ମୃତ୍ୟୁ ହାର ହ୍ରାସ ପାଇ ୧.୧୯ ପ୍ରତିଶତ…

ନୂଆଦିଲ୍ଲୀ, ୨୪।୧: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା କମିଛି।
ଚାଇନାରେ ଆତଙ୍କ ସୃଷ୍ଟି କରିଥିବା ବିଏଫ୍‌.୭ ଭାରିଆଣ୍ଟ ନେଇ ସତର୍କ ରହିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି। ତେବେ ଭାରତରେ ସଂକ୍ରମଣ ହେବାର କୌଣସି ଆଶଙ୍କା ନ ଥିବା ବିଶେଷଜ୍ଞ ମତପୋଷଣ କରିଛନ୍ତି। ମାସ୍କ ପିନ୍ଧିବା ଅଧିକରୁ ଅଧିକ ନମୁନା ପରୀକ୍ଷା କରିବା ଏବଂ ଟିକାକରଣକୁ ବଢ଼ାଇବା ପାଇଁ ସରକାରଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସରକାରଙ୍କ ପକ୍ଷରୁ ସ୍ଥିତି ଉପରେ ତୀକ୍ଷ୍‌ଣ ନଜର ରଖାଯାଇଛି। ଦୈନିକ ସଂକ୍ରମଣ-ସକ୍ରିୟ ମାମଲାକୁ ନେଇ ସରକାର ଚିନ୍ତାରେ ରହିଛନ୍ତି।
ଦୈନିକ ପଜିଟିଭ୍‌ ହାର ଏକ ପ୍ରତିଶତରୁ କମ ହୋଇଛି ଏବଂ ସୁସ୍ଥତା ହାରରେ ମଧ୍ୟ ଉନ୍ନତି ହୋଇଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁଯାୟ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୦ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଦୈନିକ ସଂକ୍ରମଣ ୦.୧୧ ପ୍ରତିଶତ ଏବଂ ସାପ୍ତାହିକ ସଂକ୍ରମଣ ୦.୧୦ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି।ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ କମି କମି ଶହେ ତଳେ ରହିଛି। ଏହା ୮୮ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୯୩ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୨ ଥିଲା। ଏହି ସମୟରେ ସକ୍ରିୟ ମାମଲା ୧ ହଜାର ୯୩୧ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧ ହଜାର ୯୩୪ ଥିଲା। ସେହିପରି ୨୪ ଘଣ୍ଟାରେ ୯୦ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୧୧୮ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୭୩୭ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୮୨ ହଜାର ୧୦୪ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୪୯ ହଜାର ୪୩୬ ଜଣ ସୁସ୍ଥ ହୋଇ ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ଦୀପାବଳି ପୂର୍ବରୁ କର୍ମଚାରୀ, ପେନସନଭୋଗୀଙ୍କୁ ବଡ଼ ଉପହାର ଦେଲେ ସରକାର: ବଢିଲା…

ନୂଆଦିଲ୍ଲୀ,୧।୧୦: କେନ୍ଦ୍ରୀୟ କର୍ମଚାରୀମାନେ ଅଷ୍ଟମ ବେତନ କମିଶନର ସୁପାରିସକୁ ବେଶ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି। ଏହାରି ମଧ୍ୟରେ ଦୀପାବଳି ପୂର୍ବରୁ ବିଭିନ୍ନ ରାଜ୍ୟ ସରକାର ନିଜ…

ଆରାଧନାଙ୍କୁ ମିଳିପାରେ ଗୁରୁ ଦାୟିତ୍ୱ; ଅଜୟ ରାୟଙ୍କୁ ମିଳିପାରେ ଛୁଟି

ନୂଆଦିଲ୍ଲୀ,୧।୧୦: ମିଳିଥିବା ସୂତ୍ର ଅନୁଯାୟୀ, ଆରାଧନା ମିଶ୍ର ୟୁପି (ଉତ୍ତର ପ୍ରଦେଶ) କଂଗ୍ରେସର ରାଜ୍ୟ ସଭାପତି ହୋଇପାରନ୍ତି। ଉତ୍ତର ପ୍ରଦେଶରେ ଆଗାମୀ ବର୍ଷ ହେବାକୁ ଥିବା ବିଧାନସଭା…

ରୁଷିଆ ଯାତ୍ରା କରୁଥିବା ବ୍ୟକ୍ତିଙ୍କ ପାଇଁ MEA ପକ୍ଷରୁ ଆଡଭାଇଜରୀ ଜାରି; କୁହାଯାଇଛି ଯେ, ‘ରିପୋର୍ଟରୁ ଜଣାପଡ଼ୁଛି ଯେ…’

ନୂଆଦିଲ୍ଲୀ,୧।୧୦: ଭାରତ ସରକାର ରୁଷିଆ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ଆଡଭାଇଜରୀ ଜାରି କରିଛନ୍ତି। ଗୁରୁବାର ‘ଏକ୍ସ’ (X) ରେ ଏକ ପୋଷ୍ଟ ମାଧ୍ୟମରେ ବୈଦେଶିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?