ମହିଳା କ୍ରିକେଟର ରାଜଶ୍ରୀଙ୍କ ମୃତ୍ୟୁ ଘଟଣା

କଟକ ଅଫିସ୍‌/ ପୁରୀ ଅଫିସ୍‌ ୧୫।୧: ମହିଳା କ୍ରିକେଟର ରାଜଶ୍ରୀ ସ୍ବାଇଁଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ଜାତୀୟ ମାନବାଧିକାର ଆୟୋଗ(ଏନ୍‌ଏଚ୍‌ଆର୍‌ସି)ଙ୍କ ନିକଟରେ ଶନିବାର ମାମଲା ରୁଜୁ ହୋଇଛି। ଆୟୋଗଙ୍କ ଏକ ଟିମ୍‌ ଦ୍ୱାରା ଘଟଣାର ତଦନ୍ତ କରାଯିବା ସହ ରାଜଶ୍ରୀଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ଆୟୋଗଙ୍କୁ ନିବେଦନ କରାଯାଇଛି। ନ୍ୟାୟ ପାଇଁ ଲଢେଇ ପରିବାର ଅନୁଷ୍ଠାନର ରାଜ୍ୟ ସଭାପତି ସୁବ୍ରତ କୁମାର ଦାଶ ଏ ନେଇ ଆୟୋଗରେ ମାମଲା (ନଂ.୭୬୯/ଇନ୍‌ /୨୦୨୩) ରୁଜୁ କରିଛନ୍ତି।
ମାମଲାର ବିବରଣୀରୁ ପ୍ରକାଶ, ପୁରୀ ଜିଲା ରାମଚଣ୍ଡୀ ଥାନା ଅଧୀନ ଭୁଅଁା ଗ୍ରାମର ମହିଳା କ୍ରିକେଟର ରାଜଶ୍ରୀଙ୍କ ମୃତଦେହ ଶୁକ୍ରବାର ଗୁରୁଡିଝାଟିଆ ଥାନା ବ୍ରାହ୍ମଣବସ୍ତ ସଂରକ୍ଷିତ ଜଙ୍ଗଲରୁ ପୋଲିସ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରିଥିଲା। ରାଜଶ୍ରୀ କଟକର ଏକ ହଷ୍ଟେଲରେ ରହୁଥିଲେ। ସେ ଜଣେ ଭଲ କ୍ରିକେଟର ଭାବେ ସୁନାମ ଅର୍ଜନ କରିଥିବାବେଳେ ତାଙ୍କୁ ଖେଳାଳି ଚୟନରୁ ବାଦ୍‌ ଦିଆଯାଇଥିଲା।
ସେ ଗତ ୧୧ ତାରିଖରୁ ନିଖୋଜ ହୋଇଯାଇଥିଲେ। ଏ ସମ୍ପର୍କରେ ତାଙ୍କ କୋଚ୍‌ ପୁଷ୍ପାଞ୍ଜଳି ବାନାର୍ଜୀ କଟକ ମଙ୍ଗଳାବାଗ ଥାନାରେ ଅଭିଯୋଗ କରିଥିଲେ। ଶୁକ୍ରବାର ମିଳିଥିବା ରାଜଶ୍ରୀଙ୍କ ମୃତଦେହର ବିଭିନ୍ନ ଜାଗାରେ କ୍ଷତଚିହ୍ନ ରହିଥିଲା। ତାଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଛି ବୋଲି ପରିବାର ଲୋକେ ଅଭିଯୋଗ କରିଛନ୍ତି। ରାଜଶ୍ରୀଙ୍କ ମୃତ୍ୟୁ ପଛରେ ବହୁ ପ୍ରଭାବଶାଳୀ ବ୍ୟକ୍ତି ସମ୍ପୃକ୍ତ ଅଛନ୍ତି ବୋଲି ମଧ୍ୟ ଅଭିଯୋଗ ଉଠିଛି। ରାଜଶ୍ରୀଙ୍କ ଭଳି ଜଣେ ଉଦୀୟମାନ ମହିଳା କ୍ରିକେଟରଙ୍କ ମୃତ୍ୟୁକୁ ନେଇ ରାଜ୍ୟରୁ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଉଛି। ତେଣୁ ଏହାକୁ ଗୁରୁତର ସହ ଗ୍ରହଣ କରି ତଦନ୍ତ କରିବାକୁ ଆବେଦନକାରୀ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ମହିଳା ଟି୨୦ ବିଶ୍ୱକପ୍‌: ପାକିସ୍ତାନ ସମ୍ମୁଖରେ ୧୭୧ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ

ବର୍ମିଂହାମ,୧୪ା୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ରବିବାର ଖେଳାଯାଉଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିଛନ୍ତି। ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri