ତହସିଲଦାରଙ୍କୁ ହତ୍ୟା ଧମକ

ଖଡ଼ିଆଳ,୩ା୭(ସୁଜିତ କୁମାର ପ୍ରଧାନ)- ନୂଆପଡ଼ା ଜିଲା ଖଡ଼ିଆଳ ତହସିଲଦାର ତଥା ବିଡ଼ିଓ ଦାୟିତ୍ୱରେ ଥିବା ନରସିଂହ ଗାଡ଼ବାଙ୍କୁ ଫୋନରେ ହତ୍ୟା ଧମକ ଦିଆଯାଇଥିବା ଅଭିଯୋଗ ହୋଇଛି। ଗାଡ଼ବା ଏ ନେଇ ଗୁରୁବାର ଖଡ଼ିଆଳ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।

ଅଭିଯୋଗ ଅନୁଯାୟୀ ଓଏଏସ୍‌ ସଂଘର ନିଷ୍ପତ୍ତି ଅନୁଯାୟୀ ସବୁ ଅଫିସରେ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି ରହିଛି। ଖଡ଼ିଆଳ ବ୍ଲକରେ ମଧ୍ୟ ଆନ୍ଦୋଳନକୁ ସମର୍ଥନ କରାଯାଇଛି। ଏଣୁ ବିଭିନ୍ନ କାର୍ଯ୍ୟ ପ୍ରଭାବିତ ହୋଇଛି। ଏପରିସ୍ଥଳେ ବୁଧବାର ଗାଡ଼ବାଙ୍କ ପାଖକୁ ଏକ ଅଜଣା ନମ୍ବରରୁ ଫୋନକଲ ଆସିଥିଲା।

ଫୋନ କରିଥିବା ବ୍ୟକ୍ତି ନିଜକୁ ଏକ ରାଜନୈତିକ ଦଳର କର୍ମୀ ବୋଲି ପରିଚୟ ଦେଇ ତୁକଲାଠାରେ ନିର୍ମିତ ଆଡିଶନାଲ କ୍ଲାସରୁମର ଚେକ୍‌ ପାସ୍‌ କାହିଁକି କରୁନାହାନ୍ତି ବୋଲି ପଚାରିବା ସହ ଅଭଦ୍ର ଭାଷାରେ ଗାଳିକରି ଜୀବନରେ ମାରିଦେବାକୁ ଧମକ ଦେଇଥିଲେ। ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଗଡ଼ବା ଦାବି କରିଛନ୍ତି। ଏ ନେଇ ଖଡ଼ିଆଳ ଥାନା ଅଧିକାରୀ ଦିଲୀପ କୁମାର ସାହୁଙ୍କୁ ପଚାରିବାରୁ ଅଭିଯୋଗ ଆଧାରରେ ଏକ ମାମଲା ରୁଜୁ ହୋଇଛି ଏବଂ ଖୁବ୍‌ଶୀଘ୍ର ଅଭିଯୁକ୍ତଙ୍କୁ ଗିରଫ କରାଯିବ ବୋଲି ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri