ସେବାଶ୍ରମ ହଷ୍ଟେଲରେ ଛାତ୍ରଙ୍କ ମୃତ୍ୟୁ, ତଦନ୍ତ ଦାବି

ବାଲିଗୁଡ଼ା,୨୬ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ବାଟାଗୁଡ଼ାରେ ଥିବା ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ଦାରା ପରିଚାଳିତ ସେବାଶ୍ରମ ହଷ୍ଟେଲରେ ରହୁଥିବା ୬ଷ୍ଠ ଶ୍ରେଣୀ ଛାତ୍ର ସତ୍ୟାନନ୍ଦ ନାୟକଙ୍କ ମୃତ୍ୟୁ ଘଟିଛି। ଚିକିତ୍ସାରେ ଅବହେଳା ଯୋଗୁ ଛାତ୍ରଙ୍କ ମୃତ୍ୟୁ ହୋଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ଶନିବାର ମଧ୍ୟାହ୍ନରେ ପିଲାଟି ହଠାତ୍‌ ଅଚେତ୍‌ ହୋଇ ଯାଇଥିଲା। ନିକଟରେ ଥିବା ଅନ୍ୟ ଛାତ୍ରମାନେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ଜଣାଇବା ପରେ ସଙ୍ଗେ ସଙ୍ଗେ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟକୁ ଆଣିଥିଲେ। ଚିକିତ୍ସାଳୟରେ ପହଞ୍ଚିବା ପୂର୍ବରୁ ଛାତ୍ରଙ୍କ ମୃତ୍ୟୁ ହୋଇଥିବା ଡାକ୍ତର ପ୍ରକାଶ କରିଥିଲେ। ମୃତ ଛାତ୍ର ଜଣକଙ୍କ ଘର କୋଟଗଡ଼ ବ୍ଲକ ଓରା କଲୋନୀ ସାହିର ଶ୍ରୀ ନାୟକଙ୍କ ତିନି ଝିଅ ରେ ଏକ ମାତ୍ର ପୁଅ ହୋଇ ଥିବାରୁ ସମଗ୍ର ପରିବାର ଦୁଃଖରେ ଭାଙ୍ଗି ପଡ଼ିଛନ୍ତି। ଏପରି ପୂର୍ବରୁ ମଧ୍ୟ ବିଭିନ୍ନ ସେବଶ୍ରମରେ ଛାତ୍ରୀଛାତ୍ରଙ୍କ ମୃତ୍ୟୁ ଘଟିବା, ଖାଦ୍ୟପେୟରେ ଟାଳଟୁଳ ନୀତି ଅବଲମ୍ବନ କରୁଥିବାରୁ ପିଲା ଆଶ୍ରମ ଛାଡ଼ି ପଳାଇବା ଭଳି ବିଭିନ୍ନ ଅରାଜକତା ଘଟଣା ଲୋକଲୋଚନକୁ ଆସିବା ପରେ ଅଭିଭାବକମାନେ ଆଶ୍ରମ ବିଦ୍ୟାଳୟରେ ନିଜ ପିଲାମାନଙ୍କୁ ପାଠ ପଢ଼ିବା ପାଇଁ ଛାଡ଼ିବା ଉଚିତ ମନେ କରୁନାହାନ୍ତି। ଏଣୁ ଅଞ୍ଚଳବାସୀ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କ ତଦନ୍ତ ଦାବି କରିଛନ୍ତି। ଖବର ପାଇ ବାଲିଗୁଡ଼ା ବ୍ଲକ ମଙ୍ଗଳ ଅଧିକାରୀ ଦିବେଦ ମଲ୍ଲିକ ବିଦ୍ୟାଳୟରେ ପହଞ୍ଚି ପରିସ୍ଥିତି ସମ୍ପର୍କରେ ତଦାରଖ କରୁଛନ୍ତି। ଏ ସମ୍ପର୍କରେ ବିଦ୍ୟାଳୟର ପ୍ରଧାନ ଶିକ୍ଷିୟତ୍ରୀ ପଦ୍ମିନୀ ପ୍ରଧାନଙ୍କୁ ପଚାରିବାରୁ ସେ କିଛି ନ କହି ଘଟଣାସ୍ଥଳରୁ ଚାଲି ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହାତୀ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତାରୋକ

ଖୋର୍ଦ୍ଧା,୭।୨(ପ୍ରଭାତ ପାଣିଗ୍ରାହୀ): ଦନ୍ତା ହାତୀ ନେଲା ଜଣେ ଯୁବକଙ୍କ ଜୀବନ। ଦନ୍ତାହାତୀ ଆକ୍ରମଣରେ ମୃତ୍ୟୁ ହୋଇଥିବା ଯୁବକ ହେଲେ ଖଡିପଦର ଗ୍ରାମର ଶଙ୍କର ରାଉତରାୟ ବୋଲି ଜଣାପଡିଥିବା।…

ବେଆଇନ ଗୋ ଚାଲାଣ ହେଉଥିବାବେଳେ ଚଢାଉ କଲା ପୋଲିସ, ବାପପୁଅଙ୍କୁ…

ଆନନ୍ଦପୁର, ୭।୨(ସୁଶାନ୍ତ କୁମାର ସାହୁ): ପୋଲିସର ବ୍ୟାପକ ଚଢାଉ ପରେ ବି କେନ୍ଦୁଝର ଜିଲାରେ ବେଆଇନ ଗୋ ଚାଲାଣ କମିବାର ନା ଧରୁନି। ଶୁକ୍ରବାର ବିଳମ୍ବିତ ରାତିରେ…

Jasprit Bumrah: ଟିମ୍ ଇଣ୍ଡିଆକୁ ଆଉ ଏକ ଝଟକା, ପ୍ରଥମ ମ୍ୟାଚରୁ ଜସପ୍ରିତ ବୁମରା ବାଦ!

ନୂଆଦିଲ୍ଲୀ,୭।୨: ୨୦୨୬ ଟି-୨୦ ବିଶ୍ୱକପ୍ ଆରମ୍ଭ ନହେଉଣୁ ଟିମ୍ ଇଣ୍ଡିଆକୁ ଝଟକା ଲାଗିଛି । ବିଶ୍ୱକପ୍ ଆରମ୍ଭ ହେବାର ଗୋଟିଏ ଦିନ ପୂର୍ବରୁ ଯୁବ ଦ୍ରୁତ ବୋଲର…

କାମରୁ ଫେରୁଥିବାବେଳେ ହାତୀ ହାବୁଡ଼ରେ ପଡିଗଲେ ବ୍ୟକ୍ତି, ମୁଣ୍ଡ-ଗଣ୍ଡି ସମ୍ପୂର୍ଣ୍ଣ ଅଲଗା

ନିରାକାରପୁର, ୭।୨(ମାନସ ଚନ୍ଦ୍ର ପଟ୍ଟନାୟକ): ପୁଣି ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି । ସେ ହେଲେ ଖୋର୍ଦ୍ଧା ବନଖଣ୍ଡ ଟାଙ୍ଗୀ ବନାଞ୍ଚଳ ସିକୋ ଖଡ଼ିପଦର…

BCCI ସେଣ୍ଟ୍ରାଲ୍‌ କଣ୍ଟ୍ରାକ୍ଟରେ ସର୍ବାଧିକ ଦରମା ପାଇବେ ଏହି ୩ ଖେଳାଳି: ତଳକୁ ଖସିବେ ରୋହିତ-କୋହଲି

ନୂଆଦିଲ୍ଲୀ,୭।୨: ଭାରତୀୟ କ୍ରିକେଟ ଦଳର ତାରକାମାନେ ଏହି ବର୍ଷ କେତେ ଟଙ୍କା ପାଇବେ ତାହା ସ୍ଥିର ହୋଇସାରିଛି। ସବୁଦିନ ପରି ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI)…

ରାଜନୈତିକ ହିଂସାକୁ ନେଇ ବୁଲିଲା ଖଣ୍ଡା: ସମିତିସଭ୍ୟଙ୍କୁ ଘରୁ ଘୋଷାଡି ଆଣି ଗାଁ ଦାଣ୍ଡରେ ହାଣିଲେ…

ପୁରୁଷୋତ୍ତମପୁର,୭।୨(ସବିତା ମିଶ୍ର) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଘଳା ପଞ୍ଚାୟତର କୁଷପୁର ଗ୍ରାମରେ ପୂର୍ବଶତ୍ରୁତାକୁ ନେଇ ଅଶାନ୍ତ ହୋଇପଡିଛି । ପଞ୍ଚାୟତ ନିର୍ବାଚନ ପାଖେଇ ଆସୁଥିବାବେଳେ…

୧୦୦ ବର୍ଷ ପରେ କୁମ୍ଭ ରାଶିରେ ସୃଷ୍ଟି ହେଲା ‘ଅଦ୍ଭୁତ ଯୋଗ’: ଏହି ୩ ରାଶିଙ୍କର ଅଚାନକ ଘଟିବ…

୬ ଫେବୃଆରୀ, ୨୦୨୬ ଠାରୁ, ସୁଖ, ସମୃଦ୍ଧି ଏବଂ ପ୍ରେମର ଗ୍ରହ ଶୁକ୍ର, ତାଙ୍କ ବନ୍ଧୁ ଶନିଙ୍କ ରାଶି କୁମ୍ଭରେ ପ୍ରବେଶ କରିଛନ୍ତି। ଏଠାରେ, ଏହା ତାଙ୍କ…

ଆଉ U19 ବିଶ୍ୱକପରେ ଖେଳିପାରିବେ ନାହିଁ ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ ଆଶ୍ଚର୍ଯ୍ୟଜନକ କାରଣ

ନୂଆଦିଲ୍ଲୀ,୭।୨: ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ୨୦୨୬ର ୧୯ ବର୍ଷରୁ କମ ବିଶ୍ୱକପରେ ଇତିହାସ ରଚିଥିଲେ। ଫାଇନାଲରେ ୮୦ ବଲ ରୁ ୧୭୫ ରନ କରି ଭାରତକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri