ସମଲିଙ୍ଗୀ ସମ୍ପର୍କ ରଖିଲେ ମିଳିବ ମୃତ୍ୟୁ ଦଣ୍ଡାଦେଶ…

କାମ୍ପଲା,୨୨।୩ : ଆଫ୍ରିକୀୟ ଦେଶ ଉଗାଣ୍ଡାର ସଂସଦ ଏକ ବିଲ ପାରିତ କରିଛି ଯେଉଁଥିରେ ସମଲିଙ୍ଗୀ ସମ୍ପର୍କକୁ ପ୍ରକାଶ କରିବା ଅପରାଧ ବୋଲି ଘୋଷଣା କରାଯାଇଛି। ଏହି ବିଲରେ ସମଲିଙ୍ଗୀ ସମ୍ପର୍କ ରଖିଲେ ମୃତ୍ୟୁ ଦଣ୍ଡାଦେଶ କରିବାକୁ ବ୍ୟବସ୍ଥା ରଖାଯାଇଛି। ଏହା ଦ୍ୱାରା ୩୦ରୁ ଅଧିକ ଆଫ୍ରିକୀୟ ଦେଶରେ ଉଗାଣ୍ଡା ମଧ୍ୟ ଅନ୍ତର୍ଭୁକ୍ତ ହୋଇଛି, ଯେଉଁଠାରେ ସମଲିଙ୍ଗୀ ସମ୍ପର୍କ ନିଷେଧ ।

ଉଗାଣ୍ଡାର ନୂତନ ବିଲ ଅନୁଯାୟୀ ସମଲିଙ୍ଗୀ ସମ୍ପର୍କକୁ ଅପରାଧ ବୋଲି ଘୋଷଣା କରାଯାଇଛି। ଏହି ବିଲର ବ୍ୟବସ୍ଥାକୁ ଉଲ୍ଲଂଘନ କଲେ ଆଜୀବନ କାରାଦଣ୍ଡ ଏବଂ ମୃତ୍ୟୁଦଣ୍ଡାଦେଶ ସ୍ଥିର କରାଯାଇଛି। ଯେଉଁମାନେ ୧୮ ବର୍ଷରୁ କମ ବୟସର ଲୋକଙ୍କ ସହ ସମଲିଙ୍ଗୀ ସମ୍ପର୍କ ରଖିବା କିମ୍ବା ଏଚ.ଆଇ.ଭି ସଂକ୍ରମିତ ହୋଇ ସମଲିଙ୍ଗୀ ସମ୍ପର୍କ ରଖି ଦୋଷୀ ସାବ୍ୟସ୍ତ ହୁଅନ୍ତି, ସେମାନଙ୍କ ପ୍ରତି ଏହି ବିଲରେ ଦଣ୍ଡିତ କରିବାର ବ୍ୟବସ୍ଥା କରାଯାଇଛି। ଏଥି ସହିତ ସମଲିଙ୍ଗୀ ବିବାହରେ ଦୋଷୀ ସାବ୍ୟସ୍ତ ବ୍ୟକ୍ତିଙ୍କ ପାଇଁ ଆଜୀବନ କାରାଦଣ୍ଡର ବ୍ୟବସ୍ଥା କରାଯାଇଛି।

ଉଗାଣ୍ଡା ସଂସଦରେ ପାରିତ ହେବା ପରେ ବର୍ତ୍ତମାନ ବିଲ ଅନୁମୋଦନ ପାଇଁ ରାଷ୍ଟ୍ରପତି ୟୋଭେରୀ ମୁସେଭେନିଙ୍କ ନିକଟକୁ ପଠାଯିବ। ରାଷ୍ଟ୍ରପତି ମୁସେଭେନି ମଧ୍ୟ ସମଲିଙ୍ଗୀ ସମ୍ପର୍କ ବିରୁଦ୍ଧରେ ଅଛନ୍ତି। ୨୦୧୩ ମସିହାରେ ଉଗାଣ୍ଡାରେ ସମଲିଙ୍ଗୀ ସମ୍ପର୍କ ବିରୋଧରେ ଏକ ଆଇନ ଅଣାଯାଇଥିଲା। ତେବେ ପାଶ୍ଚାତ୍ୟ ଦେଶଗୁଡିକର ବିରୋଧ ଏବଂ ସ୍ଥାନୀୟ କୋର୍ଟ ଏହା ଉପରେ ରୋକ ଲାଗୁ କରିବା ପରେ ଏହାକୁ କାର୍ଯ୍ୟକାରୀ କରାଯାଇପାର ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

ପୁଟିନଙ୍କ ବଡ଼ ପ୍ରତିଶ୍ରୁତି: ସଙ୍କଟ ସମୟରେ ଭାରତକୁ ଯୋଗାଇବ…ବିଶ୍ୱରେ ହଇଚଇ

ନୂଆଦିଲ୍ଲୀ,୨୫।୮: ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ମସ୍କୋରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ଜୟଶଙ୍କର ରାଷ୍ଟ୍ରପତି ପୁଟିନଙ୍କୁ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri