ମହିଳା ପୋଲିଂ ଅଫିସରଙ୍କ ମୃତ୍ୟୁ, ୧୫ ଲକ୍ଷ ଟଙ୍କା ଅତିରିକ୍ତ ସହାୟତା ଘୋଷଣା

କଟକ,୨୫ା୫(କାର୍ତ୍ତିକ ସାହୁ): କଟକ ଜିଲା ବାରବାଟୀ-କଟକ ବିଧାନସଭା ନିର୍ବାଚନମଣ୍ଡଳୀରେ କାର୍ଯ୍ୟରତ ପୋଲିଂ ଅଫିସର ସୁଜାତା ମିତ୍ରଙ୍କର ଶନିବାର ମୃତ୍ୟୁ ଘଟିଛି। ସେ ହାଡ଼ିବନ୍ଧୁ ନୋଡାଲ ହାଇସ୍କୁଲର ୧୧୪ ନମ୍ବର ବୁଥ୍‌ରେ ପୋଲିଂ ଅଫିସର ଭାବେ କାର୍ଯ୍ୟରତ ଥିବାବେଳେ ସନ୍ଧ୍ୟାରେ ହଠାତ୍‌ ଅସୁସ୍ଥ ହୋଇପଡିଥିଲେ। ଚିକିତ୍ସା ଲାଗି ତାଙ୍କୁ ଏସ୍‌ସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ଏନେଇ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ଗଭୀର ଶୋକପ୍ରକାଶ କରିବା ସହ ସୁଜାତାଙ୍କ ଆତ୍ମାର ସଦ୍‌ଗତି କାମନା ଓ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି। ବିଧି ମୁତାବକ ସାହାଯ୍ୟ ବ୍ୟତୀତ ଭାରତୀୟ ନିର୍ବାଚନ ଆୟୋଗଙ୍କ ଘୋଷଣା ମତେ ସୁଜାତାଙ୍କ ପରିବାରକୁ ୧୫ ଲକ୍ଷ ଟଙ୍କାର ଅତିରିକ୍ତ ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରାଯିବ ବୋଲି ଧଳ କହିଛନ୍ତି। ଏଥିସହ ଶୀଘ୍ର ବିଧି ମୁତାବକ ବିହିତ ପ୍ରକ୍ରିୟା କାର୍ଯ୍ୟକାରୀ କରିବାକୁ ସେ ନିର୍ଦ୍ଦେଶ ଦେଇଥିବା ଜଣାପଡିଛି। ସୂଚନାଯୋଗ୍ୟ, କଟକ ବାଖରାବାଦ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ସେ ଶିକ୍ଷୟିତ୍ରୀ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦନକାନନରେ ଜନ୍ମ ହେଲେ ୧୧ଟି ହଳଦିଆ ଆନାକୋଣ୍ଡା

ବାରଙ୍ଗ,୭।୭(ଲିଙ୍ଗରାଜ ରାଉତ): ଦ୍ୱିତୀୟ ଥର ପାଇଁ ମା’ ହୋଇଛି ହଳଦିଆ ଆନାକୋଣ୍ଡା। ସୋମବାର ଏହା ଜଣାପଡ଼ିବା ପରେ କର୍ମଚାରୀ ମହଲରେ ଖୁସିର ମହୋଲ ଖେଳିଯାଇଛି। ନନ୍ଦନକାନନ...

ଓଡ଼ିଶାରେ ଆଉ ୩୭ ଲକ୍ଷ ପରିବାରଙ୍କୁ ପକ୍କା ଘର ମଞ୍ଜୁର କରିବ ସରକାର

ଭୁବନେଶର,୭ା୭: ପ୍ରଧାନମନ୍ତ୍ରୀ ଆବାସ ଯୋଜନା-ଗ୍ରାମୀଣ (PMAY-G) ଅଧୀନରେ ଓଡ଼ିଶାରେ ଆଉ ୩୭ ଲକ୍ଷ ପରିବାରଙ୍କୁ ପକ୍କା ଘର ମଞ୍ଜୁର କରାଯିବ। ଏହି ଘୋଷଣା ଆଜି ପଞ୍ଚାୟତିରାଜ...

ମଙ୍ଗଳବାରଠାରୁ ସାରା ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ

ଭୁବନେଶ୍ୱର,୭।୭: ଓଡ଼ିଶା ଡ୍ରାଇଭର ମହାସଂଘ ମଙ୍ଗଳବାରଠାରୁ ସାରା ରାଜ୍ୟରେ ‘ଷ୍ଟିଅରିଂ ଛାଡ଼’ ଆନ୍ଦୋଳନ ଆରମ୍ଭ କରିବାକୁ ଘୋଷଣା କରିଛି। ୬ ଦଫା ଦାବି ନେଇ ଏହି...

ଭୁବନେଶ୍ୱର ଷ୍ଟେଶନରେ ଟ୍ରେନ୍‌ରେ ଲାଗିଲା ନିଆଁ: ଆତଙ୍କରେ ଧାଇଁଲେ ଲୋକେ

ଭୁବନେଶର,୭ା୭: ଭୁବନେଶ୍ୱର ରେଳଷ୍ଟେଶନରେ ହୀରାକୁଦ ଏକ୍ସପ୍ରେସ୍‌ର ଏକ ବଗିରେ ସୋମବାର ସନ୍ଧ୍ୟାରେ କୌଣସି କାରଣରୁ ନିଅଁା ଲାଗିଯାଇଥିଲା। ନିଆଁରେ ଜଣେ ଯାତ୍ରୀଙ୍କ କିଛି ଆସବାବପତ୍ର ପୋଡ଼ିଯାଇଥିବା...

ସରିଲା ଶ୍ରୀବିଗ୍ରହଙ୍କ ଅଧରପଣା ନୀତି: ନୀଳାଦ୍ରିିବିଜେକୁ ଭକ୍ତଙ୍କ ଅପେକ୍ଷା

ପୁରୀ,୭ା୭(ଅଜିତ୍‌ ମହାନ୍ତି)- ନବଦିନାତ୍ମକ ଯାତ୍ରା ସାରି ଜନ୍ମବେଦିରୁ ବାହୁଡ଼ି ଆସିଛନ୍ତି ଦାରୁଦିଅଁ। ଭଉଣୀ ଭାଇଙ୍କ ସହ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖସ୍ଥ ତିନିରଥ ଉପରେ ଏବେ ଅବସ୍ଥାନ...

ପୋଷ୍ଟମର୍ଟମ ରିପୋର୍ଟ ଦେବାକୁ ଲାଞ୍ଚ ନେଉଥିଲେ କୁଜଙ୍ଗ CHCର ଡାକ୍ତର ପ୍ରସାଦ ସେଠୀ, ମାଡି ବସିଲା ଭିଜିଲାନ୍ସ

କୁଜଙ୍ଗ,୭।୭: କୁଜଙ୍ଗ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର (CHC)ର ଡାକ୍ତର ଶିବ ପ୍ରସାଦ ସେଠୀଙ୍କୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଲାଞ୍ଚ ନେଉଥିବା ଧରାଯାଇଛି। ସେ ଜଣେ ଅଭିଯୋଗକାରୀଙ୍କଠାରୁ...

‘ବ୍ୟାଡ୍ ବୟ ପିଜା’ ଆରମ୍ଭ କଲେ ବାଦଶାହ, ପ୍ୟାକେଜିଂରେ ‘ହାୟେ ଗର୍ମୀ

ମୁମ୍ବାଇ: ଜଣାଶୁଣା ରାପର ବାଦଶାହ, ଯିଏ ଜଣେ ଆବେଗୀ ଖାଦ୍ୟପ୍ରେମୀ ମଧ୍ୟ, ନିଜର ଖାଦ୍ୟ ପ୍ରତି ଥିବା ଅନୁରାଗକୁ ଆଉ ଏକ ପାଦ ଆଗକୁ ନେଇଛନ୍ତି।...

ଘୁମୁସର କରାଟେ ଏକାଡେମୀର ବଡ଼ ସଫଳତା

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ୧୧ତମ ରାଜ୍ୟସ୍ତରୀୟ ସୋଟୋକନ କରାଟେ ପ୍ରତିଯୋଗିତା ଭୁବନେଶ୍ବରରେ ଅନୁଷ୍ଟିତ ହୋଇଯାଇଛି । ଏଥିରେ ଘୁମୁସର କରାଟେ ଏକାଡେମୀକୁ ବଡ ସଫଳତା ମିଳିଛି। ଏକାଡେମୀର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri