ନେହେରୁଙ୍କ ଚିକିତ୍ସା କରିଥିବା ଡାକ୍ତରଙ୍କ ପରଲୋକ

କେନ୍ଦ୍ରାପଡ଼ା ଅଫିସ, ୨୪ା୧୨: କେନ୍ଦ୍ରାପଡ଼ା ସହର ବଳଗଣ୍ଡି ଗାଁର ଶତାୟୁ ଡାକ୍ତର ଗୋବିନ୍ଦ ଚନ୍ଦ୍ର ଦାସଙ୍କ ବାର୍ଦ୍ଧକ୍ୟ ଜନିତ କାରଣରୁ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୧୦୪ ବର୍ଷ ବୟସ ହୋଇଥିଲା। ସେ କେନ୍ଦ୍ରାପଡ଼ା ବ୍ଲକ ଅନ୍ତର୍ଗତ କେଶପୁର ପଞ୍ଚାୟତର ଅରୁଆ କଦଳୀବଣ ଗଁାରେ ୧୯୧୭ରେ ଜନ୍ମ ଗ୍ରହଣ କରିଥିଲେ। ଡା. ସ୍ବର୍ଗତ ଦାସ ହେଉଛନ୍ତି ଲୋକ ସେବକ ମଣ୍ଡଳର ପ୍ରାକ୍ତନ ସଭାପତି ତଥା ଓଡ଼ିଶାର ପ୍ରଥମ ମୁଖ୍ୟମନ୍ତ୍ରୀ ବିଶ୍ୱନାଥ ଦାସଙ୍କ ସମୁଦି। ସେ ୧୯୫୨ରୁ ୧୯୫୮ ପର୍ଯ୍ୟନ୍ତ ୬ ବର୍ଷ ଧରି ସୈନ୍ୟବାହିନୀରେ ଡାକ୍ତର ଭାବେ କାର୍ଯ୍ୟ କରିଥିଲେ। ଏଥିସହ ୧୯୬୪ରେ ଓଡ଼ିଶାର ତତ୍‌କାଳୀନ ରାଜ୍ୟପାଳ ଅଯୋଧ୍ୟା ନାଥ ଖୋସଲାଙ୍କର ମଧ୍ୟ ଡାକ୍ତର ଥିଲେ। ସେହିବର୍ଷ ଭାରତର ତତ୍‌କାଳୀନ ପ୍ରଧାନ ମନ୍ତ୍ରୀ ଜବାହରଲାଲ ନେହେରୁ ଓଡ଼ିଶା ଗସ୍ତରେ ଆସିଥିବା ବେଳେ ଅସୁସ୍ଥ ହୋଇ ପଡିବାରୁ ସ୍ବର୍ଗତ ଦାସ ତାଙ୍କର ଚିକିତ୍ସା କରିଥିଲେ। ୧୯୬୪ ଶେଷ ଭାଗରେ ସ୍ବର୍ଗତ ଦାସ ସ୍ବେଚ୍ଛାକୃତ ଅବସର ନେଇ କେନ୍ଦ୍ରାପଡ଼ା ସହରର ବଳଗଣ୍ଡିଠାରେ ନିଜ କ୍ଲିନିକରେ ଚିକିତ୍ସା କରୁଥିଲେ। ତାଙ୍କ ବିୟୋଗରେ ସାରା କେନ୍ଦ୍ରାପଡ଼ା ସହରରେ ଶୋକର ଛାୟା ଖେଳି ଯାଇଛି। ବହୁ ମାନ୍ୟଗଣ୍ୟ ବ୍ୟକ୍ତି ତାଙ୍କ ବାସଭବନରେ ପହଞ୍ଚତ୍ ସ୍ବର୍ଗତ ଦାସଙ୍କ ଶେଷଦର୍ଶନ କରିବା ସହ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri