Posted inଜାତୀୟ

କୁମାର ବିଶ୍ୱାସଙ୍କୁ ହତ୍ୟା ଧମକ

ନୂଆଦିଲ୍ଲୀ,୨୦।୧୧: ଗୁଜରାଟ ବିଧାନସଭା ଏବଂ ଦିଲ୍ଲୀ ଏମସିଡି ନିର୍ବାଚନ ମଧ୍ୟରେ ପୂର୍ବତନ ଆମ୍‌ ଆଦ୍‌ମୀ ପାର୍ଟି ନେତା ତଥା କବି କୁମାର ବିଶ୍ୱାସଙ୍କୁ ହତ୍ୟା ଧମକ ମିଳିଛି। ଏଥିସହ ତାଙ୍କୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କ ଉପରେ କୌଣସି ମନ୍ତବ୍ୟ ନଦେବାକୁ ଚେତାବନୀ ଦିଆଯାଇଛି। ଇ-ମେଲ ମାଧ୍ୟମରେ ଏହି ଧମକ ଦିଆଯାଉଛି ବୋଲି କୁମାର ବିଶ୍ୱାସଙ୍କ ମ୍ୟାନେଜର କହିଛନ୍ତି।
କୁମାର ବିଶ୍ୱାସଙ୍କ ମ୍ୟାନେଜର ପ୍ରବୀଣ ପାଣ୍ଡେ କହିଛନ୍ତି, କିଛି ଦିନ ହେବ ଇ-ମେଲ ମାଧ୍ୟମରେ ଜଣେ ବ୍ୟକ୍ତିଙ୍କଠାରୁ ଧମକ ଆସୁଛି। ଇମେଲ କରିଥିବା ବ୍ୟକ୍ତି ପ୍ରଭୁ ରାମଙ୍କ ବିଷୟରେ ଅତ୍ୟନ୍ତ ଅପମାନଜନକ କଥା କହି ତାଙ୍କ ମହିମା ଗାନ ନ କରିବାକୁ କହିଛନ୍ତି। ଆହୁରି ମଧ୍ୟ ଧମକ ଦେଉଥିବା ବ୍ୟକ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କୁ କୁମାର ବିଶ୍ୱାସଙ୍କ ଅପେକ୍ଷା ଭଲ ବୋଲି କହି ତାଙ୍କ ଉପରେ କୌଣସି ମନ୍ତବ୍ୟ ନ ଦେବାକୁ ଚେତାବନୀ ଦେଇଛନ୍ତି। ଏହାସହ ଶହୀଦ ଉଧମ ସିଂଙ୍କ ନିକଟରେ ଶପଥ କରି କହୁଛି ମୁଁ କୁମାର ବିଶ୍ୱାସଙ୍କୁ ହତ୍ୟା କରିବି ବୋଲି ବ୍ୟକ୍ତି ଜଣଙ୍କ କହିଛନ୍ତି।
ଏହି ପରିପ୍ରେକ୍ଷୀରେ, ଗୃହ ମନ୍ତ୍ରଣାଳୟ ଦ୍ୱାରା ଦିଆଯାଇଥିବା ସୁରକ୍ଷା ଏଜେନ୍ସିକୁ କୁମାର ବିଶ୍ୱାସଙ୍କ କାର୍ଯ୍ୟାଳୟରୁ ଆସିଥିବା ଇମେଲ ବିଷୟରେ ସୂଚନା ମଧ୍ୟ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୀନ୍‌ ବିଲ୍ଡିଂରେ ୨୪% ପର୍ଯ୍ୟନ୍ତ ଖର୍ଚ୍ଚ ସଞ୍ଚୟ ସମ୍ଭବ

ଭୁବନେଶ୍ୱର,୨ା୯ (ରବିନାରାୟଣ ଜେନା): ସୌର ଓ ଅକ୍ଷୟ ଶକ୍ତି ବ୍ୟବହାର ଦ୍ୱାରା କେବଳ ଯେ ପରିବେଶକୁ ସୁସ୍ଥ ଓ ସବୁଜ ରଖାଯାଇପାରିବ ତାହା ନୁହେଁ, ପରିବାରର ଖର୍ଚ୍ଚ…

ଚାକିରି ଛାଡି ନିଜର ବିଜନେସ୍‌ ସାମ୍ରାଜ୍ୟ ତିଆରି କରନ୍ତି ଏହି ୨ ରାଶି, ବସ୍‌ ହେବାର ରହିଛି କ୍ୱାଲିଟି…

ଅଧିକାଂଶ ଲୋକ ଚାକିରିକୁ ଏକ ସୁରକ୍ଷିତ ବିକଳ୍ପ ବୋଲି ଭାବନ୍ତି। ପ୍ରତି ମାସରେ ଦରମା ମିଳୁଥାଉ, କାମ ଚାଲିଥାଉ ଏବଂ ରିସ୍କ (ବିପଦ) କମ ଥାଉ। ଏହି…

ସାରା ରାଜ୍ୟରେ ଲଘୁଚାପ ବର୍ଷା: ବୁଧବାର ପାଇଁ ୩ ଜିଲାକୁ ୟେଲୋ ଓ୍ବାର୍ନିଂ…

ଭୁବନେଶ୍ୱର, ୧ା୯(ବନ୍ଦନା ସେଠୀ) – ସାରା ରାଜ୍ୟରେ ଲଘୁଚାପ ବର୍ଷା ଲାଗି ରହିଛି। ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲାରେ ଅଧିକ ବର୍ଷା ହୋଇଛି। ଲଘୁଚାପଟି ମଙ୍ଗଳବାର ସକାଳ…

ପ୍ରତି କଥାରେ ଝଗଡା କରନ୍ତି ଏହି ୩ ରାଶି, ଦେହକୁ ନେଇଯାଆନ୍ତି ଛୋଟ-ଛୋଟ କଥା…

ଆପଣଙ୍କ ସାଙ୍ଗ ମହଲରେ ମଧ୍ୟ ନିଶ୍ଚୟ ଏମିତି କେହି ଥିବେ, ଯିଏ ଛୋଟ କଥାକୁ ନେଇ ଯୁକ୍ତିତର୍କ (ତର୍କ-ବିତର୍କ) ଆରମ୍ଭ କରିଦିଅନ୍ତି। କଥା ସରିବା ବଦଳରେ ଲମ୍ୱା…

କାଜୁଗଛରେ ଡେରା ଜମାଇଥିଲା ୧୨ ଫୁଟର ଅହିରାଜ, ବନ କର୍ମଚାରୀଙ୍କ କଠିନ ଉଦ୍ୟମ ପରେ…

ପାଟଣା, ୧।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାରପଡ଼ା ସେକ୍ସନ ଅଧୀନ କୁମୁଳାବାହାଳି ଗାଁ ନିକଟସ୍ଥ ଏକ କାଜୁଗଛରୁ ମଙ୍ଗଳବାର ପ୍ରାୟ ୧୨…

ଜନ୍ମାଷ୍ଟମୀରେ ମହାସଂଯୋଗ: ଚମକିବ ୫ ରାଶିର ଭାଗ୍ୟ, କାହ୍ନାଙ୍କ କୃପାରେ ହୋଇଯିବେ ମାଲାମାଲ!

ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପର୍ୱ ଚଳିତ ବର୍ଷ ୪ ସେପ୍ଟେମ୍ୱରରେ ଶ୍ରଦ୍ଧା ଓ ଉଲ୍ଲାସର ସହିତ ପାଳିତ ହେବ। ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବର ଏହି ଦିନ ଧାର୍ମିକ ଆସ୍ଥା…

ବୁଧ-ମଙ୍ଗଳଙ୍କ ଯୋଗରେ ୪ ରାଶିଙ୍କ ଖୋଲିବ ଭାଗ୍ୟ, ୨ଗୁଣା କରିବେ ଇନକମ୍‌! ମାସେ ଯାଏ ଧନଯୋଗ…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳବାର ୧ ସେପ୍ଟେମ୍ୱର, ୨୦୨୬ ସଂଧ୍ୟା ୬ଟା ୪୮ ମିନିଟରୁ ବୁଧ ଏବଂ ମଙ୍ଗଳ ଗ୍ରହ ପରସ୍ପରଠାରୁ ୬୦ଓ ଦୂରତାରେ ଅବସ୍ଥାନ କରିବେ,…

ଇସ୍ତଫା ଦେଲେ ମିଶ୍‌ବା-ଉଲ-ହକ୍‌, କାହିକି ଜାଣନ୍ତୁ…

କରାଚି,୧ା୯: ଇଂଲଣ୍ଡ ଟୁର୍‌ରେ ପ୍ରଥମ ଦୁଇ ଟେଷ୍ଟରେ ଶୋଚନୀୟ ପରାଜୟ ପରେ ପାକିସ୍ତାନ କ୍ରିକେଟ୍‌ରେ ଆମୂଳଚୂଳ ପରିବର୍ତ୍ତନ ଜାରି ରହିଛି। ଦଳର ୭ ଖେଳାଳିଙ୍କୁ ସ୍ବଦେଶ ପଠାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri