ପୂର୍ବତନ ମନ୍ତ୍ରୀ ଜୟଦେବ ଜେନାଙ୍କୁ ହତ୍ୟା ଧମକ ଘଟଣା: ୨ ଜଣଙ୍କୁ ବାନ୍ଧିଲା ପୋଲିସ

ହାଟଡିହୀ,୨୩।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ତପୁର ବିଧାନସଭା କ୍ଷେତ୍ରର ପୂର୍ବତନ କଂଗ୍ରେସ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଜୟଦେବ ଜେନାଙ୍କୁ ହତ୍ୟା ଧମକ ଘଟଣାରେ ନନ୍ଦିପଦା ପୋଲିସ ୨ ଜଣଙ୍କୁ ଗିରଫ କରିଛି। ସେମାନେ ହେଉଛନ୍ତି ଯାଜପୁର ଜିଲା ରଯାଜପୁର ରୋଡ ଥାନା ଅଧିନ ନୂଆଗଁା ଗ୍ରାମର ହରମୋହନ ବାରିକ(୨୭) ଏବଂ ରାକେଶ ନଟିଆ(୨୯) ଗିରଫ କରାଯାଇଛି।
ସୂଚନାଯୋଗ୍ୟ, କେନ୍ଦୁଝର ଏସ୍‌ପି ନୀତିନ କୁଶଲ ଦାଗଡୁଙ୍କ ନିର୍ଦ୍ଦେଶ କ୍ରମେ ଆନନ୍ଦପୁର ଡିଏସ୍‌ପି କମଳ ପଣ୍ଡା ଉକ୍ତ ଘଟଣାର ତଦନ୍ତ ଆରମ୍ଭ କରିଥିଲେ। ପଣ୍ଡାଙ୍କ ତତ୍ତ୍ୱାବଧାନରେ ନନ୍ଦିପଦା ପୋଲିସ ଏବଂ ଅନ୍ୟ ପୋଲିସ କର୍ମଚାରୀଙ୍କୁ ନେଇ ବିଭିନ୍ନ ଟିମ୍‌ ଗଠନ କରାଯାଇ ଅଭିଯୁକ୍ତଙ୍କୁ ଧରାଯାଇଛି। ଅଭିଯୁକ୍ତଙ୍କୁ ନିଜ ଗାଁରେ ପୋଲିସ ଧରିବାରେ ସକ୍ଷମ ହୋଇଛି।

ଜୟଦେବଙ୍କ ଅଭିଯୋଗ କ୍ରମେ ନନ୍ଦିପଦା ଥାନାରେ କେସ୍‌ ନମ୍ବ ୧୦୪/୨୦୨୬ରେ ଏକ ମାମଲା ରୁଜୁ ହୋଇଥିଲା। ନନ୍ଦିପଦା ଥାନାଧିକାରୀ ଧର୍ମେନ୍ଦ୍ର ଶାନ୍ତି, ଇନ୍ସପେକ୍ଟର ବଳିଆ ବାରିକ, ଏସ୍‌ଆଇ ସୁଷମା ସୁନ୍ଦରୀ ସେଠୀ, ଗୋପାଳ ମିଶ୍ର ପ୍ରମୁଖଙ୍କ ସମେତ ଅନ୍ୟ ପୋଲିସ କର୍ମଚାରୀମାନେ ଅଭିଯୁକ୍ତଙ୍କ ଗାଁରେ ଚଢାଉ କରି ଧରିବାରେ ସକ୍ଷମ ହୋଇଛନ୍ତି। ସବଠୁ ବଡ଼ କଥା ହେଉଛି ଜୟଦେବଙ୍କ ସହ ଅଭିଯୁକ୍ତଙ୍କର କି ପ୍ରକାର ସମ୍ପର୍କ ଅଛି ଏବଂ କେଉଁ ପରିସ୍ଥିତିରେ ଅଭିଯୁକ୍ତମାନେ ହେଭିଓ୍ବେଟ କଂଗ୍ରେସ ନେତାଙ୍କୁ ହତ୍ୟା ଧମକ ଦେଲେ ତାହା ସବୁଠୁ ଗୁରୁତପୂର୍ଣ୍ଣ ପ୍ରସଙ୍ଗ ପାଲଟିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବିବାଦୀୟ ସ୍ଥାନରେ ବାସନ୍ତୀ ପୂଜା ବନ୍ଦ:୧୬୩ ଧାରା ଜାରିକଲେ ପ୍ରଶାସନ,ଅଶାନ୍ତ ହେଉଛି…             

ଭୋଗରାଇ, ୩।୪ ( ପ୍ରଦୀପ ଦାସ ): ରାତି ପାହିଲେ ମଧୁ ପାର୍ବଣ । ମା ବାସନ୍ତୀ ଦେବୀଙ୍କ ଷଷ୍ଠୀ  ପୂଜା । ସବୁଠି ମାଙ୍କ ଆରାଧନା…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଫୁଲବାଣୀ,୨୩।୩ (ରାକେଶ କୁମାର ରାଉତ): ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ । ତାଙ୍କୁ ପ୍ରଥମେ ଖଜୁରୀପଡା ମେଡିକାଲରେ ଭର୍ତ୍ତି କରାଯିବା ପରେ ଫୁଲବାଣୀ ଜିଲା…

୨୮ ଯାଏ ଝଡ଼ବର୍ଷା: ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୩ା୩ (ବନ୍ଦନା ସେଠୀ):ଗତ କିଛିଦିନ ଧରି ବିଭିନ୍ନ ସ୍ଥାନରେ ଲାଗି ରହିଥିବା ଝଡ଼ବର୍ଷାର ପ୍ରଭାବ କମିଥିଲେ ହେଁ କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା…

ରେଳ ଲାଇନ ପାର୍ ହେଉଥିବା ବେଳେ ମହିଳାଙ୍କୁ ପିଟିଦେଲା ଟ୍ରେନ, ତାପରେ…

କୋରାପୁଟ,୨୩।୩ ( ଅମିତାଭ ବେହେରା ): କୋରାପୁଟ ସହରର ଉପକଣ୍ଠରେ ସୋମବାର ସକାଳେ ଏକ ଦୁଃଖଦ ଘଟଣା ଘଟିଛି । ରେଳ ଧକ୍କାରେ ଜଣେ ମହିଳାଙ୍କ ଜୀବନ ଚାଲିଯାଇଛି…

ବିନା ସୂଚନା ଫଳକରେ ବୁର୍ଡା-ସିଆଲବାହାଲି ରାସ୍ତା କାମ: ସାଧାରଣରେ ପ୍ରଶ୍ନବାଚୀ

ଲୋଇସିଂହା,୨୩।୩(ସୁଶାନ୍ତ ବାରିକ):ଗତ ୫ବର୍ଷ ପୂର୍ବେ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକର ବୁର୍ଡା-୨୬ ନଂ ଜାତୀୟ ରାଜପଥରୁ ସିଆଲବାହାଲି ପର୍ଯ୍ୟନ୍ତ ରାସ୍ତା କାମ କରାଯାଇଥିଲା। ସେତେବେଳେ ନିମ୍ନମାନର କାମ…

ସରିଯିବ ତେଲ, ବଞ୍ଚିପାରିବେନି କୌଣସି ଦେଶ! ଯୁଦ୍ଧ ମଧ୍ୟରେ ବଡ଼ ଶକ୍ତି ସଙ୍କଟକୁ ନେଇ ଚେତାବନୀ ଦେଲେ IEA ମୁଖ୍ୟ

ତେହରାନ୍‌,୨୩।୩: ଇରାନ ଏବଂ ଆମେରିକା-ଇସ୍ରାଏଲ ମେଣ୍ଟ ମଧ୍ୟରେ ସଂଘର୍ଷ ପ୍ରାୟ ତିନି ସପ୍ତାହ ଧରି ଚାଲିଛି, କିନ୍ତୁ ବର୍ତ୍ତମାନ ଏହାର କୌଣସି ଅନ୍ତ ଦେଖାଯାଉନାହିଁ। ଏହି ସମୟରେ,…

ସୁନା୬,୭୦୦ ଏବଂ ରୂପା ୧୨,୭୦୦ ଟଙ୍କା କମିଲା, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦାମ୍

ନୂଆଦିଲ୍ଲୀ,୨୩।୩ ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ତୀବ୍ର ହ୍ରାସ ହୋଇଛି । MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri