ତହସିଲଦାରଙ୍କୁ ହତ୍ୟା ଧମକ

ଖଡ଼ିଆଳ,୩ା୭(ସୁଜିତ କୁମାର ପ୍ରଧାନ)- ନୂଆପଡ଼ା ଜିଲା ଖଡ଼ିଆଳ ତହସିଲଦାର ତଥା ବିଡ଼ିଓ ଦାୟିତ୍ୱରେ ଥିବା ନରସିଂହ ଗାଡ଼ବାଙ୍କୁ ଫୋନରେ ହତ୍ୟା ଧମକ ଦିଆଯାଇଥିବା ଅଭିଯୋଗ ହୋଇଛି। ଗାଡ଼ବା ଏ ନେଇ ଗୁରୁବାର ଖଡ଼ିଆଳ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।

ଅଭିଯୋଗ ଅନୁଯାୟୀ ଓଏଏସ୍‌ ସଂଘର ନିଷ୍ପତ୍ତି ଅନୁଯାୟୀ ସବୁ ଅଫିସରେ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି ରହିଛି। ଖଡ଼ିଆଳ ବ୍ଲକରେ ମଧ୍ୟ ଆନ୍ଦୋଳନକୁ ସମର୍ଥନ କରାଯାଇଛି। ଏଣୁ ବିଭିନ୍ନ କାର୍ଯ୍ୟ ପ୍ରଭାବିତ ହୋଇଛି। ଏପରିସ୍ଥଳେ ବୁଧବାର ଗାଡ଼ବାଙ୍କ ପାଖକୁ ଏକ ଅଜଣା ନମ୍ବରରୁ ଫୋନକଲ ଆସିଥିଲା।

ଫୋନ କରିଥିବା ବ୍ୟକ୍ତି ନିଜକୁ ଏକ ରାଜନୈତିକ ଦଳର କର୍ମୀ ବୋଲି ପରିଚୟ ଦେଇ ତୁକଲାଠାରେ ନିର୍ମିତ ଆଡିଶନାଲ କ୍ଲାସରୁମର ଚେକ୍‌ ପାସ୍‌ କାହିଁକି କରୁନାହାନ୍ତି ବୋଲି ପଚାରିବା ସହ ଅଭଦ୍ର ଭାଷାରେ ଗାଳିକରି ଜୀବନରେ ମାରିଦେବାକୁ ଧମକ ଦେଇଥିଲେ। ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଗଡ଼ବା ଦାବି କରିଛନ୍ତି। ଏ ନେଇ ଖଡ଼ିଆଳ ଥାନା ଅଧିକାରୀ ଦିଲୀପ କୁମାର ସାହୁଙ୍କୁ ପଚାରିବାରୁ ଅଭିଯୋଗ ଆଧାରରେ ଏକ ମାମଲା ରୁଜୁ ହୋଇଛି ଏବଂ ଖୁବ୍‌ଶୀଘ୍ର ଅଭିଯୁକ୍ତଙ୍କୁ ଗିରଫ କରାଯିବ ବୋଲି ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri