ଚିକିତ୍ସା ଅବହେଳାରୁ ଯୁବକଙ୍କ ମୃତ୍ୟୁ, ହସ୍ପିଟାଲରେ ଉତ୍ତେଜନା

କୋରାପୁଟ, ୬ା୨: କୋରାପୁଟ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲରେ ଚିକିତ୍ସା ଅବହେଳାରୁ ଜଣେ ଯୁବକଙ୍କ ମୃତ୍ୟୁକୁ ନେଇ ଶନିବାର ମେଡିକାଲରେ ବହୁ ସମୟ ଧରି ଉତ୍ତେଜନା ଲାଗି ରହିଥିଲା ା
ସୂଚନା ଯୋଗ୍ୟ, କୋରାପୁଟ ମିଶନ କମ୍ପାଉଣ୍ଡ ଅଞ୍ଚଳର ଅମିତ ଦାସ(୩୦) ଡେଙ୍ଗୁରେ ଆକ୍ରାନ୍ତ ହୋଇ ୩ ଦିନ ତଳେ କୋରାପୁଟ ମେଡିକାଲରେ ଭର୍ତ୍ତି ହୋଇ ଚିକତ୍ସିତ ହେଉଥିଲେ। ଶୁକ୍ରବାର ବିଳମ୍ବିତ ରାତିରେ ତାଙ୍କ ଅବସ୍ଥା ଗୁରୁତର ହୋଇପଡିଥିଲା। ତାଙ୍କୁ ଚିକିତ୍ସା କରିବାକୁ ଡାକ୍ତର, ନର୍ସ କେହି ନ ଆସିବାରୁ ତାଙ୍କର ମୃତ୍ୟୁ ହୋଇଥିଲା ବୋଲି ପରିବାର ଲୋକେ ଅଭିଯୋଗ କରିଛନ୍ତି। ଅନ୍ୟପକ୍ଷେ ଶନିବାର ସକାଳେ ମୃତକଙ୍କ ପରିବାର ସଦସ୍ୟ ଓ ସମ୍ପର୍କୀୟ ମେଡକାଲ ମୁଖ୍ୟ ଫାଟକ ସମ୍ମୁଖରେ ମୃତଦେହ ରଖି ପ୍ରତିବାଦ କରିଥିଲେ। ଫଳରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିଲା। ଚିକିତ୍ସାରେ ଅବହେଳା କରିଥିବା ଡାକ୍ତରଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ମୃତକଙ୍କ ପରିବାର ଦାବି କରିଥିଲେ। ଶାନ୍ତିଶୃଙ୍ଖଳାକୁ ଦୃଷ୍ଟିରେ ରଖି ଏସ୍‌ଡିପିଓ ଗୁଣନିଧି ମଲ୍ଲିକଙ୍କ ନିର୍ଦ୍ଦେଶରେ ଟାଉନ ଥାନା ଅଧିକାରୀ ଧୀରେନ ପଟ୍ଟନାୟକଙ୍କ ନେତୃତ୍ୱରେ ପୋଲିସ ଫୋର୍ସ ମୁତୟନ କରାଯାଇଥିଲା। ଘଟଣା ସ୍ଥଳରେ ତହସିଲଦାର ରଞ୍ଜନ କୁମାର ମାନସେଠ, ବିଡିଓ ନରେନ୍ଦ୍ର ନାୟକ, ରାଜ୍ୟ ବିହନ ନିଗମ ଅଧ୍ୟକ୍ଷ ଈଶ୍ୱର ଚନ୍ଦ୍ର ପାଣିଗ୍ରାହୀ, ବିଧାୟକ ରଘୁରାମ ପଡାଲ, ପୂର୍ବତନ ବିଧାୟକ ନିମାଁଇ ସରକାର, ପୂର୍ବତନ ପୌରାଧ୍ୟକ୍ଷ ଭଗବାନ ବାହିନୀପତି ପ୍ରମୁଖ ପହଞ୍ଚତ୍ ମୃତକଙ୍କ ପରିବାର ସହ ଆଲୋଚନା କରିଥିଲେ। ପରେ ଜିଲା ରେଡ୍‌କ୍ରସ୍‌ ପାଣ୍ଠିରୁ ମୃତକଙ୍କ ପରିବାରକୁ ୨୦ ହଜାର ଟଙ୍କା ସହାୟତା ପ୍ରଦାନ ପରେ ପରିସ୍ଥିତି ଶାନ୍ତ ପଡିଥିଲା। ଏନେଇ ଥାନାରେ ଏକ ମାମଲା(ନଂ.୩୮/୨୧) ରୁଜୁ ହୋଇଥିବା ଥାନା ଅଧିକାରୀ ପଟ୍ଟନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri