Posted inଜାତୀୟ

ବାପାଙ୍କ ମୃତ୍ୟୁପରେ ଚାଲିଥିଲା କୋକେଇ ସଜା: ପୁଅ କରିଦେଲେ ଏମିତି କାମ

ଦରଭଙ୍ଗା,୨୫।୭:ବିହାରର ଦରଭଙ୍ଗାରେ ଏକ ଅଭାବନୀୟ ଘଟଣା ଘଟିଛି। କୌଣସି ଏକ ରୋଗରେ ବାପାଙ୍କ ମୃତ୍ୟୁ ହେବାପରେ ଅନ୍ତିମ ସଂସ୍କାର ପାଇଁ ପ୍ରସ୍ତୁତି ଚାଲିଥିବାବେଳେ ଏକମାତ୍ର ପୁଅ ମଧ୍ୟ କରେଣ୍ଟ ଲାଗି ମୃତ୍ୟୁବରଣ କରିଛନ୍ତି। ଗୋଟିଏ ଦିନରେ ଉଭୟ ବାପ-ପୁଅଙ୍କ ମୃତ୍ୟୁରେ ପରିବାର ଲୋକ ଭାଙ୍ଗିପଡିଛନ୍ତି। ଏଭଳି ହୃଦୟ ବିଦାରକ ଘଟଣା ବିହାରର ଦରଭଙ୍ଗାରେ ଘଟିଛି। ଦରଭଙ୍ଗାର ଲଳିତ ନାରାୟଣ ମିଥିଲା ବିଶ୍ୱବିଦ୍ୟାଳୟ ଥାନା ଅନ୍ତର୍ଗତ ଆଜମନଗର ମୋହଲ୍ଲେରେ ମୋହନ ମହତୋଙ୍କ କୌଣସି ଏକ ରୋଗ ପରଲୋକ ଘଟିଥିଲା। ତାଙ୍କ ମୃତଦେହ ହସ୍ପିଟାଲରୁ ଘରକୁ ଆସିବା ପରେ ଘରେ ଶୋକର ଛାୟା ଖେଳିଯାଇଥିଲା। ଅନ୍ତିମ ସଂସ୍କାର ପାଇଁ କୋକେଇ ବନ୍ଦା ଯାଉଥିଲା। ଏହି ସମୟରେ ମୋହନଙ୍କ ୧୮ ବର୍ଷୀୟ ପୁଅ ରଞ୍ଜନ ବାପାଙ୍କ ମୃତ୍ୟୁରେ ଭାଙ୍ଗିପଡି ପ୍ରବଳ କାନ୍ଦୁଥିଲେ। ଛିଡା ହେବା ପାଇଁ ସାହାରା ଖୋଜୁ ଖୋଜୁ ସେ ହଠାତ୍‌ ଏକ ବିଜୁଳି ଖୁଣ୍ଟକୁ ଧରିପକାଇଥିଲେ। ହଠାତ୍‌ କରେଣ୍ଟ୍‌ ଲାଗିବାରୁ ତାଙ୍କର ମଧ୍ୟ ମୃତ୍ୟୁ ଘଟିଥିଲା। ବିଜୁଳି ଖୁଣ୍ଟରେ ଲାଗିଥିବା ଆର୍ଥିଂ ତାରରେ କରେଣ୍ଟ ପ୍ରଭାବିତ ହେଉଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କନ୍ୟା ସନ୍ତାନ ପ୍ରସବ କଲେ ନାବାଳିକା, ଧରାପଡ଼ିଲେ ଅଭିଯୁକ୍ତ

ଛେଣ୍ଡିପଦା,୧୮।୬(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକା…

ଘୁଞ୍ଚିଲା ଆର୍‌ଆଇ ପରୀକ୍ଷା, କାହିଁକି ଜାଣନ୍ତୁ…

ଭୁବନେଶ୍ୱର,୧୮।୬: OSSSC ପକ୍ଷରୁ ଆୟୋଜିତ ହେବାକୁ ଥିବା ଆର୍‌ଆଇ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଆସନ୍ତା ୨୦ ତାରିଖରେ ହେବାକୁ ଥିବା ପରୀକ୍ଷା ୨୮ ତାରିଖରେ ହେବ ବୋଲି…

ଫ୍ରାନ୍ସରେ ମୋଦିଙ୍କ ବଡ଼ ବୟାନ, କହିଲେ ଫ୍ରାନ୍ସରେ ମୋଟ ଯେତିକି ଘର ଅଛି ଆମେ ୧୨ ବର୍ଷରେ ସେତିକି ଘର ନିର୍ମାଣ କରିଦେଇଛୁ

ପ୍ୟାରିସ,୧୬।୮: ଗୁରୁବାର (୧୮ ଜୁନ, ୨୦୨୬) ଦିନ ପ୍ୟାରିସରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତବ୍ୟ ଦେଇଥିଲେ ଯେ ପ୍ୟାରିସ ହେଉଛି ରଙ୍ଗର…

ହକି ତାରକା ମନପ୍ରୀତଙ୍କ ରେକର୍ଡ, ଫିଟନେସ ପାଇଁ କୋହଲିଙ୍କୁ ଦେଲେ ଶ୍ରେୟ

ନୂଆଦିଲ୍ଲୀ, ୧୮।୬: ଭାରତୀୟ ହକି ତାରକା ମନପ୍ରୀତ ସିଂ ନିକଟରେ ଭାରତ ପକ୍ଷରୁ ସର୍ବାଧିକ ୪୧୩ ମ୍ୟାଚ ଖେଳିବାର ରେକର୍ଡ ଅର୍ଜନ କରିଛନ୍ତି। ମନପ୍ରୀତ ପୂର୍ବତନ ଅଧିନାୟକ…

ସାରା ବିଶ୍ୱକୁ ଆଶ୍ୱସ୍ତି, ଶେଷ ହେଲା ଯୁଦ୍ଧ! ଫ୍ରାନ୍ସର ଭର୍ସେଲ୍ସ ପ୍ୟାଲେସରେ ଶାନ୍ତି ଚୁକ୍ତି ସ୍ବାକ୍ଷର କଲେ ଟ୍ରମ୍ପ

ପ୍ୟାରିସ,୧୬।୮: ଫରାସୀ ରାଜଧାନୀ ପ୍ୟାରିସରୁ ପ୍ରାୟ 20 କିଲୋମିଟର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ, ଭର୍ସେଲ୍ସ ପ୍ରାସାଦ ଯୁଦ୍ଧ ପରେ ଶାନ୍ତି ଚୁକ୍ତିନାମା ପାଇଁ ଏକ ସ୍ଥାନ ଭାବରେ ବିଶ୍ୱବ୍ୟାପୀ…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

ପ୍ରଶାସନିକସ୍ତରରେ ବଡ଼ ଅଦଳବଦଳ: ଦୁଇ ବରିଷ୍ଠ IAS ଅଧିକାରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର,୧୮।୬: ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ଗୁରୁତ୍ୱପୂର୍ଣ୍ଣ ଅଦଳବଦଳ କରାଯାଇଛି। ସରକାରଙ୍କ ପକ୍ଷରୁ ଦୁଇ ଜଣ ବରିଷ୍ଠ ଆଇଏଏସ (IAS) ଅଧିକାରୀଙ୍କୁ ନୂଆ ତଥା ଅତିରିକ୍ତ ଦାୟିତ୍ୱ…

ଭାଜପା ସହ ବଡ଼ ଗେମ ଖେଳିଦେଲେ ଡିକେ ଶିବକୁମାର! କ୍ରସ-ଭୋଟିଂ କରି ୫ ଆସନ ହାସଲ କଲେ

ବେଙ୍ଗାଲୁରୁ,୧୮।୬: ଡି.କେ. ଶିବକୁମାର କର୍ନାଟକର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ନିର୍ବାଚନୀ ପ୍ରତିଯୋଗିତାରେ, ଗୁରୁବାର (ଜୁନ ୧୮, ୨୦୨୬) ଶାସକ କଂଗ୍ରେସ ଦଳ ସାତଟି ବିଧାନସଭା ପରିଷଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri