ଶିକ୍ଷକ ଅନିରୁଦ୍ଧ ସ୍ବାଇଁ ମୃତ୍ୟୁ ଘଟଣା: ମୁଖ୍ୟ ଅଭିଯୁକ୍ତଙ୍କ ଗିରଫ ଦାବିରେ ଅନଶନ

ହାଟଡିହୀ,୨୦ା୧(ଡି.ଏନ୍‌.ଏ.): ୨୦୨୨ ନଭେମ୍ବର ୧୪ରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଢେଙ୍କା ହାଇସ୍କୁଲର ଶିକ୍ଷକ ଇଞ୍ଚଳ ଗ୍ରାମର ଅନିରୁଦ୍ଧ ସ୍ବାଇଁଙ୍କ ମୃତଦେହ ରକ୍ତ ଜୁଡୁବୁଡୁ ଅବସ୍ଥାରେ ମରୈଗାଁଠାରେ ଥିବା ତାଙ୍କ ଭଡ଼ାଘରୁ ଉଦ୍ଧାର ହୋଇଥିଲା। ପ୍ରକାଶ ଚନ୍ଦ୍ର ସ୍ବାଇଁଙ୍କ ଅଭିଯୋଗକୁ ଭିତ୍ତି କରି ନନ୍ଦିପଦା ଥାନା କେସ୍‌ ନଂ ୨୭୭/୨୨ରେ ଏକ ମାମଲା ରୁଜୁ ହୋଇଥିଲା। ଶଢ଼ା ଗ୍ରାମର ରମାମଣି ରଣା ଏବଂ ଗୋପାଳ ରଣାଙ୍କୁ ମଧ୍ୟ ସନ୍ଦେହରେ ଅଟକ ରଖାଯାଇଥିଲା। କିନ୍ତୁ ଏପରି ସମ୍ବେଦନଶୀଳ ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରିବାରେ ବିଫଳ ହୋଇଛି l ଘଟଣାର ପ୍ରକୃତ ରହସ୍ୟକୁ ଲୁଚାଇବା ପାଇଁ ପୋଲିସ ଅନ୍ୟ ଜଣଙ୍କୁ ଗିରଫ କରିଛି l ତେଣୁ ପୋଲିସ ଦକ୍ଷତାକୁ ନେଇ ପ୍ରଶ୍ନ ଉଠାଇ ମୃତ ଶିକ୍ଷକଙ୍କ ପରିବାର ଲୋକ ଏବଂ ସ୍ଥାନୀୟ ଲୋକମାନେ ଶୁକ୍ରବାର ଥାନା ନିକଟ ଆନନ୍ଦପୁର-ଭଦ୍ରକ ୫୩ ନଂ ରାଜ୍ୟ ରାଜପଥରେ ବସି ଅନଶନ କରିଛନ୍ତି ଏବଂ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ ଦାବି ମଧ୍ୟ କରିଛନ୍ତି। ରାସ୍ତା ଅବରୋଧ ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି।

ସୂଚନାଯୋଗ୍ୟ, ଭଡ଼ା ଘର ବାହାର ପଟୁ ତାଲା ପଡ଼ିଥିଲା ବେଳେ ମୃତ ଶିକ୍ଷକ ଅନିରୁଦ୍ଧ ଘରେ ଭିତରେ ଖଟ ଉପରେ ଅର୍ଦ୍ଧଲଗ୍ନ ଅବସ୍ଥାରେ ପଡ଼ିଥିବା ଦେଖିବାକୁ ମିଳିଥିଲା। ପରେ ପୋଲିସ ପହଞ୍ଚି ମୃତଦେହ ଜବତ କରିଥିଲା। ଶିକ୍ଷକଙ୍କ ଏକ ଲାଲ୍‌ ରଙ୍ଗର ସ୍କୁଟିକୁ ପୋଲିସ ଶଢ଼ା ନିକଟ କେନାଲରୁ ଜବତ କରିଥିଲା। ଦୀର୍ଘଦିନ ପରେ କଣିଆରୀ ଗ୍ରାମର ଅରୂପ ଜେନା (୨୦) ଗିରଫ କରିଥିଲା। ମୃତ ଶିକ୍ଷକଙ୍କ ଭାଇ କଳାକାର ସ୍ବାଇଁ କହିଛନ୍ତି, ନନ୍ଦିପଦା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରିବାରେ ବିଫଳ ହୋଇଛ। ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ ଏବଂ ନ୍ୟାୟ ପ୍ରଦାନ ପାଇଁ ଜିଲା ଆରକ୍ଷୀ ଅଧୀକ୍ଷକଙ୍କୁ ପୂର୍ବରୁ ଜଣାଇଥିଲେ ମଧ୍ୟ କୌଣସି ସୁଫଳ ମିଳିଲାନି। ଶେଷରେ ଅନଶନ ପନ୍ଥା ଗ୍ରହଣ କଲୁ ବୋଲି ଆନ୍ଦୋଳନକାରୀମାନେ କହିଛନ୍ତି। ଅନ୍ୟପକ୍ଷରେ ତଦନ୍ତ ଠିକ୍‌ ଭାବେ ହେଉଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାନସଭା ନିର୍ବାଚନ ପୂର୍ବରୁ AAPର ବଡ଼ ଘୋଷଣା; ଏହି ଦଳ ସହ କଲା ମେଣ୍ଟ

ନୂଆଦିଲ୍ଲୀ,୧୩।୯: ଆମ ଆଦମୀ ପାର୍ଟି (AAP) ଗୋଆ ବିଧାନସଭା ନିର୍ବାଚନକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ରାଜନୈତିକ ଘୋଷଣା କରିଛି। ଗୋଆରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର…

ଆମେରିକା ପ୍ରସଙ୍ଗରେ କଠୋର ଆଭିମୁଖ୍ୟ ଗ୍ରହଣ କଲେ ସି ଜିନପିଙ୍ଗ, ପ୍ରଧାନମନ୍ତ୍ରୀ ମୋଦିଙ୍କୁ କହିଲେ…

ନୂଆଦିଲ୍ଲୀ,୧୩।୯: ଦିଲ୍ଲୀରେ ଅନୁଷ୍ଠିତ BRICS ସମ୍ମିଳନୀ ୨୦୨୬ରେ, ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଭାରତ ସହିତ ସମ୍ପର୍କ ଉନ୍ନତ କରିବାର ଗୁରୁତ୍ୱ ଉପରେ ଆଲୋକପାତ କରିବା ସହ…

ଭାରତମାତାଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ, ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା

କଲ୍ୟାଣସିଂହପୁର,୧୩ା୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିକରପାଇ ପଞ୍ଚାୟତ ସଦର ପ୍ରବେଶ ପଥରେ ଥିବା ଭାରତ ମାତାଙ୍କ ପ୍ରତିମୂର୍ତ୍ତିକୁ କିଛି ଦୁର୍ବୃତ୍ତ ଭାଙ୍ଗି…

ହିନ୍ଦୁ ସାଧୁଙ୍କ ପାଦ ସ୍ପର୍ଶ କଲେ ଇରାନର ରାଷ୍ଟ୍ରପତି ପେଜେଶକିଆନ! ଭିଡିଓ ଭାଇରାଲ

ନୂଆଦିଲ୍ଲୀ/ତେହରାନ,୧୩।୯: ଦିଲ୍ଲୀର ଭାରତ ମଣ୍ଡପମରେ ଚାଲିଥିବା ବ୍ରିକ୍ସ (BRICS) ସମ୍ମିଳନୀର ଏକ ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ଇରାନର ରାଷ୍ଟ୍ରପତି…

ଖଣ୍ଡେ ପାନ ପାଇଁ ବୃଦ୍ଧାଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ଯୁବକ

ମୋରଡ଼ା,୧୩ା୯(ସ୍ମାରକ ମାଜୀ): ଖଣ୍ଡେ ପାନ ପାଇଁ ଘଟିଛି ହତ୍ୟାକାଣ୍ଡ। ଠେଙ୍ଗାରେ ପିଟିପିଟି ବୃଦ୍ଧାଙ୍କୁ ହତ୍ୟା କରିଛନ୍ତି ଜଣେ ଯୁବକ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ସୋସିଆଲ ମିଡିଆରେ ଚର୍ଚ୍ଚା; କିଶୋର କୁମାରଙ୍କ ଗୀତ ଗାଇଲେ ପ୍ରଧାନମନ୍ତ୍ରୀ, ସବୁ କହିଲେ….

ନୂଆଦିଲ୍ଲୀ,୧୩।୯: ଭାରତରେ ଆୟୋଜିତ ବ୍ରିକ୍ସ ଶିଖର ସମ୍ମିଳନୀର ଗାଲା ଡିନରରେ ମାଲେସିଆ ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମଙ୍କ ଏକ ଭିନ୍ନ ରୂପ ଦେଖିବାକୁ ମିଳିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ବିଭିନ୍ନ ଦାବି ନେଇ ଗୁଡ଼ାରି ବନ୍ଦ ଡାକରା, ଜିଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରି…

ଗୁଡ଼ାରି,୧୩ା୯(ପ୍ରମୋଦ କୁମାର ପତି): ବିଭିନ୍ନ ଦାବି ପୂରଣ ନେଇ ଆସନ୍ତା ୨୨ ତାରିଖରେ ଗୁଡାରି ବନ୍ଦ ଡାକରା ଦିଆଯାଇଛି। ଏନେଇ ରବିବାର ବିଡିଓଙ୍କ ଅନୁପସ୍ଥିତିରେ ଜିପିଡିଓ ଶିବପ୍ରସାଦ…

ପୁଣି ଲଣ୍ଡନରେ କ୍ୱାଲିଟି ଟାଇମ ସ୍ପେଣ୍ଡ କରୁଥିବାର ନଜର ଆସିଲେ ତ୍ରିଶା-ବିଜୟ; ଭିଡିଓ ଭାଇରାଲ, ପ୍ରଶଂସକ କହିଲେ…

ଚେନ୍ନାଇ,୧୩।୯: ସୁପରଷ୍ଟାର ଥାଲାପତି ବିଜୟ ଏବଂ ଅଭିନେତ୍ରୀ ତ୍ରିଶା କ୍ରିଷ୍ଣନଙ୍କ ଯୋଡ଼ିକୁ ପ୍ରଶଂସକମାନେ ଦୀର୍ଘ ଦିନ ଧରି ପସନ୍ଦ କରିଆସୁଛନ୍ତି। ଏହି ପସନ୍ଦ ସହିତ, ଉଭୟଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?