Posted inଜାତୀୟ

ଯୋଗୀ ଆଦିତ୍ୟନାଥଙ୍କୁ ହତ୍ୟା ଧମକ

ଲକ୍ଷ୍ନୌ,୧୪।୮: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଶନିବାର ହତ୍ୟା ଧମକ ମିଳିଛି । ସଲମାନ ସିଦ୍ଦିକି ନାମକ ଜଣେ ବ୍ୟକ୍ତି ଚିଠି ଜରିଆରେ ଏହି ଧମକ ଦେଇଥିବା ପୋଲିସ କହିଛି। ଭାରତୀୟ କିଷାନ ମୋର୍ଚ୍ଚାର ରାଷ୍ଟ୍ରୀୟ ଅଧ୍ୟକ୍ଷ ଏବଂ ପିଆଇଏଲ୍‌ ସାମାଜିକକର୍ମୀ ଦେବେନ୍ଦ୍ର ତିଓ୍ବାରୀଙ୍କୁ ମଧ୍ୟ ହତ୍ୟା ଧମକ ଦିଆଯାଇଛି। ମୁଖ୍ୟମନ୍ତ୍ରୀ ଯୋଗୀ ଓ ଦେବେନ୍ଦ୍ରଙ୍କୁ ବିସ୍ଫୋରଣରେ ଉଡ଼ାଇ ଦେବା କଥା ଉକ୍ତ ଚିଠିରେ କୁହାଯାଇଛି। ମୁସଲମାନ ସମ୍ପ୍ରଦାୟକୁ ଉଦ୍ଦେଶ୍ୟମୂଳକ ଭାବେ ହଇରାଣ କରାଯାଉଛି। ସେଥିପାଇଁ ତୁମମାନଙ୍କୁ ଉଚିତ୍‌ ଶିକ୍ଷା ଦିଆଯିବା ଦରକାର। ଏଥିରେ ସମ୍ପୃକ୍ତ ବ୍ୟକ୍ତିଙ୍କ ମୁଣ୍ଡକାଟ ହେବ । କିନ୍ତୁ ତୁମ ଦୁଇ ଜଣଙ୍କୁ ବୋମାରେ ଉଡ଼ାଇ ଦିଆଯିବ ବୋଲି ଧମକ ଦିଆଯାଇଛି। ଏଆଇଏମ୍‌ଆଇଏମ୍‌ ମୁଖ୍ୟ ଅସାଦୁଦ୍ଦିନ ଓଓ୍ବାଇସି, ଜାମିଆତ ଉଲେମା-ଇ-ହିନ୍ଦ୍‌ ସଭାପତି ମୌଲାନା ମହମ୍ମୁଦ ମାଦାନିଙ୍କ ନାମ ମଧ୍ୟ ଚିଠିରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଏନ୍‌ଏଚ୍‌ଏଆଇର ବଡ଼ ଘୋଷଣା: ଏପ୍ରିଲ ୧ରୁ ବଢ଼ିବ…

ନୂଆଦିଲ୍ଲୀ,୩୦ା୩: ଏପ୍ରିଲ ୧ରୁ ଫାସ୍‌ଟାଗ୍‌ ବାର୍ଷିକ ଦେୟ ବଢ଼ିବ ବୋଲି ଭାରତର ଜାତୀୟ ରାଜପଥ କର୍ତ୍ତୃପକ୍ଷ (ଏନ୍‌ଏଚ୍‌ଏଆଇ) ପକ୍ଷରୁ ଘୋଷଣା କରାଯାଇଛି। ଗତବର୍ଷ ଆରମ୍ଭ ହୋଇଥିବା ଏହି…

ଲିଭ-ଇନ୍‌ରେ ରହୁଥିଲେ ମିଳିବ ବିବାହିତ ମାନ୍ୟତା, ଏଥର ଜନଗଣନାର ନୂଆ ନିୟମ ବିଷୟରେ ଜାଣନ୍ତୁ…

ନୂଆଦିଲ୍ଲୀ,୩୦।୩: ଦେଶର ସର୍ବବୃହତ ପ୍ରଶାସନିକ କାର୍ଯ୍ୟ, ଜନଗଣନା, ଏବେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଇ ଗତି କରୁଛି। ସରକାର ୨୦୨୭ ଜନଗଣନାକୁ ଦୁଇଟି ପର୍ଯ୍ୟାୟରେ କରିବାକୁ ନିଷ୍ପତ୍ତି ନେଇଛନ୍ତି,…

ଏଣିକି ଗୁଳିର ଜବାବ ଗୁଳିରେ ଦେବୁ: ଲୋକ ସଭାରେ କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୩୦।୩: ଲୋକ ସଭାରେ ‘ନକ୍ସଲମୁକ୍ତ ଭାରତ’ ସମ୍ପର୍କରେ ଆଲୋଚନାରେ ଭାଗ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି ଯେ,…

ଯୁଦ୍ଧ ଭିତରେ ବଡ଼ ଡିଲ୍‌ କରିଦେଲେ ମୋଦି-ପୁଟିନ୍‌, ଭାରତୀୟ ଯୁବପିଢ଼ିଙ୍କୁ ମିଳିବ ବଡ଼ ଫାଇଦା!

ନୂଆଦିଲ୍ଲୀ,୩୦।୩: ଭାରତ ଏବଂ ରୁଷିଆ ମଧ୍ୟରେ ବନ୍ଧୁତା ଆଉ କେବଳ ଅସ୍ତ୍ରଶସ୍ତ୍ର କିଣା ବିକ୍ରୟ ପର୍ଯ୍ୟନ୍ତ ସୀମିତ ନାହିଁ। ଦୁଇ ଦେଶ ଭବିଷ୍ୟତର ପ୍ରଯୁକ୍ତିବିଦ୍ୟାକୁ ମିଳିତ ଭାବରେ…

ହର୍ମୁଜ ଶକ୍ତି ସଙ୍କଟ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ସରକାର: ଏବେ ଗହମ-ଚାଉଳ ସହିତ ମିଳିବ…

ନୂଆଦିଲ୍ଲୀ,୩୦।୩: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ପରେ, ଇରାନ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦେଇଛି। ଏହା ଭାରତ ସମେତ ବିଶ୍ୱକୁ ଶକ୍ତି ଯୋଗାଣକୁ ପ୍ରଭାବିତ…

ଲୋମ ଟାଙ୍କୁରି ଉଠିବ…. ଅବୈଧ ସମ୍ପର୍କ ପାଇଁ ପ୍ରେମିକାକୁ ମାରି ଖଣ୍ଡ ଖଣ୍ଡ କଲା ପ୍ରେମିକ, ଫ୍ରିଜରେ ପୁରାଇ….

ନୂଆଦିଲ୍ଲୀ,୩୦।୩: ବିଶାଖାପାଟଣାରେ ଏକ ଲୋମହର୍ଷଣକାରୀ ଘଟଣା ବର୍ତ୍ତମାନ ସାରା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି । ଏଠାରେ ଜଣେ ବ୍ୟକ୍ତି ସାମାନ୍ୟ ଯୁକ୍ତିତର୍କ ପରେ ଜଣେ ମହିଳାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri