ଏମ୍‌କେସିଜି ମେଡିକାଲରେ ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ

ବ୍ରହ୍ମପୁର,୧୮ା୭(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଏମ୍‌କେସିଜି ମେଡିକାଲରେ ଚିକିତ୍ସାଧୀନ ଥିବା ଜଣେ ବିଚାରାଧୀନ ବନ୍ଦୀଙ୍କ ମଙ୍ଗଳବାର ମୃତ୍ୟୁ ଘଟିଛି। ସେ ହେଲେ କନ୍ଧମାଳ ଜିଲା ଗୋଛାପଡ଼ା ଥାନା ଅନ୍ତର୍ଗତ କଦମପଙ୍କା ଗ୍ରାମର ରବୀନ୍ଦ୍ର କୁମାର ସାହୁ(୫୫)। ମେଡିକାଲ ଫାଣ୍ଡି ପୋଲିସ ମୃତଦେହ ଜବତ କରିଛି। ମୃତକଙ୍କ ପୁଅ ବଳରାମ ସାହୁ, ଭାଇ ସୁରେନ୍ଦ୍ର କୁମାର ସାହୁ, ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ପୋଲିସ ମୃତଦେହ ପଞ୍ଚନାମା କରିଛି। ପରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇଛି। ଜଳାନ୍ତକ ରୋଗରେ ରବୀନ୍ଦ୍ରଙ୍କ ମୃତ୍ୟୁ ଘଟିଥିବା ପ୍ରାଥମିକ ତଦନ୍ତରୁ ପୋଲିସ ସନ୍ଦେହ କରୁଛି। ଓଡ଼ଗାଁ ନିକଟସ୍ଥ ବାହାଡ଼ାଝୋଳ ଗ୍ରାମର ମୂଳ ନିବାସୀ ରବୀନ୍ଦ୍ର ବହୁ ବର୍ଷ ପୂର୍ବରୁ ବ୍ୟବସାୟ କରିବାକୁ କନ୍ଧମାଳର କଦମପଙ୍କା ଯାଇ ସେଠାରେ ରହୁଥିଲେ। ୨୦୨୧ରେ ଗଞ୍ଜେଇ ଚୋରାଚାଲାଣ ବେଳେ ଗୋଛାପଡ଼଼ା ଥାନା ପୋଲିସ ହାବୁଡ଼ରେ ପଡି ଗିରଫ ହୋଇଥିଲେ। ପରେ ପୋଲିସ ତାଙ୍କୁ କୋର୍ଟ ଚାଲାଣ କରିଥିଲା। ସେବେଠାରୁ ରବୀନ୍ଦ୍ର କନ୍ଧମାଳ ଜିଲା କାରାଗାରରେ ବିଚାରାଧୀନ ବନ୍ଦୀ ଭାବେ ଥିଲେ। କିଛିଦିନ ପାଇଁ ତାଙ୍କୁ ଅନ୍ତରୀଣ ଜାମିନ ମିଳିଥିଲା। ୨୦୨୩ ଫେବୃୟାରୀ ୨୦ରେ ଜାମିନ ଅବଧି ଶେଷପରେ କୋର୍ଟରେ ହାଜର ହୋଇ ପୁଣି କନ୍ଧମାଳ ଜିଲା କାରାଗାରରୁ ଯାଇଥିଲେ। ରବୀନ୍ଦ୍ର ଜେଲରେ ଥିବା ବେଳେ ଗତ ୧୭ ତାରିଖ ସନ୍ଧ୍ୟାରେ ଗୁରୁତର ହୋଇପଡ଼ିଥିଲେ। ଜେଲରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ବ୍ରହ୍ମପୁର ଏମ୍‌କେସିଜି ମେଡିକାଲ ସ୍ଥାନାନ୍ତର କରାଯାଇଥିଲା ବୋଲି କନ୍ଧମାଳ ଜିଲା କାରାଗାର ଅଧୀକ୍ଷକ ଶର୍ମିଷ୍ଠା ପୃଷ୍ଟି ସୂଚନା ଦେଇଛନ୍ତି। ଏମକେସିଜି ମେଡ଼ିସିନ ୱାର୍ଡର ୯୮୮ ବେଡ଼ରେ ରହିଥିବା ରବୀନ୍ଦ୍ରଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିବା ନେଇ ଡାକ୍ତର ଘୋଷଣା କରିଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲା ବଡ଼ ଡିଲ୍‌: ମାଡ଼ି ବସିଲା ପୋଲିସ

ସୋନପୁର/ଡୁଙ୍ଗୁରିପାଲି, ୭।୨(ମୃତ୍ୟୁଞ୍ଜୟ ଶତପଥୀ/ଦୀନବନ୍ଧୁ ସୁନା)-ସୁବର୍ଣ୍ଣପୁର ଜିଲା ରାମପୁର ପୋଲିସ ଶନିବାର ଚଢ଼ାଉକରି ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ୍‌ କରିଛି। ଏହି ଘଟଣାରେ ପରିବହନକାରୀ ତଥା ବରଗଡ଼…

ଶେଫର୍ଡଙ୍କ ହ୍ୟାଟ୍ରିକ୍‌ : କୋଲ୍‌କାତାରେ ମ୍ୟାଚ୍‌ ଜିତିଲା ଓ୍ବେଷ୍ଟଇଣ୍ଡିଜ୍‌

କୋଲ୍‌କାତା, ୭ା୨: ରୋମାରିଓ ଶେଫର୍ଡଙ୍କ ହ୍ୟାଟ୍ରିକ୍‌ ସହ ୫ ଉଇକେଟ ସଫଳତା ବଳରେ ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଶନିବାର ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ୩୫…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସିପିଆଇର ବିକ୍ଷୋଭ: ଦାବି ପୂରଣ ନ ହେଲେ…

ଛତ୍ରପୁର,୭ା୨ (ଦିଲ୍ଲୀପ ସାମଲ )- ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ସିପିଆଇ) ପକ୍ଷରୁ ବିଭିନ୍ନ ଦାବି ନେଇ ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।…

ଫେବୃଆରୀ ୧୨ରେ ଭାରତ ବନ୍ଦ: ସମର୍ଥନ ଜଣାଇ ପ୍ରସ୍ତୁତି ବୈଠକରେ…

ଦିଗପହଣ୍ଡି, ୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ଶନିବାର ସାରେ ଆସନ୍ତା ଫେବୃୟାରୀ ୧୨ ତାରିଖରେ ବିଭିନ୍ନ ଜନ ସମସ୍ୟାର ସମାଧାନ…

ପଦ୍ମନାଭପୁର ହାଇସ୍କୁଲର ବାର୍ଷିକୋତ୍ସବ: ନିଜର ଭବିଷ୍ୟତ ପାଇଁ କଠିନ ପରିଶ୍ରମ କରିବାକୁ…

ଦିଗପହଣ୍ଡି,୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ନୋଡାଲ ହାଇସ୍କୁଲର ବାର୍ଷିକୋତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷୟତ୍ରୀ ବିଦ୍ୟୁତଲତା ମହାରଣାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ପୁରସ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri