଭାବରେ କାର୍ଯ୍ୟ କରୁଥିଲେ। ପ୍ରଧାନମନ୍ତ୍ରୀ ତଥା ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ପାଇଁ ଏସପିଜି କାର୍ଯ୍ୟଭାର ସମ୍ଭାଳିଥାଏ।

ଅରୁଣ କୁମାର ସିହ୍ନା କେରଳର ପୋଲିସ ସ୍ପେଶାଲ ସର୍ଭିସେସ ଏବଂ ଟ୍ରାଫିକର ଅତିରିକ୍ତ ମହାନିର୍ଦ୍ଦେଶକ ଭାବରେ କାର୍ଯ୍ୟ କରିଥିଲେ। ଏହା ପରେ ହିଁ ତାଙ୍କୁ କେନ୍ଦ୍ରକୁ ଡେପୁଟେଶନରେ ଡକାଯାଇଥିଲା। ସେ ଏକ ବର୍ଷ ସୀମା ସୁରକ୍ଷା ବଳ (ବିଏସଏଫ) ରେ ମଧ୍ୟ କାର୍ଯ୍ୟ କରିଥିଲେ। ସେ ସମଗ୍ର ଦେଶରେ ପୋଲିସ ଫୋର୍ସରୁ ମନୋନୀତ ପ୍ରାୟ ୩୦୦ କ୍ରାକ କମାଣ୍ଡୋଙ୍କ ଏକ ଦଳର ନେତୃତ୍ୱ ନେଉଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

Gen Zଙ୍କ ସହ Gen Alphaଙ୍କ ପାଇଁ ବଡ଼ ଘୋଷଣା କଲେ ମୋଦି, ମାଗଣାରେ ମିଳିବ…

ନୂଆଦିଲ୍ଲୀ,୧୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ Gen Z ଏବଂ Gen Alphaଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ…

ମୌଳିକ ସୁବିଧାରୁ ବଞ୍ଚିତ ୩ ଗାଁ: ଦୀପ ତଳ ଅନ୍ଧାର

ଦାରିଙ୍ଗବାଡି,୧୫।୮(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର ସମସ୍ତ ଗାଁଠାରୁ ସହରକୁ ଯୋଡିବା ପାଇଁ କଚ୍ଚା ରାସ୍ତାକୁ ପକ୍କା ରାସ୍ତା ନିର୍ମାଣ କରୁଛନ୍ତି। କିନ୍ତୁ ଏଭଳି ୩ଟି…

ଇରାନ ଯୁଦ୍ଧ ମଧ୍ୟରେ ସ୍ବାଧିନତା ଦିବସରେ ବଡ଼ କଥା କହିଲେ ପ୍ରଧାନମନ୍ତ୍ରୀ , ସାରା ବିଶ୍ୱ ଚକିତ!

ନୂଆଦିଲ୍ଲୀ,୧୫।୮: ୮୦ତମ ସ୍ବାଧୀନତା ଦିବସ ଅବସରରେ ଦେଶବାସୀଙ୍କ ଉଦ୍ଦେଶ୍ୟରେ ତାଙ୍କ ଭାଷଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇରାନ-ଆମେରିକା ଉତ୍ତେଜନାକୁ ଇଙ୍ଗିତ କରି କହିଥିଲେ ଯେ ଶକ୍ତି ସଙ୍କଟର…

ଇତିହାସ ରଚିଲେ ପ୍ରଧାନମନ୍ତ୍ରୀ ମୋଦି; ୧୩ ଥର ପାଇଁ ଲାଲକିଲ୍ଲାର ପ୍ରାଚୀରରୁ ତ୍ରିରଙ୍ଗା ଉତ୍ତୋଳନ କରି ସ୍ଥାପନ କଲେ ନୂଆ ରେକର୍ଡ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର ୮୦ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାରୁ ଲଗାତାର ୧୩ତମ ଥର ପାଇଁ ତ୍ରିରଙ୍ଗା ଉତୋଳନ କରିଛନ୍ତି।…

ଆଜି ଲଘୁୁଚାପକୁ ଫେରିବ ଅବପାତ, ଏହି ଦିନ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୧୫।୮ (ବନ୍ଦନା ସେଠୀ):ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ସକ୍ରିୟ ଅବପାତ ଶନିବାର ସୁଦ୍ଧା ଅବପାତଟି ଦୁର୍ବଳ ହୋଇ ପୁଣି ଲଘୁଚାପ କ୍ଷେତ୍ରକୁ ଫେରିବାର…

ଆଜିଠାରୁ ଭାରତ-ଶ୍ରୀଲଙ୍କା ଟେଷ୍ଟ ସିରିଜ: ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିରେ ମ୍ୟାଚ୍‌

ଗାଲେ, ୧୫ା୮:ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ କ୍ରିକେଟ ଟେଷ୍ଟ ସିରିଜ ଶନିବାରଠାରୁ ଆରମ୍ଭ ହେବ। ଗାଲେ ପ୍ରଥମ ମ୍ୟାଚ ଖେଳାଯିବ। ଉଭୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri