ବିଦ୍ୟୁତ  ସଂସ୍ପର୍ଶରେ ଆସି ଶ୍ରମିକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବି 

କେସିଙ୍ଗା,୭।୧୦(ତୁମେଶ୍ୱର ସାହୁ): କଳାହାଣ୍ଡି  ଜିଲା କେସିଙ୍ଗା ବ୍ଲକ ଅଧୀନ ଉତ୍‌କେଲା ଫାଣ୍ଡି ଅନ୍ତର୍ଗତ ଚିଚର୍ଲା ଗ୍ରାମରେ ଥିବା ଦାରକାପୁରୀ ଟେକ୍ସଟାଇଲ କପା  ମିଲରେ ଜଣେ ଶ୍ରମିକ କାମ କରୁଥିବା ସମୟରେ ବିଦ୍ୟୁତ ସଂସ୍ପର୍ଶରେ ଆସି ଶନିବାର ସକାଳେ  ମୃତ୍ୟୁ ଘଟିଛି। ମୃତକ ଚିଚର୍ଲା ଗ୍ରାମର ଆସିକ ସୁନା (୨୧) ବୋଲି ଜଣାପଡିଛି।
ସୂଚନାଯୋଗ୍ୟ, ଜାତୀୟ ରାଜପଥ ୨୬ ଉପରେ ଥିବା ଚିଚର୍ଲା ଓ କେନ୍ଦୁପଡ଼ା ମଧ୍ୟରେ ଥିବା ଏକ ନୂତନ ଭାବରେ ତିଆରି ହେଉଥିବା କପା ମିଲରେ ଚିଚର୍ଲା ଗ୍ରାମର କମଳ ସୁନାଙ୍କ ପୁଅ ଆସିକ ସୁନା କାମ କରୁଥିଲେ।
ଶନିବାର ସକାଳ ସମୟରେ କପା ମିଲରେ କାମ କରୁଥିବା ସମୟରେ ବିଦ୍ୟୁତ ସଂସ୍ପର୍ଶରେ ଆସି ତାଙ୍କର ମୃତ୍ୟୁ ହୋଇଛି। ବାପା ମା’ ବାହାର ରାଜ୍ୟକୁ ଦାଦନ ଖଟି ଯାଇଥିବା ବେଳେ ତାଙ୍କ ଏକ ମାତ୍ର ପୁଅକୁ ହରାଇ ସେମାନେ ସମ୍ପୂର୍ଣ୍ଣ ଭାଙ୍ଗି ପଡ଼ିଛନ୍ତି।
ଘଟଣାସ୍ଥଳରେ ଉତକେଲା ଫାଣ୍ଡି ଅଧିକାରୀ ପ୍ରେମରାଜ କଁଅର ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି । ମୃତଦେହ   ବ୍ୟବଚ୍ଛେଦ ପାଇଁ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ପଠା ଯାଇଛି। କ୍ଷତିପୂରଣ ପାଇଁ ପରିବାରଲୋକେ ଥାନାରେ ଦାବି କରିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ଇଲେକ୍ଟ୍ରିକ୍‌ ଗାଡ଼ି ଗ୍ରାହକଙ୍କୁ ବଡ଼ ଝଟ୍‌କା, ଅଧା ହୋଇଗଲା ସବସିଡି, ଏବେ ମିଳିବ ମାତ୍ର…

ନୂଆଦିଲ୍ଲୀ, ୧୨।୮: ଆପଣ ଏକ ଇଲେକ୍ଟ୍ରିକ୍ ସ୍କୁଟର୍ କିମ୍ବା ବାଇକ୍ କିଣିବାକୁ ପ୍ରସ୍ତୁତ ହେଉଛନ୍ତି, ତେବେ ସରକାରଙ୍କ ପିଏମ୍ ଇ-ଡ୍ରାଇଭ୍ (PM E-DRIVE) ଯୋଜନା ସହ ଜଡ଼ିତ…

ଧାନ ତଳି ଉପାଡୁଥିବାବେଳେ ହେଲା ବଜ୍ରପାତ, ବିଲରେ ଟଳିପଡ଼ିଲେ ମହିଳା, ଆଉ ଜଣେ ଅଚେତ

ପାଟକୁରା,୯ା୮(ରବୀନ୍ଦ୍ର ନାଥ ବାରିକ): ରବିବାର ମଧ୍ୟାହ୍ନରେ ହଠାତ୍‌ ବର୍ଷା ସାଙ୍ଗକୁ ବିଜୁଳି ଘଡ଼ଘଡ଼ି ମାରିଥିଲା। ଫଳରେ କେନ୍ଦ୍ରାପଡ଼ା ଜିଲା ଗରଦପୁର ଗ୍ରାମର ଶୁକଦେବ ମଲ୍ଲିକଙ୍କ ସ୍ତ୍ରୀ ଟିକି(୪୨)…

ନାବାଳିକାଙ୍କୁ ଅପହରଣ କରି ନେଇ ସମ୍ପର୍କୀୟଙ୍କ ଘରେ ରଖିଥିଲେ, ଅଭିଯୁକ୍ତ ନାବାଳକ ଅଟକ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ନାବାଳିକାଙ୍କ…

ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି…

ତାମିଲନାଡୁରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କର୍ଲାମୁଣ୍ଡା,୮ା୮(ପ୍ରଦୀପ କୁମାର ସାହୁ): ଦାଦନ ଖଟିବାକୁ ଯାଇଥିବା ଜଣେ ଶ୍ରମିକଙ୍କ ଅକାଳ ମୃତ୍ୟୁ ଘଟିଛି। ସେ ହେଲେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଅବୁଜବାହାଲ ଗ୍ରାମର ସୀମାଞ୍ଚଳ…

ବସଷ୍ଟାଣ୍ଡ ନାହିଁ, ରାଜପଥରେ ‘ଆମ ବସ’ ପାର୍କିଂ ଯୋଗୁ ବଢୁଛି ଟ୍ରାଫିକ ସମସ୍ୟା

ହାଟଡିହୀ/ଛେନାପଦୀ,୮।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ସ୍ଥାୟୀ ବସ ଷ୍ଟାଣ୍ଡ ନାହିଁ କି ପାର୍କିଂ ପାଇଁ ନିର୍ଦ୍ଦିଷ୍ଟ ସ୍ଥାନ ନାହିଁ, ଯାହାଫଳରେ ବାଧ୍ୟ ହୋଇ…

ଫୁଟବଲ ପ୍ରତିଯୋଗିତା: ସୋନପୁରକୁ ହରାଇ ଫାଇନାଲରେ ଜିଏମ୍‌ୟୁ ସମ୍ବଲପୁର

ଅତାବିରା, ୮ା୮(ଯୁଧିଷ୍ଠିର ମହାପାତ୍ର): ଅତାବିରା ବାଳକ ହାଇସ୍କୁଲ ପଡ଼ିଆରେ ଦୁଇଦିନିଆ ଫୁଟବଲ ପ୍ରତିଯୋଗିତା ଶନିବାର ଉଦ୍‌ଘାଟିତ ହୋଇଯାଇଛି l ଅତାବିରା ଫୁଟବଲ ଟିମ୍‌ ପକ୍ଷରୁ ଆୟୋଜିତ ଏହି…

ଚୁଲି ନିକଟରେ ବସି ନିଆଁ ପୋଉଁଥିଲେ, ଭାଙ୍ଗି ପଡ଼ିଲା କାନ୍ଥ: ଚାଲିଗଲା ବୃଦ୍ଧଙ୍କ ଜୀବନ

ପାଟଣା ,୮।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ଅନ୍ତର୍ଗତ ଖୁଣ୍ଟାପଡ଼ା ପଞ୍ଚାୟତ ଖୁଣ୍ଟାପଡ଼ା ଗ୍ରାମର ଢିପା ସାହିରେ ଏକ ଅଭାବନୀୟ ଘଟଣା ଘଟିଛି। ରୋଷେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri