ମୃତ୍ୟୁ ହାର ହ୍ରାସ ପାଇ ୧.୧୯ ପ୍ରତିଶତ…

ନୂଆଦିଲ୍ଲୀ, ୨୪।୧: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା କମିଛି।
ଚାଇନାରେ ଆତଙ୍କ ସୃଷ୍ଟି କରିଥିବା ବିଏଫ୍‌.୭ ଭାରିଆଣ୍ଟ ନେଇ ସତର୍କ ରହିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି। ତେବେ ଭାରତରେ ସଂକ୍ରମଣ ହେବାର କୌଣସି ଆଶଙ୍କା ନ ଥିବା ବିଶେଷଜ୍ଞ ମତପୋଷଣ କରିଛନ୍ତି। ମାସ୍କ ପିନ୍ଧିବା ଅଧିକରୁ ଅଧିକ ନମୁନା ପରୀକ୍ଷା କରିବା ଏବଂ ଟିକାକରଣକୁ ବଢ଼ାଇବା ପାଇଁ ସରକାରଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସରକାରଙ୍କ ପକ୍ଷରୁ ସ୍ଥିତି ଉପରେ ତୀକ୍ଷ୍‌ଣ ନଜର ରଖାଯାଇଛି। ଦୈନିକ ସଂକ୍ରମଣ-ସକ୍ରିୟ ମାମଲାକୁ ନେଇ ସରକାର ଚିନ୍ତାରେ ରହିଛନ୍ତି।
ଦୈନିକ ପଜିଟିଭ୍‌ ହାର ଏକ ପ୍ରତିଶତରୁ କମ ହୋଇଛି ଏବଂ ସୁସ୍ଥତା ହାରରେ ମଧ୍ୟ ଉନ୍ନତି ହୋଇଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁଯାୟ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୦ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଦୈନିକ ସଂକ୍ରମଣ ୦.୧୧ ପ୍ରତିଶତ ଏବଂ ସାପ୍ତାହିକ ସଂକ୍ରମଣ ୦.୧୦ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି।ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ କମି କମି ଶହେ ତଳେ ରହିଛି। ଏହା ୮୮ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୯୩ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୨ ଥିଲା। ଏହି ସମୟରେ ସକ୍ରିୟ ମାମଲା ୧ ହଜାର ୯୩୧ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧ ହଜାର ୯୩୪ ଥିଲା। ସେହିପରି ୨୪ ଘଣ୍ଟାରେ ୯୦ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୧୧୮ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୭୩୭ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୮୨ ହଜାର ୧୦୪ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୪୯ ହଜାର ୪୩୬ ଜଣ ସୁସ୍ଥ ହୋଇ ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ପ୍ରଧାନମନ୍ତ୍ରୀ ମୋଦିଙ୍କୁ ରୋକିବା କଷ୍ଟକର’

ଇସଲାମାବାଦ,୧୮।୪: କେବଳ ଭାରତରେ ନୁହେଁ ସମଗ୍ର ବିଶ୍ୱରେ ଭାରତର ଲୋକ ସଭା ନିର୍ବାଚନ ବିଷୟରେ ଆଲୋଚନା ହେଉଛି। ଦେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତୃତୀୟ ଥର...

ରାଜ କୁନ୍ଦ୍ରାଙ୍କ ୯୭.୭୯ କୋଟିର ସମ୍ପତ୍ତି ଜବତ କଲା ଇଡି, ଶିଳ୍ପାଙ୍କ ବଙ୍ଗଳା ବି ହେଲା ସିଜ୍‌

ମୁମ୍ବାଇ,୧୮।୪: ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ ରାଜ କୁନ୍ଦ୍ରା ପୁଣି ଏକ ବଡ଼ ଅଡ଼ୁଆରେ ଫସିଛନ୍ତି। ଇଡି ତାଙ୍କର ୯୭.୭୯ କୋଟି ଟଙ୍କାର ସମ୍ପତ୍ତିକୁ...

ଲୋକ ସଭା ପାଇଁ ପୁଣି ଏକ ପ୍ରାର୍ଥୀ ତାଲିକା ଘୋଷଣା କଲା ଭାଜପା: ଜାଣନ୍ତୁ କାହାକୁ ମିଳିଲା କେଉଁ ଆସନ

ନୂଆଦିଲ୍ଲୀ,୧୮।୪: ଲୋକ ସଭା ନିର୍ବାଚନ ପାଇଁ ଭାଜପାର ଆଉ ଏକ ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ମହାରାଷ୍ଟ୍ରର ଗୋଟିଏ ଲୋକ ସଭା ଆସନ ପାଇଁ...

ମୋଦି-ଯୋଗୀଙ୍କୁ ଯିଏ ନିଜର ଭାବେ ନାହିଁ ସେ ନିଜ ପିତାଙ୍କୁ ମଧ୍ୟ ଆପଣାଇପାରିବ ନାହିଁ :ଭାଜପା ଏମ୍‌ପି ମନ୍ତବ୍ୟକୁ ନେଇ ଉଠିଲା ବିବାଦ

ଲକ୍ଷ୍ନୌ,୧୮।୪: ପଶ୍ଚିମ ୟୁପିରେ କ୍ଷତ୍ରିୟ ସମାଜର ଅସନ୍ତୋଷ ଭାରତୀୟ ଜନତା ପାର୍ଟିର ସମସ୍ୟାକୁ ବଢାଇ ଦେଇଛି। ଏହି ସମୟରେ ୟୁପିର ଗୌତମ ବୁଦ୍ଧ ନଗର ଲୋକ...

ପିଲାଙ୍କୁ ଦେଉଛନ୍ତି କି ସେରେଲାକ? ସାମ୍ନାକୁ ଆସିଲା ଚାଞ୍ଜଲ୍ୟକର ତଥ୍ୟ

ନୂଆଦିଲ୍ଲୀ,୧୮।୪: ଭାରତରେ ନେସଲେର ଦୁଇଟି ସର୍ବାଧିକ ବିକ୍ରି ହେଉଥିବା ବେବିଫୁଡ୍‌ ବ୍ରାଣ୍ଡରେ ବହୁ ପରିମାଣର ଚିନି ଥିବା ଦେଖିବାକୁ ମିଳିଛି। ସୁଇଜରଲାଣ୍ଡ କମ୍ପାନୀଗୁଡିକ ଉପରେ ନଜର...

ରାଜ୍ୟର ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ଆଜିଠୁ ନାମାଙ୍କନ ଦାଖଲ

ନୂଆଦିଲ୍ଲୀ /ଭୁବନେଶ୍ୱର,୧୮।୪:ଦେଶର ଚତୁର୍ଥ ଏବଂ ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ପ୍ରକାଶ ପାଇଛି ବିଜ୍ଞପ୍ତି। ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି...

ଆସନ୍ତାକାଲି ଘଣ୍ଟାଏ ବନ୍ଦ ରହିବ ଟ୍ରେନ ରିଜର୍ଭଭେଶନ ସେବା

ନୂଆଦିଲ୍ଲୀ,୧୭।୪: ଯଦି ଆପଣ କୌଣସି ସ୍ଥାନକୁ ଟ୍ରେନରେ ଯିବା ପାଇଁ ରିଜର୍ଭଭେଶନ ଟିକେଟ୍‌ ବୁକ୍‌ କରୁଛନ୍ତି ତେବେ ଏହାକୁ ତୁରନ୍ତ କରିନିଅନ୍ତୁ । କାରଣ ବୈଷୟିକ...

‘ଆଚରଣ ବିଧି ଉଲଂଘନ କରନ୍ତୁ ନାହିଁ’, ପଶ୍ଚିମବଙ୍ଗ ରାଜ୍ୟପାଳଙ୍କୁ ନିର୍ବାଚନ ଆୟୋଗ ଦେଲେ ପରାମର୍ଶ

ନୂଆଦିଲ୍ଲୀ,୧୭।୪: ମତଦାନ ଦିନ କୁଚ ବିହାର ଗସ୍ତ ବାତିଲ କରିବାକୁ ପଶ୍ଚିମବଙ୍ଗ ରାଜ୍ୟପାଳ ସି.ଭି ଆନନ୍ଦ ବୋଷଙ୍କୁ ପରାମର୍ଶ ଦେଇଛନ୍ତି ନିର୍ବାଚନ ଆୟୋଗ। ଏହି ନିର୍ବାଚନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri