Posted inଜାତୀୟ

ମୃତ୍ୟୁଦଣ୍ଡାଦେଶ ୨୦ ବର୍ଷ କାରାଦଣ୍ଡରେ ବଦଳିଲା…

ନୂଆଦିଲ୍ଲୀ,୨୧।୩ : ଜଣେ ସାତ ବର୍ଷର ଶିଶୁଙ୍କୁ ଅପହରଣ ଓ ହତ୍ୟା ମାମଲାରେ ତାମିଲନାଡୁର ଜଣେ ବ୍ୟକ୍ତିଙ୍କୁ ଦିଆଯାଇଥିବା ମୃତ୍ୟୁଦଣ୍ଡର ଶୁଣାଣି ସୁପ୍ରିମକୋର୍ଟ ମଙ୍ଗଳବାର କରିଛନ୍ତି। ଏହି ଘଟଣା ୨୦୦୯ ମସିହାରେ ଘଟିଥିଲା। ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼, ଜଷ୍ଟିସ ହିମା କୋହଲି ଏବଂ ଜଷ୍ଟିସ ପିଏସ ନରସିଂହଙ୍କ ଏକ ବେଞ୍ଚ ଏହି ଦୋଷୀଙ୍କ ଦୋଷକୁ କାଏମ ରଖିଛନ୍ତି। ତେବେ ବେଞ୍ଚ ତାଙ୍କ ମୃତ୍ୟୁ ଦଣ୍ଡକୁ କୋଡିଏ ବର୍ଷ କାରାଦଣ୍ଡରେ ପରିଣତ କରିଛନ୍ତି।

ମୃତ୍ୟୁଦଣ୍ଡ କୋହଳ କରିବାବେଳେ ଦୋଷୀଙ୍କର ଦୋଷ ସାବ୍ୟସ୍ତ ହୋଇଛି। ତାଙ୍କ ଦୋଷର ପୁନର୍ବିଚାର ପାଇଁ ଆବେଦନ ମହମ୍ମଦ ଆରିଫଙ୍କ ବିଚାର ଆଧାରରେ ଖୋଲା କୋର୍ଟରେ କରାଯିବା ଉଚିତ। ଆବେଦନକାରୀଙ୍କ ଦୋଷ ଉପରେ ସନ୍ଦେହ କରିବାର କୌଣସି କାରଣ ଆମେ ଦେଖୁନାହୁଁ ବୋଲି ବେଞ୍ଚ କହିଛନ୍ତି। ଦୋଷୀ ସାବ୍ୟସ୍ତ ହେବା ପାଇଁ ସମୀକ୍ଷା ଅଧୀନରେ ଥିବା କ୍ଷମତାକୁ ବ୍ୟବହାର କରିବା ଆବଶ୍ୟକ ନୁହେଁ। ଆମେ ମୃତ୍ୟୁଦଣ୍ଡକୁ କୋଡ଼ିଏ ବର୍ଷ କାରାଦଣ୍ଡରେ ପରିବର୍ତ୍ତନ କରୁଛୁ। ଫେବୃଆରୀ ୨୦୧୩ ରେ ଦୋଷୀ ସୁନ୍ଦର ଓରଫ ସୁନ୍ଦରାଜନ ସୁପ୍ରିମକୋର୍ଟଙ୍କ ଦ୍ୱାରା ମୃତ୍ୟୁଦଣ୍ଡାଦେଶରେ ଦଣ୍ଡିତ କରାଯାଇଥିଲା। ତେବେ, ନଭେମ୍ବର୨୦୧୮ ରେ ପାଞ୍ଚ ବର୍ଷ ପରେ ସର୍ବୋଚ୍ଚ ନ୍ୟାୟାଳୟ ମୃତ୍ୟୁଦଣ୍ଡର ନିଷ୍ପତ୍ତି ସମୀକ୍ଷା କରିବାକୁ ରାଜି ହୋଇଥିଲେ।

ମିଥ୍ୟା ସତ୍ୟପାଠ ଦାଖଲ ପାଇଁ କୁଡାଲୋର ପୋଲିସ ଅଧିକାରୀଙ୍କ ବିରୋଧରେ କୋର୍ଟ ଅବମାନନା ମାମଲା ଆରମ୍ଭ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। କୋର୍ଟରେ ଦାଖଲ ହୋଇଥିବା ଆଫିଡେଭିଟ ଆଧାରରେ ତାଙ୍କ ବିରୋଧରେ କାହିଁକି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ନାହିଁ ବୋଲି ପଚାରି କୁଡାଲୋର ପୋଲିସ ଅଧିକାରୀଙ୍କୁ ନୋଟିସ ଜାରି କରାଯାଇଛି। ୨୦୧୩ରେ ସୁପ୍ରିମକୋର୍ଟଙ୍କ ରାୟ ବିରୋଧରେ ସୁନ୍ଦରରାଜନ ଏକ ସମୀକ୍ଷା ଆବେଦନ କରିଥିଲେ। ଏବେ କୋର୍ଟ ତାଙ୍କ ପାଇଁ ନୂଆ ଦଣ୍ଡାଦେଶ ଶୁଣାଇଛନ୍ତି। ଏହି ଦଣ୍ଡକୁ ମୃତ୍ୟୁଦଣ୍ଡରୁ ଆଜୀବନ କାରାଦଣ୍ଡରେ ପରିବର୍ତ୍ତନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଆଲର୍ଟ ଜାରି କଲା IMD, ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ,୧୪।୪: ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ଡକ୍ଟର ଏମ. ମହାପାତ୍ର କହିଛନ୍ତି ଯେ ଚଳିତ ବର୍ଷ ମୋଟ ବର୍ଷା ସାଧାରଣ ହାରାହାରି ପ୍ରାୟ ୯୨ ପ୍ରତିଶତ ହେବ…

ବିହାରରେ ‘ସମ୍ରାଟ’ ଯୁଗ ଆରମ୍ଭ: ବୁଧବାର ଶପଥ ଗ୍ରହଣ

ପାଟନା,୧୪।୪: ନୀତୀଶ କୁମାର ମଙ୍ଗଳବାର ବିହାରର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କର ଶେଷ କ୍ୟାବିନେଟ ବୈଠକ କରି ରାଜ୍ୟପାଳଙ୍କ ସହ ସାକ୍ଷାତ କରି ଇସ୍ତଫା ପତ୍ର…

ନିର୍ୱାଚନ ପରେ ଏତେ ମହଙ୍ଗା ହେବ ପେଟ୍ରୋଲ ଦର! ଚମକାଇଲା ରିପୋର୍ଟ

ନୂଆଦିଲ୍ଲୀ,୧୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଭାରତୀୟ ତୈଳ କମ୍ପାନୀଗୁଡ଼ିକୁ ପ୍ରଭାବିତ କରିବା ଆରମ୍ଭ କରିଛି। ସରକାରୀ ତୈଳ କମ୍ପାନୀଗୁଡ଼ିକ ପାଇଁ, ପେଟ୍ରୋଲ ଏବଂ…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଆସିଲା ନୀତୀଶଙ୍କ ପ୍ରତିକ୍ରିୟା, ଭାବପ୍ରବଣ ହୋଇ ଲେଖିଲେ ଏମିତି…

ପାଟନା,୧୪।୪: ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ଲୋକଭବନ ଯାଇ ରାଜ୍ୟପାଳଙ୍କୁ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ତେବେ ନୀତୀଶଙ୍କ ଇସ୍ତଫା ପରେ ପାଟନାରୁ ଦିଲ୍ଲୀର…

ଯୁଦ୍ଧ ଉତ୍ତେଜନା ଭିତରେ ଭାରତ-ଚାଇନା ମୁହାଁମୁହିଁ, ସୀମାରେ ହଲଚଲ!

ନୂଆଦିଲ୍ଲୀ,୧୪।୪: ଅରୁଣାଚଳ ପ୍ରଦେଶର ସ୍ଥାନଗୁଡ଼ିକୁ କାଳ୍ପନିକ ନାମ ଦେବା ବିରୋଧରେ ଭାରତର ପ୍ରତିବାଦ ପରେ, ଚାଇନା ମଙ୍ଗଳବାର (୧୪ ଏପ୍ରିଲ, ୨୦୨୬) ଆଉ ଏକ ଆପତ୍ତିଜନକ ବିବୃତ୍ତି…

ବିହାରରେ ‘ନୀତୀଶ ଯୁଗ’ ଶେଷ: ମୁଖ୍ୟମନ୍ତ୍ରୀ ପଦରୁ ଦେଲେ ଇସ୍ତଫା , କିଏ ହେବେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ?

ପାଟନା,୧୪।୪: ଆଜି ବିହାର ରାଜନୀତିରେ ଏକ ଐତିହାସିକ ଯୁଗର ଅନ୍ତ ହୋଇଛି। ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଜ୍ୟପାଳଙ୍କୁ ତାଙ୍କ ଇସ୍ତଫାପତ୍ର ପ୍ରଦାନ…

ସରିଲା ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଯାତ୍ରା, ଅଗ୍ନି କୁଣ୍ଡରେ ଓଲଟା ଝୁଲିଲେ ପାଟ ଭୂକ୍ତା

ପୁରୁଷୋତ୍ତମପୁର,୧୪।୪(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ମଙ୍ଗଳବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଛି । ଏନେଇ ପୁରୁଷୋତ୍ତମପୁର…

କିଏ ସେହି ସମ୍ରାଟ ଚୌଧୁରୀ, ଯିଏ ହେବେ ବିହାରର ଆଗାମୀ ମୁଖ୍ୟମନ୍ତ୍ରୀ: ୧୯ ବର୍ଷ ବୟସରୁ ହୋଇଥିଲେ ମନ୍ତ୍ରୀ

ପାଟନା,୧୪।୪: ବିହାରରେ ଏକ ନୂତନ ରାଜନୈତିକ ଯୁଗ ଆରମ୍ଭ ହେବାକୁ ଯାଉଛି। ରାଜ୍ୟକୁ ଏହାର ନୂତନ ମୁଖ୍ୟମନ୍ତ୍ରୀ ମିଳିଛି। ସମ୍ରାଟ ଚୌଧୁରୀଙ୍କ ନାମ ଚୂଡ଼ାନ୍ତ ହୋଇଛି। ସମ୍ରାଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri