Posted inଜାତୀୟ

ଅପରାଧୀଙ୍କ ମୃତ୍ୟୁଦଣ୍ଡ କୋହଳ

ନାଗପୁର, ୨୨ା୩: ତାମିଲନାଡୁରେ ଜଣେ ୭ ବର୍ଷର ପିଲାକୁ ଅପହରଣ ପରେ ହତ୍ୟା ମାମଲାରେ ଅପରାଧୀଙ୍କୁ ମିଳିଥିବା ମୃତ୍ୟୁଦଣ୍ଡକୁ ମଙ୍ଗଳବାର ସୁପ୍ରିମକୋର୍ଟ କୋହଳ କରିଛନ୍ତି। ସିଜେଆଇ ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ଅପରାଧୀଙ୍କୁ ମୃତ୍ୟୁଦଣ୍ଡ ପରିବର୍ତ୍ତେ ବିନା କ୍ଷମାରେ ୨୦ ବର୍ଷ ଜେଲଦଣ୍ଡାଦେଶ ଦେଇଛନ୍ତି। ଅଭିଯୁକ୍ତଙ୍କ ଦୋଷ ଉପରେ ସନ୍ଦେହ କରିବାର କାରଣ ନାହିଁ। ତାଙ୍କୁ ବିନା କ୍ଷମାରେ ଆଜୀବନ ଜେଲ ୨୦ ବର୍ଷର କମ୍‌ ହେବା ଉଚିତ ନୁହେଁ ବୋଲି ଖଣ୍ଡପୀଠ କହିଛନ୍ତି। ସୂଚନାଯୋଗ୍ୟ, ୨୦୦୯ ଜୁଲାଇ ୨୯ରେ ପିଲାଟି ସ୍କୁଲ୍‌ରୁ ଫେରୁଥିବାବେଳେ ଅଭିଯୁକ୍ତ ସୁନ୍ଦର ରାଜନ ତାଙ୍କୁ ଉଠାଇନେଇଥିଲେ। ସେହିଦିନ ରାତିରେ ସେ ପିଲାର ମାଆଙ୍କୁ ଫୋନ୍‌ କରି ୫ ଲକ୍ଷ ଟଙ୍କା ଦେଲେ ତାଙ୍କ ପୁଅକୁ ଛାଡ଼ିବେ ବୋଲି କହିଥିଲେ। ଜୁଲାଇ ୩୦ରେ ପୋଲିସ ସୁନ୍ଦରଙ୍କ ଘର ଉପରେ ଚଢ଼ାଉ କରି ତାଙ୍କୁ ଗିରଫ କରିଥିଲା। ସେ ପିଲାଟିକୁ ହତ୍ୟା କରିଥିବା ସ୍ବୀକାର କରିଥିଲେ। ମାମଲାର ବିଚାର କରି ମାଡ୍ରାସ ହାଇକୋର୍ଟ ୨୦୧୦ ସେପ୍ଟେମ୍ବର ୩୦ରେ ଅଭିଯୁକ୍ତଙ୍କୁ ଦୋଷୀସାବ୍ୟସ୍ତ କରିବା ସହ ମୃତ୍ୟୁଦଣ୍ଡାଦେଶ ଦେଇଥିଲେ। ୨୦୧୩ ଫେବୃୟାରୀ ୫ରେ ଉକ୍ତ ଦଣ୍ଡକୁ ସୁପ୍ରିମକୋର୍ଟ କାଏମ ରଖିଥିଲେ। ଏହାର ପୁନର୍ବିଚାର ଲାଗି ସୁନ୍ଦର ସର୍ବୋଚ୍ଚ ଅଦାଲତରେ ଆବେଦନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୋଲାର ଲାଇଟ ଅଚଳ ଘଟଣା: ସରପଞ୍ଚ ଲଗାଇଲେ ଷ୍ଟ୍ରିଟ ଲାଇଟ

ଦାରିଙ୍ଗବାଡି, ୨୪୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତରେ ପ୍ରତି ମଙ୍ଗଳବାର ସାପ୍ତାହିକ ହାଟ ହେଉଛି। ଏହି ହାଟରେ ଭିଡ଼ ଜମୁଛି।...

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ: ପୈତୃକ ଘର ସହ ୪ଟି ସ୍ଥାନରେ ଚଢ଼ାଉ ଜାରି…

ସମ୍ବଲପୁର,୨୪।୧୨(ପ୍ରମୋଦ ବହିଦାର): ଭିଜିଲାନ୍ସ ଜାଲରେ ସମ୍ବଲପୁର ବନ୍ଦୋବସ୍ତ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ( SRA)ବାସୁଦେବ ଭୋଇ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ...

ଲୋକ ଉତ୍ସବ ପ୍ରସ୍ତୁତି ବୈଠକ: ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ଡିଏଫ୍‌ଓ ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଲୋକ ଉତ୍ସବ ପାଇଁ...

ନେମାରଙ୍କ ଅସ୍ତ୍ରୋପଚାର ସଫଳ

ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...

ପରିସ୍ରା କରିବାକୁ ଯାଇଥିଲେ ବ୍ୟବସାୟୀ, ଭୁଷୁଡିଲା କାନ୍ଥ: ଆଉ ତା’ପରେ…

ଅମରପାଲି,୨୪।୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ପଞ୍ଚାୟତ ରୁଗୁଡ଼ିପାଲି ଗ୍ରାମରେ କାନ୍ଥ ଭୁଷୁଡି ଜଣେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି। ମୃତ...

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

ଶୀତ ମହୋତ୍ସବକୁ ଆସିବେ ୨ କୃଷ୍ଣ: ବଢୁଛି ଚର୍ଚ୍ଚା

ଦାରିଙ୍ଗବାଡି,୨୪।୧୨(ଅରୁଣ ସାହୁ):ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି। ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବାବେଳେ କିଏ...

ଆଜିଠୁ ବରଗଡ଼ ଧନୁଯାତ୍ରା: ବରଗଡ଼ ହେବ ମଥୁରା ନଗରୀ, ଅମ୍ବାପାଲି ପାଲଟିବ ଗୋପପୁର

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାରରୁ ଆରମ୍ଭ ହେବ। ପରମ୍ପରା ଅନୁଯାୟୀ, ବରଗଡ଼ ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri