୬ ସରପଞ୍ଚଙ୍କୁ ହତ୍ୟା ଧମକ: ଗୋଟିଏ ନମ୍ବରରୁ ଆସୁଛି ଫୋନ କଲ୍‌

ଫୁଲବାଣୀ,୧୭ା୧୦(ରାକେଶ କୁମାର ରାଉତ): କିଛି ଦିନ ହେବ କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକର ୬ ଜଣ ସରପଞ୍ଚଙ୍କୁ ଫୋନରେ ହତ୍ୟା ଧମକ ଦିଆଯାଇଥିବା ଅଭିଯୋଗ ହୋଇଛି। ଲାଲ ବାହିନୀରୁ କହୁଛି କହି ବହୁ ପରିମାଣର ଅର୍ଥ ଦାବି କରାଯାଇଛି। ଏହା ନ ଦେଲେ ହତ୍ୟା କରାଯିବ ବୋଲି କୁହାଯାଉଛି। ୬ ଜଣ ସରପଞ୍ଚଙ୍କୁ ଅର୍ଥ ଦେବା ଲାଗି ଭିନ୍ନଭିନ୍ନ ଦିନ ସ୍ଥିର କରାଯାଇଥିବା ନେଇ ସରପଞ୍ଚମାନେ ଏତଲା ଦେଇଛନ୍ତି। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଥିଲେ ସୁଦ୍ଧା ଏ ଯାଏ କୌଣସି ସିଦ୍ଧାନ୍ତରେ ପହଞ୍ଚି ପାରୁ ନାହିଁ ।
ପ୍ରକୃତରେ ମାଓମାଦୀ ନା ଆଉ କିଏ ଧମକ ଦେଉଛି ତାହାକୁ ନେଇ ମଧ୍ୟ ସନ୍ଦେହ ସୃଷ୍ଟି ହୋଇଛି ।
ଫିରିଙ୍ଗିଆ ବ୍ଲକରେ ମାଓବାଦୀଙ୍କ ଗତିବିଧି ରହିଛି । ୩/୪ ଦିନ ହେବ ୬ ଜଣ ସରପଞ୍ଚଙ୍କୁ ଗୋଟିଏ ନମ୍ବରରୁ ଫୋନ କରାଯାଇଛି  । ବ୍ୟକ୍ତି ଜଣକ ପ୍ରଥମେ ଲାଲ ସାଲାମ କହି ଲକ୍ଷାଧିକ ଟଙ୍କା ମାଗୁଛନ୍ତି । ଆଗକୁ ଶହୀଦ ସପ୍ତାହ ଆସୁଥିବାରୁ ଟଙ୍କା ଖର୍ଚ୍ଚ କରାଯିବ । କିଛି ଦିନ ହେବ ମାଓବାଦୀ ସଂଗଠନକୁ କେନ୍ଦ୍ରୀୟ କମିଟିରୁ ଟଙ୍କା ଆସୁ ନଥିବାରୁ କୌଣସି କାର୍ଯ୍ୟକ୍ରମ ହୋଇପାରୁ ନାହିଁ ବୋଲି ସରପଞ୍ଚ ମାନଙ୍କୁ କୁହାଯାଇଛି । କେଉଁ ସରପଞ୍ଚ କେଉଁ ଦିନ ଟଙ୍କା ଦେବ ସେଥିନେଇ ସେମାନଙ୍କୁ ତାରିଖ କୁହାଯାଇଛି। ଟଙ୍କା ନ ଦେଲେ ସୁମେରବନ୍ଧ ପୂର୍ବତନ ସରପଞ୍ଚ ସୁବଳ ପ୍ରଧାନଙ୍କୁ ହତ୍ୟା କଲା ଭଳି ତୁମକୁ ହତ୍ୟା କାରାଯିବ ବୋଲି ଧମକ ଦିଆଯାଇଛି। ଏ ନେଇ ସଦର ଏସ୍‌ଡିପିଓ ସୁପ୍ରଶନ୍ନ ମଲ୍ଲିକଙ୍କୁ ପଚାରିବାରୁ ଫୋନ ନମ୍ବର କୁ ଯାଞ୍ଚ କରାଯାଉଛି । ଏଥିପାଇଁ ଏକ ଟିମ ଗଠନ କରାଯାଇଛି । ମାଓବାଦୀ ଅଞ୍ଚଳରେ କମ୍ବିଂ ଅପରେସନକୁ ଜୋରଦାର କରାଯାଇଛି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri