ସାହିତି୍ୟକ ଗଗନେନ୍ଦ୍ରନାଥ ଦାଶଙ୍କ ପରଲୋକ

ଭୁବନେଶ୍ୱର, ୨୦।୧୧ (ବ୍ୟୁରୋ): ବିଶିଷ୍ଟ ସାହିତି୍ୟକ ତଥା ସମାଲୋଚକ ଗଗନେନ୍ଦ୍ରନାଥ ଦାଶ (୮୨) ଙ୍କର ଶନିବାର ଅପରାହ୍ନରେ ପରଲୋକ ହୋଇଯାଇଛି। ଦୀର୍ଘଦିନ ଧରି ସେ ଅସୁସ୍ଥ ଥିଲେ। ଭୁବନେଶ୍ୱରସ୍ଥିତ ତାଙ୍କ ଝିଅଙ୍କ ଘରେ ଚିକିତ୍ସିତ ହେଉଥିଲେ। ସତ୍ୟନଗର ଶ୍ମଶାନରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଯାଜପୁର ଜିଲା ବଡ଼ଚଣା ଥାନା କଡ଼େଇ ଗ୍ରାମରେ ୧୯୪୦ ନଭେମ୍ବର ୨୫ରେ ଜନ୍ମିତ ଗଗନେନ୍ଦ୍ରଙ୍କ ମା’ଙ୍କ ନାମ ସୁଲୋଚନା ଦେବୀ ଓ ପିତାଙ୍କ ନାମ ବାଞ୍ଛାନିଧି ଦାଶ। ରେଭେନ୍‌ଶା କଲେଜରୁ ଓଡ଼ିଆ ଭାଷା ଓ ସାହିତ୍ୟରେ ସମ୍ମାନ ସହ ସ୍ନାତକ ଓ ଶାନ୍ତିନିକେତନ ବିଶ୍ୱଭାରତୀରୁ ସ୍ନାତକୋତ୍ତର ଶିକ୍ଷା ଲାଭ କରିଥିଲେ। ସେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପ୍ରଫେସର ଭାବେ ଅବସର ନେଇଥିଲେ। ତାଙ୍କର ବୈପ୍ଲବିକ ଦୃଷ୍ଟିକୋଣ ଓ ମୁକ୍ତଚିନ୍ତାଧାରା ନିମନ୍ତେ ସେ ଓଡ଼ିଶାର ବୌଦ୍ଧିକ ଜଗତରେ ଆଲୋଡ଼ନ ସୃଷ୍ଟି କରିଯାଇଛନ୍ତି। ବୈଜ୍ଞାନିକ ରୀତିରେ ରୂପଭିତ୍ତିକ ସଂରଚନାତ୍ମକ ଓଡ଼ିଆ ବ୍ୟାକରଣ ରଚନା କ୍ଷେତ୍ରରେ ସେ ଥିଲେ ଅନ୍ୟତମ ଅଗ୍ରସୂରୀ। ଓଡ଼ିଆ ଭାଷା ଓ ସାରସ୍ବତସାଧକ ଭାବେ ଜୀବନବ୍ୟାପୀ ସାହିତ୍ୟ ସର୍ଜନା ପାଇଁ ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ୨୦୧୧ରେ ତାଙ୍କୁ ‘ଅତିବଡ଼ୀ ଜଗନ୍ନାଥ ଦାସ ପୁରସ୍କାର’ ଦିଆଯାଇଛି। ତାଙ୍କ ଉଲ୍ଲେଖନୀୟ ସାହିତ୍ୟ ସମ୍ଭାର ମଧ୍ୟରେ କନ୍‌ଭରସେସନ୍‌ ଓରିଆ (୧୯୭୨), ଜନଶ୍ରୁତି କାଞ୍ଚତ୍କାବେରୀ (୧୯୭୯), ଓରିଶା ଏ କ୍ଲାସିଫାଏଡ୍‌ ଆଣ୍ଡ୍‌ କମ୍ପ୍ରେହେନ୍‌ସିଭ୍‌ ବିବିଲିଓଗ୍ରାଫି (୧୯୮୧), ଓଡ଼ିଆ ଭାଷାଚର୍ଚ୍ଚାର ପରମ୍ପରା (୧୯୮୩), ଖଦ୍ୟୋତର ଦ୍ୟୁତି (୧୯୮୪), ନୀଳକଣ୍ଠ ସ୍ମାରକୀ-୩ (୧୯୮୬), ଶୈଳୀ ବିଜ୍ଞାନ (୧୯୮୯) ଆଦି ରହିଛି। ସ୍ବର୍ଗତ ଦାଶଙ୍କ ଅବର୍ତ୍ତମାନରେ ଓଡ଼ିଆ ସାହିତ୍ୟ ଏକାଡେମୀ ସଭାପତି ହୃଷୀକେଶ ମଲ୍ଲିକ, ଉପସଭାପତି ଡ. ସଂଗ୍ରାମ ଜେନା, ସଚିବ ପ୍ରବୋଧ କୁମାର ରାଉତ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓଡ଼ିଆ ଭାଷା ଉପଦେଷ୍ଟାମଣ୍ଡଳୀ ଆବାହକ ଡ. ବିଜୟାନନ୍ଦ ସିଂହ ପ୍ରମୁଖ ଶୋକ ପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାର ପ୍ରତି ସମବେଦନା ଜ୍ଞାପନ କରିଛନ୍ତି। ଶେଷକୃତ୍ୟ ବେଳେ ଝିଅ ପ୍ରତିଚୀ ଦାଶ, ପୁଅ ଡ. ତପନ ଦାଶ, ଜ୍ୱାଇଁ ଚକ୍ଷୁରୋଗ ବିଶେଷଜ୍ଞ ନବନୀତ ଗୁପ୍ତ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri