ଚିକିତ୍ସା ଅବହେଳାରୁ ଯୁବକଙ୍କ ମୃତ୍ୟୁ, ହସ୍ପିଟାଲରେ ଉତ୍ତେଜନା

କୋରାପୁଟ, ୬ା୨: କୋରାପୁଟ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲରେ ଚିକିତ୍ସା ଅବହେଳାରୁ ଜଣେ ଯୁବକଙ୍କ ମୃତ୍ୟୁକୁ ନେଇ ଶନିବାର ମେଡିକାଲରେ ବହୁ ସମୟ ଧରି ଉତ୍ତେଜନା ଲାଗି ରହିଥିଲା ା
ସୂଚନା ଯୋଗ୍ୟ, କୋରାପୁଟ ମିଶନ କମ୍ପାଉଣ୍ଡ ଅଞ୍ଚଳର ଅମିତ ଦାସ(୩୦) ଡେଙ୍ଗୁରେ ଆକ୍ରାନ୍ତ ହୋଇ ୩ ଦିନ ତଳେ କୋରାପୁଟ ମେଡିକାଲରେ ଭର୍ତ୍ତି ହୋଇ ଚିକତ୍ସିତ ହେଉଥିଲେ। ଶୁକ୍ରବାର ବିଳମ୍ବିତ ରାତିରେ ତାଙ୍କ ଅବସ୍ଥା ଗୁରୁତର ହୋଇପଡିଥିଲା। ତାଙ୍କୁ ଚିକିତ୍ସା କରିବାକୁ ଡାକ୍ତର, ନର୍ସ କେହି ନ ଆସିବାରୁ ତାଙ୍କର ମୃତ୍ୟୁ ହୋଇଥିଲା ବୋଲି ପରିବାର ଲୋକେ ଅଭିଯୋଗ କରିଛନ୍ତି। ଅନ୍ୟପକ୍ଷେ ଶନିବାର ସକାଳେ ମୃତକଙ୍କ ପରିବାର ସଦସ୍ୟ ଓ ସମ୍ପର୍କୀୟ ମେଡକାଲ ମୁଖ୍ୟ ଫାଟକ ସମ୍ମୁଖରେ ମୃତଦେହ ରଖି ପ୍ରତିବାଦ କରିଥିଲେ। ଫଳରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିଲା। ଚିକିତ୍ସାରେ ଅବହେଳା କରିଥିବା ଡାକ୍ତରଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ମୃତକଙ୍କ ପରିବାର ଦାବି କରିଥିଲେ। ଶାନ୍ତିଶୃଙ୍ଖଳାକୁ ଦୃଷ୍ଟିରେ ରଖି ଏସ୍‌ଡିପିଓ ଗୁଣନିଧି ମଲ୍ଲିକଙ୍କ ନିର୍ଦ୍ଦେଶରେ ଟାଉନ ଥାନା ଅଧିକାରୀ ଧୀରେନ ପଟ୍ଟନାୟକଙ୍କ ନେତୃତ୍ୱରେ ପୋଲିସ ଫୋର୍ସ ମୁତୟନ କରାଯାଇଥିଲା। ଘଟଣା ସ୍ଥଳରେ ତହସିଲଦାର ରଞ୍ଜନ କୁମାର ମାନସେଠ, ବିଡିଓ ନରେନ୍ଦ୍ର ନାୟକ, ରାଜ୍ୟ ବିହନ ନିଗମ ଅଧ୍ୟକ୍ଷ ଈଶ୍ୱର ଚନ୍ଦ୍ର ପାଣିଗ୍ରାହୀ, ବିଧାୟକ ରଘୁରାମ ପଡାଲ, ପୂର୍ବତନ ବିଧାୟକ ନିମାଁଇ ସରକାର, ପୂର୍ବତନ ପୌରାଧ୍ୟକ୍ଷ ଭଗବାନ ବାହିନୀପତି ପ୍ରମୁଖ ପହଞ୍ଚତ୍ ମୃତକଙ୍କ ପରିବାର ସହ ଆଲୋଚନା କରିଥିଲେ। ପରେ ଜିଲା ରେଡ୍‌କ୍ରସ୍‌ ପାଣ୍ଠିରୁ ମୃତକଙ୍କ ପରିବାରକୁ ୨୦ ହଜାର ଟଙ୍କା ସହାୟତା ପ୍ରଦାନ ପରେ ପରିସ୍ଥିତି ଶାନ୍ତ ପଡିଥିଲା। ଏନେଇ ଥାନାରେ ଏକ ମାମଲା(ନଂ.୩୮/୨୧) ରୁଜୁ ହୋଇଥିବା ଥାନା ଅଧିକାରୀ ପଟ୍ଟନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଦ ଦୋକାନକୁ ନେଇ ବଢୁଛି ଅସନ୍ତୋଷ, ଅନ୍ୟତ୍ର ସ୍ଥାନାନ୍ତର ଦାବି

କେନ୍ଦୁଝର,୧୪ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାପାଳ, ଆରକ୍ଷୀ ଅଧୀକ୍ଷକ, ଡିଏଫ୍‌ଓଙ୍କ କାର୍ଯ୍ୟାଳୟ ସମ୍ମୁଖ ଗୁରୁତ୍ୱପୂର୍ଣ୍ଣ ଟ୍ରାଫିକ ଛକରେ ଏକ ଠିପିବନ୍ଦ ମଦ ଦୋକାନ ପୁଣିଥରେ ଖୋଲିବାକୁ ନେଇ…

କନ୍ଧମାଳ ସମସ୍ୟା ନେଇ ‘ବିଚାର ମନ୍ଥନ’, ସରକାରଙ୍କ ନିକଟରେ ଦାବି ରଖିବାକୁ ନିଷ୍ପତ୍ତି

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହନୁମାନ ମନ୍ଦିର ପ୍ରାଙ୍ଗଣସ୍ଥିତ ସଭାଗୃହରେ ସୋମବାର ‘ବିଚାର ମନ୍ଥନ’ ନାମରେ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଜିଲାର…

ସ୍କୁଲ ବସ୍‌ ଧକ୍କାରେ ଚାଲିଗଲା ଜୀବନ: ଜଣେ ମୃତ, ଜଣେ ଗୁରୁତର

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପୁଇଁତଲା ଥାନା ଅନ୍ତର୍ଗତ କୁଲୁଥିପାଲି ଗାଁ ନିକଟ ରାସ୍ତାରେ ସୋମବାର ସକାଳେ ଏକ ସଡ଼କ ଦୁର୍ଘଟଣା ଘଟିଛି।…

୧୭ରେ ମୋଦିଙ୍କ ଜନ୍ମଦିନ, ଆଶୀର୍ବାଦର ଦୀପ ଜାଳିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ

ଭୁବନେଶ୍ୱର,୧୪।୯: ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନରେ ‘ଆଶୀର୍ବାଦର ଦୀପ’ ଜାଳିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଭିଡିଓ ବାର୍ତ୍ତା ମାଧ୍ୟମରେ ରାଜ୍ୟବାସୀଙ୍କୁ ନିବେଦନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି,…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ, ଦେବୀ ଗଙ୍ଗାଙ୍କୁ ଆବାହନ ପରେ କଳସ ଯାତ୍ରା

ଦିଗପହଣ୍ଡି,୧୪ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ବଜାର ସାହି ପୂଜା କମିଟି ପକ୍ଷରୁ ୪୬ ତମ ଶ୍ରୀ ଗଣେଶ ପୂଜା ମହୋତ୍ସବ ସୋମବାର ଠାରୁ…

ଘାଟିରେ ଓଲଟିଲା ଚାଉଳ ବୋଝେଇ ଟ୍ରକ୍‌

ପଟାଙ୍ଗି,୧୪ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଜୋଡିମାଦଲି ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି ଚାଉଳ ବୋଝେଇ ଟ୍ରକ୍‌ । ସୂଚନା ଅନୁସାରେ…

ଦିଶା ମୃତ୍ୟୁ ମାମଲା; CBI ଏଫ୍‌ଆଇଆର୍‌ରେ ଆଦିତ୍ୟ ଠାକ୍‌ରେ….

ମୁମ୍ବାଇ,୧୪।୯: ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପୂର୍ବତନ ମ୍ୟାନେଜର ଦିଶା ସାଲିଆନଙ୍କ ମୃତ୍ୟୁ ମାମଲାରେ ବଡ଼ ଖବର ସାମ୍ନାକୁ ଆସିଛି । ପ୍ରାୟ ୬ ବର୍ଷ…

ସାଉଦି ପାଇପଲାଇନ୍‌କୁ ବନ୍ଦ କରିଦେଲା ଡ୍ରୋନ୍‌ ଆକ୍ରମଣ, ଏହା ଭାରତକୁ ପ୍ରଭାବିତ କରିବ କି ଜାଣନ୍ତୁ…

ରିୟାଦ୍‌,୧୪ା୯: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବେ ବିଶ୍ୱ ତୈଳ ବଜାର ଉପରେ ଗୁରୁତର ପ୍ରଭାବ ପକାଉଛି। ଡ୍ରୋନ୍‌ ଆକ୍ରମଣ ପରେ ସାଉଦି ଆରବର ଗୁରୁତ୍ୱପୂର୍ଣ୍ଣ ପୂର୍ବ-ପଶ୍ଚିମ ତୈଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?