ନନ୍ଦନକାନନରେ ଧଳା ମୟୂରର ମୃତ୍ୟୁ

ବାରଙ୍ଗ,୨୪।୩(ଡି.ଏନ୍‌.ଏ.)- ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ଗୁରୁବାର ଏକ କୋକିଶିଆଳିର ମୃତ୍ୟୁ ଘଟିଥିବାବେଳେ ଶୁକ୍ରବାର ଏକ ଧଳାମୟୂର ମୃତ୍ୟୁ କରିଛି। ପ୍ରାୟ ୫ ବର୍ଷର ଏହି ଧଳାମୟୂରଟି ଗତଦୁଇଦିନ ହେବ ଅସୁସ୍ଥ ହେବା ସହ ଛୋଟେଇ ଛୋଟେଇ ଚାଲୁଥିଲା। ସେ ରହୁଥିବା ପକ୍ଷୀଶାଳାର ୬୭ନଂ. ଏନକ୍ଲୋଜରରେ ଇଞ୍ଜେକ୍ସନ ଦିଆଯାଇ ଚିକିତ୍ସା ଆରମ୍ଭ କରାଯାଇଥିଲେ ମଧ୍ୟ ସୁସ୍ଥ ହୋଇ ନ ଥିଲା। ସ୍ବାସ୍ଥ୍ୟାବସ୍ଥାରେ ପରିବର୍ତ୍ତନ ନ ହେବାରୁ ଶୁକ୍ରବାର ଅପରାହ୍ନ ୩ଟାରେ ଉକ୍ତ ମୟୂରକୁ ନିଶା ଇଞ୍ଜେକ୍ସନ ଦିଆଯାଇ ଡାକ୍ତରଖାନାକୁ ଅଣାଯାଇଥିଲା। ସେଠାରେ ତା’ର ଚିକିସା ଆରମ୍ଭ ସହ ଛୋଟେଇବାର ପ୍ରକୃତ କାରଣ ଜଣାପଡିଥିଲା। ତା’ପେଟରେ ଏକ ଅଣ୍ଡା ଥିବାରୁ ଅସୁସ୍ଥ ହେବା ସହ ଛୋଟେଇ ଚାଲୁଥିଲା। ଡାକ୍ତରମାନେ ମୟୂର ଦେହରୁ ଉକ୍ତ ଅଣ୍ଡାକୁ ବାହାର କରୁଥିଲେ। ଏହି ସମୟରେ ହଠାତ୍‌ ମୟୂରଟିର ମୃତ୍ୟୁ ହୋଇଯାଇଥିଲା। ଏହି ଧଳାମୟୂରର ମୃତ୍ୟୁ ପରେ ଏମାନଙ୍କ ସଂଖ୍ୟା ହ୍ରାସପାଇ ୪ରେ ପହଞ୍ଚତ୍ଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?