Posted inଜାତୀୟ

ଅପରାଧୀଙ୍କ ମୃତ୍ୟୁଦଣ୍ଡ କୋହଳ

ନାଗପୁର, ୨୨ା୩: ତାମିଲନାଡୁରେ ଜଣେ ୭ ବର୍ଷର ପିଲାକୁ ଅପହରଣ ପରେ ହତ୍ୟା ମାମଲାରେ ଅପରାଧୀଙ୍କୁ ମିଳିଥିବା ମୃତ୍ୟୁଦଣ୍ଡକୁ ମଙ୍ଗଳବାର ସୁପ୍ରିମକୋର୍ଟ କୋହଳ କରିଛନ୍ତି। ସିଜେଆଇ ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ଅପରାଧୀଙ୍କୁ ମୃତ୍ୟୁଦଣ୍ଡ ପରିବର୍ତ୍ତେ ବିନା କ୍ଷମାରେ ୨୦ ବର୍ଷ ଜେଲଦଣ୍ଡାଦେଶ ଦେଇଛନ୍ତି। ଅଭିଯୁକ୍ତଙ୍କ ଦୋଷ ଉପରେ ସନ୍ଦେହ କରିବାର କାରଣ ନାହିଁ। ତାଙ୍କୁ ବିନା କ୍ଷମାରେ ଆଜୀବନ ଜେଲ ୨୦ ବର୍ଷର କମ୍‌ ହେବା ଉଚିତ ନୁହେଁ ବୋଲି ଖଣ୍ଡପୀଠ କହିଛନ୍ତି। ସୂଚନାଯୋଗ୍ୟ, ୨୦୦୯ ଜୁଲାଇ ୨୯ରେ ପିଲାଟି ସ୍କୁଲ୍‌ରୁ ଫେରୁଥିବାବେଳେ ଅଭିଯୁକ୍ତ ସୁନ୍ଦର ରାଜନ ତାଙ୍କୁ ଉଠାଇନେଇଥିଲେ। ସେହିଦିନ ରାତିରେ ସେ ପିଲାର ମାଆଙ୍କୁ ଫୋନ୍‌ କରି ୫ ଲକ୍ଷ ଟଙ୍କା ଦେଲେ ତାଙ୍କ ପୁଅକୁ ଛାଡ଼ିବେ ବୋଲି କହିଥିଲେ। ଜୁଲାଇ ୩୦ରେ ପୋଲିସ ସୁନ୍ଦରଙ୍କ ଘର ଉପରେ ଚଢ଼ାଉ କରି ତାଙ୍କୁ ଗିରଫ କରିଥିଲା। ସେ ପିଲାଟିକୁ ହତ୍ୟା କରିଥିବା ସ୍ବୀକାର କରିଥିଲେ। ମାମଲାର ବିଚାର କରି ମାଡ୍ରାସ ହାଇକୋର୍ଟ ୨୦୧୦ ସେପ୍ଟେମ୍ବର ୩୦ରେ ଅଭିଯୁକ୍ତଙ୍କୁ ଦୋଷୀସାବ୍ୟସ୍ତ କରିବା ସହ ମୃତ୍ୟୁଦଣ୍ଡାଦେଶ ଦେଇଥିଲେ। ୨୦୧୩ ଫେବୃୟାରୀ ୫ରେ ଉକ୍ତ ଦଣ୍ଡକୁ ସୁପ୍ରିମକୋର୍ଟ କାଏମ ରଖିଥିଲେ। ଏହାର ପୁନର୍ବିଚାର ଲାଗି ସୁନ୍ଦର ସର୍ବୋଚ୍ଚ ଅଦାଲତରେ ଆବେଦନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରେ ଆମେରିକାର ଜୋରଦାର ଆକ୍ରମଣ: ଚାରିଆଡ଼େ ଧୂଆଁଧୂଆଁ

ଓ୍ବାଶିଂଟନ୍‌,୯।୭: ପଶ୍ଚିମ ଏସିଆରେ ଉତ୍ତେଜନା ପୁଣି ଥରେ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ଆମେରିକା ଇରାନ ଉପରେ ଘନ ଘନ ଆକ୍ରମଣ କରୁଛି। ଦକ୍ଷିଣପୂର୍ବ ଇରାନର ଇରାନଶାହରରେ ଅବସ୍ଥିତ…

ଏସ.ଆଇ.ଆର୍‌ ନେଇ ସଚେତନ ହେବା ଜରୁରୀ: ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ-ଚିତ୍ରାଙ୍କନ ପ୍ରତିଯୋଗିତା

ଭଞ୍ଜନଗର,୯।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ.ଆଇ.ଆର୍‌ ୨୦୨୬ ଉପରେ ଅଧିକରୁ ଅଧିକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ଏହାଦ୍ୱାରା ଲୋକେ ଭୋଟର ତାଲିକା ଉପରେ…

ପଥର ଚିପ୍ସ ବୋଝେଇ ହାଇୱା ଉପରକୁ ଗୁଳିମାଡ଼: ଜୀବନ ରକ୍ଷା ଭୟରେ ଡ୍ରାଇଭର୍‌…

କୁତ୍ରା,୯।୭(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ଥାନା ଅନ୍ତର୍ଗତ ଲିଟିବେଡ଼ା ଜଙ୍ଗଲ ନିକଟରେ ଆଜି ଭୋର ପ୍ରାୟ ୩ ଟା ୨୦ ମିନିଟ ସମୟରେ ଗୁଳିମାଡ଼ ହୋଇଥିବା…

ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା: ୩୦ରୁ ୪୦ କିମି ବେଗରେ ବହିବ ପଦନ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୯ା୭(ସୌମ୍ୟରଞ୍ଜନ ରାଉତ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ବର୍ତ୍ତମାନ ସଦୃଶ ଲଘୁଚାପ…

ଠିକା କର୍ମଚାରୀ ହେବେ ନିୟମିତ: ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର, ୯ା୭ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଦୀର୍ଘବର୍ଷ ଧରି କାର୍ଯ୍ୟରତ ଠିକା କର୍ମଚାରୀଙ୍କୁ ନିୟମିତ କରିବା ପାଇଁ ଦାବିହୋଇ ଆସୁଥିବାବେଳେ ଏହାକୁ ସରକାର ଗୁରୁତ୍ୱର…

ଘଣ୍ଟାକରେ ‘ବ୍ରଶ୍‌ ଟେଷ୍ଟ’ରୁ ଜଣାପଡ଼ିବ ପାଟି କ୍ୟାନ୍‌ସର

ଲଣ୍ଡନ/ନୂଆଦିଲ୍ଲୀ, ୯ା୭ପାଟି କର୍କଟ ବା ଓରାଲ କ୍ୟାନ୍‌ସର ଚିହ୍ନଟ କ୍ଷେତ୍ରରେ ଚିକିତ୍ସା ବିଜ୍ଞାନକୁ ବଡ଼ ସଫଳତା ମିଳିଛି। ବ୍ରିଟେନ୍‌ର କୁଇନ୍‌ ମେରି ୟୁନିଭର୍ସିଟି ଅଫ୍‌ ଲଣ୍ଡନର ଗବେଷକମାନଙ୍କ…

ସକାଳୁ ସକାଳୁ ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ: କୋଲକାତାର ଯୁବକଙ୍କୁ ଅଟକ ରଖିଲା ପୋଲିସ

ପୁରୀ, ୯।୭(ଅଜିତ୍‌ କୁମାର ମହାନ୍ତି): ପୁଣି ଶ୍ରୀମନ୍ଦିରେ ଉପରେ ଉଡିଲା ଡ୍ରୋନ। ଗୁରୁବାର ସକାଳ ପ୍ରାୟ ୫:୩୦ ମିନିଟ ସମୟରେ ଶ୍ରୀମନ୍ଦିର ପରିସରରେ ଏକ ଡ୍ରୋନ ଉଡ଼ୁଥିବା…

ପୁଣି ଚର୍ଚ୍ଚାରେ ଜଳ ସମ୍ପଦ ବିଭାଗ: ଚାଷ ଆରମ୍ଭରୁ ଧସିଗଲା କେନାଲ ପାର୍ଶ୍ୱକାନ୍ଥ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଜଳସମ୍ପଦ ବିଭାଗର ବିବାଦ ପିଛା ଛାଡୁନାହିଁ। ଏହି ବିଭାଗ ଅଧୀନରେ ଜିଲାର ଅନେକ ସ୍ଥାନରେ ବିଭିନ୍ନ ପ୍ରକଳ୍ପ, କେନାଲ ଉନ୍ନତୀକରଣ ଓ ମରାମତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri