ଶିକ୍ଷକ ଅନିରୁଦ୍ଧ ସ୍ବାଇଁ ମୃତ୍ୟୁ ଘଟଣା: ମୁଖ୍ୟ ଅଭିଯୁକ୍ତଙ୍କ ଗିରଫ ଦାବିରେ ଅନଶନ

ହାଟଡିହୀ,୨୦ା୧(ଡି.ଏନ୍‌.ଏ.): ୨୦୨୨ ନଭେମ୍ବର ୧୪ରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଢେଙ୍କା ହାଇସ୍କୁଲର ଶିକ୍ଷକ ଇଞ୍ଚଳ ଗ୍ରାମର ଅନିରୁଦ୍ଧ ସ୍ବାଇଁଙ୍କ ମୃତଦେହ ରକ୍ତ ଜୁଡୁବୁଡୁ ଅବସ୍ଥାରେ ମରୈଗାଁଠାରେ ଥିବା ତାଙ୍କ ଭଡ଼ାଘରୁ ଉଦ୍ଧାର ହୋଇଥିଲା। ପ୍ରକାଶ ଚନ୍ଦ୍ର ସ୍ବାଇଁଙ୍କ ଅଭିଯୋଗକୁ ଭିତ୍ତି କରି ନନ୍ଦିପଦା ଥାନା କେସ୍‌ ନଂ ୨୭୭/୨୨ରେ ଏକ ମାମଲା ରୁଜୁ ହୋଇଥିଲା। ଶଢ଼ା ଗ୍ରାମର ରମାମଣି ରଣା ଏବଂ ଗୋପାଳ ରଣାଙ୍କୁ ମଧ୍ୟ ସନ୍ଦେହରେ ଅଟକ ରଖାଯାଇଥିଲା। କିନ୍ତୁ ଏପରି ସମ୍ବେଦନଶୀଳ ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରିବାରେ ବିଫଳ ହୋଇଛି l ଘଟଣାର ପ୍ରକୃତ ରହସ୍ୟକୁ ଲୁଚାଇବା ପାଇଁ ପୋଲିସ ଅନ୍ୟ ଜଣଙ୍କୁ ଗିରଫ କରିଛି l ତେଣୁ ପୋଲିସ ଦକ୍ଷତାକୁ ନେଇ ପ୍ରଶ୍ନ ଉଠାଇ ମୃତ ଶିକ୍ଷକଙ୍କ ପରିବାର ଲୋକ ଏବଂ ସ୍ଥାନୀୟ ଲୋକମାନେ ଶୁକ୍ରବାର ଥାନା ନିକଟ ଆନନ୍ଦପୁର-ଭଦ୍ରକ ୫୩ ନଂ ରାଜ୍ୟ ରାଜପଥରେ ବସି ଅନଶନ କରିଛନ୍ତି ଏବଂ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ ଦାବି ମଧ୍ୟ କରିଛନ୍ତି। ରାସ୍ତା ଅବରୋଧ ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି।

ସୂଚନାଯୋଗ୍ୟ, ଭଡ଼ା ଘର ବାହାର ପଟୁ ତାଲା ପଡ଼ିଥିଲା ବେଳେ ମୃତ ଶିକ୍ଷକ ଅନିରୁଦ୍ଧ ଘରେ ଭିତରେ ଖଟ ଉପରେ ଅର୍ଦ୍ଧଲଗ୍ନ ଅବସ୍ଥାରେ ପଡ଼ିଥିବା ଦେଖିବାକୁ ମିଳିଥିଲା। ପରେ ପୋଲିସ ପହଞ୍ଚି ମୃତଦେହ ଜବତ କରିଥିଲା। ଶିକ୍ଷକଙ୍କ ଏକ ଲାଲ୍‌ ରଙ୍ଗର ସ୍କୁଟିକୁ ପୋଲିସ ଶଢ଼ା ନିକଟ କେନାଲରୁ ଜବତ କରିଥିଲା। ଦୀର୍ଘଦିନ ପରେ କଣିଆରୀ ଗ୍ରାମର ଅରୂପ ଜେନା (୨୦) ଗିରଫ କରିଥିଲା। ମୃତ ଶିକ୍ଷକଙ୍କ ଭାଇ କଳାକାର ସ୍ବାଇଁ କହିଛନ୍ତି, ନନ୍ଦିପଦା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରିବାରେ ବିଫଳ ହୋଇଛ। ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ ଏବଂ ନ୍ୟାୟ ପ୍ରଦାନ ପାଇଁ ଜିଲା ଆରକ୍ଷୀ ଅଧୀକ୍ଷକଙ୍କୁ ପୂର୍ବରୁ ଜଣାଇଥିଲେ ମଧ୍ୟ କୌଣସି ସୁଫଳ ମିଳିଲାନି। ଶେଷରେ ଅନଶନ ପନ୍ଥା ଗ୍ରହଣ କଲୁ ବୋଲି ଆନ୍ଦୋଳନକାରୀମାନେ କହିଛନ୍ତି। ଅନ୍ୟପକ୍ଷରେ ତଦନ୍ତ ଠିକ୍‌ ଭାବେ ହେଉଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri