ବାଲିଯାତ୍ରାରେ ଛାତ୍ରଙ୍କ ମୃତ୍ୟୁ ଘଟଣା: ତଦନ୍ତ ନିର୍ଦ୍ଦେଶ ଦେଲେ ଜିଲାପାଳ

କଟକ,୧୭।୧୧: ବାଲିଯାତ୍ରାର ତୃତୀୟ ଦିନରେ ବିଦ୍ୟୁତ୍‌ ଆଘାତରେ ଜଣେ ଯୁକ୍ତ ୨ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଜଗତସିଂହପୁର ଜୟବଡ଼ର ପ୍ରଭାକର ମନ୍ଥନଙ୍କ ପୁଅ ବିଶ୍ୱପ୍ରକାଶ ମନ୍ଥନ(୧୮)। ଯାତ୍ରା ପଡ଼ିଆ ସମ୍ମୁଖ ରିଂ ବନ୍ଧର ଦୁଇ ରାସ୍ତା ମଝିରେ ଥିବା ବାଡ଼ରେ ସଜାଯାଇଥିବା ଲିଚୁ ଲାଇଟ ତାର ସଂସ୍ପର୍ଶରେ ଆସି ବିଶ୍ୱପ୍ରକାଶଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ତେବେ ପ୍ରଶାସନର ବେପରୁଆ ପାଇଁ ନିରୀହ ଛାତ୍ରଙ୍କ ଅକାଳରେ ଜୀବନ ଯାଇଥିବା ଲୋକେ ଅଭିଯୋଗ କରିଛନ୍ତି।

ଅନ୍ୟପକ୍ଷେ କଟକ ଜିଲାପାଳ ଦତ୍ତାତ୍ରେୟ ଭାଉସାହେବ ଶିନ୍ଦେ ସୋମବାର ତଦନ୍ତ ନିଦ୍ଦେଶ ଦେଇଛନ୍ତି। ଏପରିକି ତହସିଲଦାର ଏବଂ ଟିପିସିଓଡିଏଲ୍‌କୁ ତଦନ୍ତ କରି ରିପୋର୍ଟ ଦେବାକୁ କୁହାଯାଇଛି। କାହା ଜାଣତରେ ଅଘଟଣ ଘଟିଥିଲେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ। ଘଟଣା ଅତ୍ୟନ୍ତ ଦୁଃଖଦାୟକ। ମୃତକଙ୍କ ପରିବାର ଲେକାଙ୍କୁ କ୍ଷତିପୂରଣ ଯୋଗାଇ ଦିଆଯିବ ବୋଲି ଜିଲାପାଳ ପ୍ରକାଶ କରିଛନ୍ତି।

ମିଳିଥିବା ସୂଚନା ମୁତାବକ, ବିଶ୍ୱପ୍ରକାଶ କଟକରେ ଥିବା ଏକ ବେସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଯୁକ୍ତ ୨ ପଢୁଥିଲେ। ଛୁଟି ପରେ ରବିବାର ତାଙ୍କୁ ପରିବାର ଲୋକ କଟକରେ ଆଣି ଛାଡ଼ିଥିଲେ। ସେ ତାଙ୍କ ଅନ୍ୟ କିଛି ସାଙ୍ଗଙ୍କ ସହିତ ବାଲିଯାତ୍ରା ବୁଲିବାକୁ ଯାଇଥିଲେ । ତଳ ପଡ଼ିଆ ବୁଲିବା ପରେ ସେ ରିଂ ବନ୍ଧକୁ ଉଠିଥିଲେ। ରାତି ପ୍ରାୟ ୯ଟାରୁ ୯ଟା ୧୫ ମଧ୍ୟରେ ବିଶ୍ୱପ୍ରକାଶ ଓ ତାଙ୍କ କିଛି ସାଙ୍ଗ ରିଂ ବନ୍ଧର ଗୋଟିଏ ପଟରାସ୍ତାରୁ ଆରପଟକୁ ଯିବା ପାଇଁ ଦୁଇ ରାସ୍ତା ମଝିରେ ଥିବା ଡିଭାଇଡରକୁ ଡେଉଁଥିଲେ।

ପୂର୍ବରୁ ସେଠାରେ ବାଲିଯାତ୍ରା ପାଇଁ ରଙ୍ଗ ବେରଙ୍ଗର ଲିଚୁ ଲାଇଟ ଲାଗିଛିି। ଲିଚୁ ତାର ଝୁଲି ରହିଛି। ବିଶ୍ୱପ୍ରକାଶ ରାସ୍ତା ଅତିକ୍ରମ କଲା ବେଳେ ଲିଚୁ ତାରକୁ ଧରି ପକାଇବାରୁ ସେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସିଯାଇଥିଲେ। ଡିଭାଇଡରରେ ଲୁହାବାଡ଼ ଥିବାରୁ ସେ ଲୁହା ଭିତରେ ବିଶ୍ୱ ଛନ୍ଦି ହୋଇ ଯାଇଥିଲେ। ଏହା ଦେଖି ତାଙ୍କ ସାଙ୍ଗ ଉପସ୍ଥିତ ଲୋକେ ପାଟି କରିଥିଲେ। ସ୍ଥାନୀୟ ଲୋକଙ୍କ ଉଦ୍ୟମରେ ଉକ୍ତ ତାରକୁ ବିଶ୍ୱପ୍ରକାଶଙ୍କ ହାତରୁ କଢ଼ାଯାଇଥିଲା। ସେତେବେଳକୁ ସେ ତଳେ ପଡ଼ିଯାଇଥିଲେ।

ଏକ ଆମ୍ବୁଲାନ୍ସ ଯୋଗେ ବିଶ୍ୱଙ୍କୁ ଏସ୍‌ସିବି ନିଆଗଲା। ସେଠାରେ ଡାକ୍ତର ବିଶ୍ୱପ୍ରକାଶଙ୍କ ‘ଇସିଜି’ ପରୀକ୍ଷା କରିବା ପରେ ମୃତ ଘୋଷଣା କରିଥିଲେ । ଖବର ପାଇ କ୍ୟାଣ୍ଟନମେଣ୍ଟ ଥାନା ପୋଲିସ ପହଞ୍ଚି ମୃତଦେହ ଜବତ କରିଥିଲା।

ଏହା ଜାଣି ବିଶ୍ୱପ୍ରକାଶଙ୍କ ପରିବାର ଲୋକ ଓ କଲେଜ କର୍ତ୍ତୃପକ୍ଷ ସୂଚନା ପାଇ ଏସ୍‌ସିବିରେ ପହଞ୍ଚି ଥିଲେ। କେଉଁ ପରିସ୍ଥିତିରେ ବିଶ୍ୱପ୍ରକାଶ ନିଜ କଲେଜରୁ ବାହାରି ବାଲିଯାତ୍ରା ବୁଲିବାକୁ ଯାଇଥିଲେ ତାହା ସ୍ପଷ୍ଟ ହୋଇନାହିଁ। ଅନ୍ୟପଟେ ସାଜସଜ୍ଜା ନାଁରେ ପ୍ରଶାସନ ଏଭଳି ଅସୁରକ୍ଷିତ ତଥା ବେପରୁଆ ମନୋଭାବକୁ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଇକିଆରେ ବାହୁଡା଼ ଯାତ୍ରା ସମ୍ପନ୍ନ

ରାଇକିଆ,୨୪ା୭ (ପ୍ରଦୀପ ବେହେରା): ରାଇକିଆ ଠାରେ ଶୁକ୍ରବାର ବାହୁଡ଼ା ଯାତ୍ରା ସମ୍ପନ୍ନ ହୋଇଛି। ଅସ୍ଥାୟୀ ଗୁଣ୍ଡିଚା ମନ୍ଦିରର ଆଡ଼ପ ମଣ୍ଡପରେ ବିରାଜମାନ କରିଥିବା ଚତୁର୍ଦ୍ଧା ମୂର୍ତ୍ତିଙ୍କର ସାମ୍ନାରେ…

ଗଞ୍ଜାମରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା

ଗଞ୍ଜାମ,୨୪ା୭(ବିଦ୍ୟାଧର ସାହୁ/ଅନାଥ ତରାଇ): ଗଞ୍ଜାମ ସହରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ପାଳିତ ହୋଇଛି। ସକାଳୁ ମନ୍ଦିର ପରିସରରେ ପୂଜାପାଠ ଓ ରୀତିନୀତି ପାଳନ ପରେ ମହାପ୍ରଭୁଙ୍କ…

ଚମକାଇଲା ECBର ନିଷ୍ପତ୍ତି: ଜୋ ରୁଟ୍ ପୁଣି ହେବେ ଇଂଲଣ୍ଡର ଷ୍ଟେଟ୍ କ୍ୟାପଟେନ୍

ଲଣ୍ଡନ,୪।୭: ଇଂଲଣ୍ଡ କ୍ରିକେଟ୍ ଦଳକୁ ମିଳିବାକୁ ଯାଉଛି ଜଣେ ନୂତନ ଟେଷ୍ଟ କ୍ୟାପଟେନ୍। ବରିଷ୍ଠ ବ୍ୟାଟ୍ସମ୍ୟାନ୍ ଜୋ ରୁଟଙ୍କୁ ପୁଣି ଥରେ ଇଂଲଣ୍ଡ ଟେଷ୍ଟ ଦଳର କ୍ଷମତା…

୧୧ କେ.ଭି. ତାର ସଂସ୍ପର୍ଶରେ ଆସି ମହିଳାଙ୍କ ମୃତ୍ୟୁ ଘଟଣା: ଶକ୍ତି ସଚିବ, କଳାହାଣ୍ଡି ଜିଲାପାଳ ଓ ଏସପିଙ୍କୁ ନୋଟିସ ଜାରି କଲା ଜାତୀୟ ମାନବାଧିକାର କମିଶନ

ଥୁଆମୂଳ ରାମପୁର, ୨୪।୦୭ (ଦୁର୍ଗା କୀର୍ତ୍ତି): ବିଦ୍ୟୁତ୍ ବିଭାଗ ଓ ଟାଟା ପାୱାରର ଚରମ ଅବହେଳା ଯୋଗୁ ଝୁଲନ୍ତା ୧୧ କେ.ଭି. ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି…

CJP ପ୍ରଦର୍ଶନରେ ପାକିସ୍ତାନୀ ଷଡ଼ଯନ୍ତ୍ର! ଜନ୍ତର-ମନ୍ତର ପ୍ରଦର୍ଶନକୁ ନେଇ ବଡ଼ ଖୁଲାସା, ବ୍ଲକ ହେଲା ୪୮୦…

ନୂଆଦିଲ୍ଲୀ,୪।୭: ଦିଲ୍ଲୀର ଜନ୍ତର-ମନ୍ତରଠାରେ ‘କକ୍ରୋଚ ଜନତା ପାର୍ଟି’ (CJP) ର ବିରୋଧ ପ୍ରଦର୍ଶନ ମଧ୍ୟରେ ଦିଲ୍ଲୀ ପୋଲିସ ଏକ ବଡ଼ ଖୁଲାସା କରିଛି। ପୋଲିସ ଏକ ବଡ଼…

ସ୍ତ୍ରୀ, ଝିଅଙ୍କୁ ନେଇ ଶ୍ୱଶୁରଘର ଯାଇଥିଲେ: ଫେରୁଥିବା ବେଳେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଜଣେ ମୃତ….

ଭଞ୍ଜନଗର, ୨୪/୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଯୋଗୀମାରି ରାସ୍ତାର ପାଣିଟାଙ୍କି ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା…

ବାହୁଡ଼ା ଯାତ୍ରା ସମୟରେ ଅଘଟଣ: ଅଣନିଶ୍ବାସୀ ହୋଇ ଜଣଙ୍କର ମୃତ୍ୟୁ, ମିଳିଛି ପରିଚୟ

ପୁରୀ,୨୪।୭: ପବିତ୍ର ବାହୁଡ଼ା ଯାତ୍ରା ଅବସରରେ ପୁରୀ ଶ୍ରୀକ୍ଷେତ୍ରରେ ଏକ ଦୁଃଖଦ ଘଟଣା ଘଟିଛି। ଅଧିକ ଭିଡ଼ ଓ ଅଣନିଶ୍ବାସୀ ହୋଇ ଜଣେ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ଘଟିଛି।…

ବାହୁଡ଼ିଲେ ମହାବାହୁ : ଭକ୍ତିମୟ ଭବାନୀପାଟଣା ସହର

ଭବାନୀପାଟଣା,୨୪।୭:(ଉତ୍ତମ କୁମାର ଦାଶ)- ନବ ଦିନ ଯାତ୍ରା ସାରି ଆଷାଢ଼ ଶୁକ୍ଳ ପକ୍ଷ ଦଶମୀ ତିଥିରେ ବଡ଼ଭାଇ ବଳଭଦ୍ର, ଭଉଣୀ ସୁଭଦ୍ରା ଓ ଚକ୍ରରାଜ ସୁଦର୍ଶନଙ୍କୁ ସାଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri