ଭାଜପା ନେତାଙ୍କୁ ଦେଉଥିଲେ ହତ୍ୟା ଧମକ: ଓଡ଼ିଆ ଯୁବକଙ୍କୁ ଗିରଫ କଲା ମୁମ୍ବାଇ ପୋଲିସ

ପାରଳାଖେମୁଣ୍ଡି,୧୫ା୧(ଡି.ଏନ୍‌.ଏ): ଭାଜପା ନେତା ଏବଂ ମନ୍ତ୍ରୀଙ୍କୁ ଧମକପୂର୍ଣ୍ଣ ମେସେଜ ଓ କଲ୍‌ କରିବା ଅଭିଯୋଗରେ ମୁମ୍ବାଇ ପୋଲିସ ଜଣେ ଓଡ଼ିଆ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଗଜପତି ଜିଲା ସେରଙ୍ଗ ଥାନା ଖଜୁରୀପଦା ଫାଣ୍ଡି ଅନ୍ତର୍ଗତ କେ.ଝାଲରସିଂ ଗାଁର ଆଶିଷ ପରିଛା । ଗତ କିଛିଦିନ ତଳେ ଆଶିଷ ଉତ୍ତରପ୍ରଦେଶ, ହରିୟାଣା ଓ ମହାରାଷ୍ଟ୍ରର ବହୁ ଭାଜପା ନେତା ଓ ମନ୍ତ୍ରୀମାନଙ୍କୁ ସୋସିଆଲ ମିଡ଼ିଆରେ ହତ୍ୟା ଭଳି ଧମକପୂର୍ଣ୍ଣ ମେସେଜ ସହ କଲ କରିଥିଲେ। ଏନେଇ ମୁମ୍ବାଇ ବାଙ୍ଗୁରୁ ଲିଙ୍କରୋଡ଼ ଥାନାରେ ଗତ ୫ ତାରିଖରେ ଏକ ମାମଲା ରୁଜୁ ହୋଇଥିଲା। ଏନେଇ ମୁମ୍ବାଇ ପୋଲିସର ଏକ ଟିମ୍‌ ୭ ତାରିଖରେ ଗାଁରେ ପହଞ୍ଚି ଆଶିଷଙ୍କୁ ଥାନାକୁ ନେଇଥିଲା। ପୋଲିସ ତାଙ୍କୁ ପଚରାଉଚରା କରିବା ସହ ମୋବାଇଲ ଫୋନ ଜବତ କରିଥିଲା। ଗତ ୧୨ ତାରିଖରେ ଆଶିଷଙ୍କୁ ଗିରଫ କରି ପାରଳାଖେମୁଣ୍ଡି ସିଜେଏମ୍‌ କୋର୍ଟରେ ହାଜର କରିଥିଲା ମୁମ୍ବାଇ ପୋଲିସ। ଅଧିକ ତଦନ୍ତ ପାଇଁ ମୁମ୍ବାଇ ପୋଲିସ ଆଶିଷଙ୍କୁ ରିମାଣ୍ଡରେ ନେଇଛି।

ବିଭିନ୍ନ ସମୟରେ ମହାରାଷ୍ଟ୍ର, ହରିୟାଣା ଅଞ୍ଚଳର ଭାଜପା ନେତାଙ୍କୁ ଧମକପୂର୍ଣ୍ଣ ମେସେଜ ଦେଉଥିଲେ ଆଶିଷ। ମୁମ୍ବାଇ ପୋଲିସ ମୋବାଇଲ ଫୋନ ଟ୍ରାକ୍‌ କରି ଓଡ଼ିଶା ଆସି ତଦନ୍ତ ଆରମ୍ଭ କରିଥିଲା। ତଦନ୍ତ ବେଳେ ଜୀବନ୍ତ କର ନାମକ ଜଣେ ବ୍ୟକ୍ତି ମୋବାଇଲ ଫୋନକୁ ବ୍ୟବହାର କରୁଥିବା ଜାଣିବାକୁ ପାଇଥିଲା। ଜୀବନ୍ତଙ୍କୁ ପଚରାଉଚରା ସମୟରେ ମୋବାଇଫୋନ ସହ ସିମକାର୍ଡ ତାଙ୍କୁ ଆଶିଷ ଆଣିଦେଇଥିବା କହିଥିଲେ। ତେବେ ମୁମ୍ବାଇ ପୋଲିସ ଆଶିଷଙ୍କୁ ପଚରାଉଚରା ପରେ ଗିରଫ କରି ପାରଳାଖେମୁଣ୍ଡି ସିଜେଏମ୍‌ କୋର୍ଟରେ ହାଜର କରି ରିମାଣ୍ଡରେ ନେଇଥିବା ସେରଙ୍ଗ ଥାନା ଅଧିକାରୀ ଅଶୋକ ହାଂସଦା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଅଘଟଣ; ନଦୀରେ ବୁଡ଼ି ୨ ଛାତ୍ରଙ୍କ ମୃତ୍ୟୁ, ପ୍ରଶାସନକୁ ଘେରିଲା କଂଗ୍ରେସ

ହିଞ୍ଜିଳିକାଟୁ, ୧୬।୯(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁରେ ବୁଧବାର ପୂର୍ବାହ୍ନରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଘଟିଛି ଅଘଟଣ। ହିଞ୍ଜିଳିକାଟୁ ନିକଟ ଘୋଡ଼ାହାଡ଼ ନଦୀରେ ବୁଡ଼ି ୨…

WPL : ଅକ୍ଟୋବର ୨୮ରେ ହେବ ନିଲାମ; ଘୋଷଣା କରାଯାଇଛି ଭେନ୍ୟୁ

ନୂଆଦିଲ୍ଲୀ,୧୬।୯: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଆଗାମୀ ମହିଳା ପ୍ରିମିୟର ଲିଗ (WPL) ସିଜିନ ପାଇଁ ନିଲାମର ତାରିଖ ଏବଂ ସ୍ଥାନ ଘୋଷଣା କରିଛି। BCCI…

ନା ସ୍ମାର୍ଟଫୋନ ନା କାର୍ଡ; ପାପୁଲିରେ କରିବେ ପେମେଣ୍ଟ, UPI କୁ ଟକ୍କର ଦେବ ପାମ ସ୍କାନ!

ନୂଆଦିଲ୍‌ଲୀ,୧୬।୯: ଡିଜିଟାଲ ପେମେଣ୍ଟ ଦୁନିଆରେ ଯେଉଁଠି ଭାରତର ୟୁନିଫାଏଡ ପେମେଣ୍ଟସ ଇଣ୍ଟରଫେସ (UPI) ଆଜି ସମଗ୍ର ବିଶ୍ୱ ପାଇଁ ଏକ ଉଦାହରଣ ପାଲଟିଛି, ସେଇଠି ଚାଇନା କାରବାରର…

ଗୋଟିଏ ଦିନର ବ୍ରାଣ୍ଡ ପ୍ରମୋସନ ପାଇଁ ବୈଭବ ସୂର୍ଯ୍ୟବଂଶୀ ନିଅନ୍ତି କେତେ ଟଙ୍କା? ପରିମାଣ ଶୁଣଲେ ହୋସ ଉଡିଯିବ

ନୂଆଦିଲ୍ଲୀ,୧୬।୯: ୧୫ ବର୍ଷୀୟ ଭାରତୀୟ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କ ଲୋକପ୍ରିୟତା ଦିନକୁ ଦିନ ବୃଦ୍ଧି ପାଉଛି। ବ୍ୟାଟିଂରେ ଚମତ୍କାର ପ୍ରଦର୍ଶନ କରି ବୈଭବ ନିଜ ପାଇଁ ଏକ…

ବୁଧଙ୍କ ବଡ଼ ଗୋଚର: ୩ ରାଶିଙ୍କ ଫିଟିବ ଧନଲାଭର ଯୋଗ, ଚାକିରିରେ ବଡ଼ ପ୍ରମୋଶନ!

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ଚଳନ ଏବଂ ସେମାନଙ୍କ ସ୍ଥିତିରେ ହେଉଥିବା ପରିବର୍ତ୍ତନକୁ ବେଶ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ବିଶ୍ୱାସ ରହିଛି ଯେ ବୁଧ ଗ୍ରହ ହେଉଛନ୍ତି ବୁଦ୍ଧି,…

ପାଟ୍ରୋଲିଂ ବେଳେ ମଦବେପାରୀଙ୍କୁ ଧରିଲା ପୋଲିସ

ଦିଗପହଣ୍ଡି,୧୬ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ଏଏସ୍‌ଆଇ ଏନ. ତ୍ରିପତୀ ରେଡ୍ଡୀ, କନଷ୍ଟେବଳ ଏସ୍‌.କେ ରାଜେଶ ଉଦ୍ଦିନ, ବଳରାମ ପାତ୍ର ପ୍ରମୁଖ ସଦଳବଳ…

ବଡ଼ଖେମୁଣ୍ଡି ରାଜକୁମାର ମୋହନ ପ୍ରସାଦ ଦେବଙ୍କ ପରଲୋକ; ରାଜ ଶ୍ମଶାନରେ ହେଲା ଅନ୍ତିମ ସଂସ୍କାର, ଅଞ୍ଚଳରେ ଶୋକର ଛାୟା

ଦିଗପହଣ୍ଡି,୧୬ା୯(ଅଶେଷ ନାଥ ମିଶ୍ର): ବଡ଼ଖେମୁଣ୍ଡି ରାଜକୁମାର ମୋହନ ପ୍ରସାଦ ଦେବଙ୍କ ଦେହାନ୍ତ ହୋଇଛି । ଗଞ୍ଜାମ ଜିଲାର ତତ୍କାଳୀନ ବଡ଼ଖେମୁଣ୍ଡି ରାଜ୍ୟର ଶେଷ ସମ୍ରାଟ ରାଜା ରାମଚନ୍ଦ୍ର…

୧୨ ବର୍ଷ ପରେ ଜୀବିତ ମିଳିଲେ ଶକୁନ୍ତଳା! ଯାହାଙ୍କ ମୃତ୍ୟୁକୁ ନେଇ ସ୍ବାମୀ-ଶ୍ୱଶୁରଙ୍କ ନାଁରେ ହୋଇଥିଲା କେସ୍

ପାଟନା,୧୬ା୯: ବିହାରର ୧୨ ବର୍ଷ ପୁରୁଣା ଏକ ହତ୍ୟା ମାମଲାରେ ଆସିଛି ଚାଞ୍ଚଲ୍ୟକର ମୋଡ଼ । ୨୦୧୪ରେ ନିଖୋଜ ହୋଇଥିବା ଶକୁନ୍ତଳା ଦେବୀଙ୍କୁ ମୃତ ଭାବି ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?