ଭୁବନେଶ୍ୱରରେ ଯୁବତୀଙ୍କ ମୃତ୍ୟୁ, ଆତ୍ମହତ୍ୟା ସନ୍ଦେହ

ଭୁବନେଶ୍ୱର,୨।୧୦ (ବ୍ୟୁରୋ):  ରାଜଧାନୀ ଭୁବନେଶ୍ୱରରେ ଜଣେ ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଫ୍ୟାନ୍‌ରେ ଓଢଣି ଦ୍ୱାରା ଝୁଲୁଥିବା ଅବସ୍ଥାରେ ତାଙ୍କ ମୃତଦେହ ପୋଲିସ ଜବତ କରିଛି। ନୟାପଲ୍ଲୀ ଥାନା ଅନ୍ତର୍ଗତ ନୂଆସାହିରେ ଶୁକ୍ରବାର ବିଳମ୍ବିତ ରାତିରେ ଏଭଳି ଅଭାବନୀୟ ଘଟଣା ଘଟିଛି।
ଯୁବତୀ ହେଲେ ଢେଙ୍କାନାଳ ଜିଲାର କବିତା ବାରିକ। ଖବର ପାଇ ପୋଲିସ ସାଇଣ୍ଟଫିକ୍‌ ଟିମ୍‌ ସହାୟତାରେ ତଦନ୍ତ ଆରମ୍ଭ କରିଛି। ମୃତଦେହ ନିକଟରୁ ଏକ ଚିଠି ମିଳିଛି। ପାରିପାର୍ଶ୍ୱିକ ସ୍ଥିତି ଓ ଉକ୍ତ ଚିଠିରୁ ସେ ଆତ୍ମହତ୍ୟା କରିଥିବା ପୋଲିସ ଅନୁମାନ କରିଛି। ତେବେ ମୃତଦେହ ଜବତ କରି କ୍ୟାପିଟାଲ ହସ୍ପିଟାଲରେ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଏନେଇ ଯୁବତୀଙ୍କ ପରିବାର ପକ୍ଷରୁ ଥାନାରେ କୌଣସି ଅଭିଯୋଗ ହୋଇ ନ ଥିଲେ ମଧ୍ୟ ପୋଲିସ ଏକ ଅପମୃତ୍ୟୁ ମାମଲା (ନଂ.୮୬/୨୨) ରୁଜୁ କରି ଘଟଣାର ତଦନ୍ତ ଚଳାଇଛି।
ଭୁବନେଶ୍ୱରର ଏକ ସେବା ପ୍ରଦାନକାରୀ ସଂସ୍ଥାରେ ଚାକିରି କରିଥିଲେ। ଗତ ୨ ମାସ ହେବ ନୟାପଲ୍ଲୀ ଅଞ୍ଚଳର ଜଣେ ୯୩ ବର୍ଷୀୟା ବୃଦ୍ଧାଙ୍କ ପାଖରେ କେୟାରଟେକର ଭାବେ ରହି ତାଙ୍କ ସେବା କରୁଥିଲେ। ଗୋଟିଏ ଘରେ ଉଭୟ ରହୁଥିଲେ। ଶନିବାର ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ କବାଟ ବନ୍ଦ ଥିବାରୁ ପରିବାରର ଅନ୍ୟ ସଦସ୍ୟମାନେ ତାଙ୍କୁ ବାରମ୍ବାର ଡାକିଥିଲେ ମଧ୍ୟ ସେ ଜବାବ ଦେଇ ନ ଥିଲେ କି କବାଟ ଖୋଲି ନ ଥିଲେ। ଏହାପରେ ଉକ୍ତ ରୁମ୍‌ରେ ଶୋଇଥିବା ବୃଦ୍ଧା କବାଟ ଖୋଲିବା ପରେ ଯୁବତୀ ଜଣକ ଓଢଣି ସାହାଯ୍ୟରେ ଫ୍ୟାନରେ ଝୁଲି ପଡିଥିବା ଦେଖିବାକୁ ମିଳିଥିଲା। ଏହାପରେ ପରିବାର ଲୋକେ ପୋଲିସ କଣ୍ଟ୍ରୋଲ ରୁମ୍‌କୁ ଜଣାଇବାରୁ ପିସିଆର୍‌ ଭ୍ୟାନ ପହଞ୍ଚତ୍ଥିଲା।
ସରସ ସୁନ୍ଦର ଜୀବନଯାପନ ସହ ବିଭିନ୍ନ ଆଶା ନେଇ ରାଜଧାନୀ ଭୁବନେଶ୍ୱରକୁ ଆସୁଛନ୍ତି ଲୋକେ। ହେଲେ ଏଠାକୁ ଆସିବା ପରେ ଜୀବନ ସଂଘର୍ଷମୟ ହୋଇପଡୁଛି। କିଏ ଏହି ସଂଘର୍ଷ ଭିତରେ ପ୍ରତିଷ୍ଠିତ ହେଉଛି ତ ପୁଣି କିଏ ହାରିଯାଉଛି। ସହରର ଗହଳି ଭିତରେ ଆଜି ଅନେକ ମଣିଷ ମଧ୍ୟ ଅସହାୟ ମଣୁଛନ୍ତି। ଶେଷରେ ଜୀବନ ସେମାନଙ୍କ ପାଇଁ ମୂଲ୍ୟହୀନ ହୋଇପଡୁଛି। ଯେଉଁଥିପାଇଁ ଭୁବନେଶ୍ୱର କ୍ରମଶଃ ଆତ୍ମହତ୍ୟା ପ୍ରବଣ ରାଜଧାନୀରେ ପରିଣତ ହେବାରେ ଲାଗିଛି। ପାରିବାରିକ ବିବାଦ, ଆର୍ଥିକ ଅନଟନ, କ୍ୟାରିଅରରେ ବିଫଳତା, ପ୍ରେମ ବିଚ୍ଛେଦ ଆଦି ବିଭିନ୍ନ କାରଣ ପାଇଁ ଜଣକ ପରେ ଜଣେ ଜୀବନ ହାରୁଛନ୍ତି। ଚଳିତ ବର୍ଷ ଅଗଷ୍ଟ ପର୍ଯ୍ୟନ୍ତ ଭୁବନେଶ୍ୱରରେ ୨୨୬ଟି ଆତ୍ମହତ୍ୟା ମାମଲା ରୁଜୁ ହୋଇଥିବାବେଳେ ଏଥିରେ ବୃଦ୍ଧି ପାଇବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ଯୁଦ୍ଧ ବିରତି ପରେ ବି ଚାଲିଛି ଯୁଦ୍ଧ: ଲେବାନନ ଉପରେ ଆକ୍ରମଣ କଲା ଇସ୍ରାଏଲ, ଇରାନ ନେଲା ପ୍ରତିଶୋଧ

ଜେରୁଜେଲମ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ହେବାର କିଛି ଘଣ୍ଟା ପରେ, ମଧ୍ୟପ୍ରାଚ୍ୟରେ ପରିସ୍ଥିତି ପୁଣି ଖରାପ ହୋଇଗଲା। ଇସ୍ରାଏଲ ଲେବାନନ ଉପରେ ଏକ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri